ଟ୍ରକ୍‌ ଧକ୍କାରେ ସିଆର୍‌ସିସିଙ୍କ ମୃତ୍ୟୁ : ଜଗତ୍‌ସିଂହପୁର-ମାଛଗଁା ରାସ୍ତାରେ ୧ ଘଣ୍ଟା ଯାତାୟାତ ଠପ୍‌

ବାଲିକୁଦା,୧୧ା୬(ସ୍ବ.ପ୍ର.): ବାଲିକୁଦା ଥାନା ଅଧୀନ କନ୍ଦରପୁର-ନୂଆଗଁା ରାସ୍ତାର ଗୋପାଳପୁର ଛକଠାରୁ ୧୦୦ ମିଟର ଦୂରରେ ଗୁରୁବାର ଏକ ଦୁର୍ଘଟଣା ଘଟିଛି। ଏକ ପଥର ବୋଝେଇ ଟ୍ରକ୍‌ ବାଇକ୍‌ ଚାଳକଙ୍କ ଉପରେ ଚଢ଼ିଯିବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ସ୍ଥାନୀୟ ଗରାମ ଗ୍ରାମର ସିଆର୍‌ସିସି ପ୍ରଶାନ୍ତ ପଣ୍ଡା(୪୫)। ଦୁର୍ଘଟଣା ପରେ ଟ୍ରକ୍‌ ଭାରସାମ୍ୟ ହରାଇ ଗଛରେ ପିଟି ହୋଇଯିବାରୁ ଉକ୍ତ ରାସ୍ତା ୧ ଘଣ୍ଟା ଜାମ୍‌ ହୋଇଥିଲା। ଫଳରେ ଯାତାୟାତ ଠପ ହୋଇ ଯାଇଥିଲା। ଖବର ପାଇ ବାଲିକୁଦା ଓ ଜଗତ୍‌ସିଂହପୁର ପୋଲିସ ପହଞ୍ଚି ସ୍ଥିତି ନିୟନ୍ତ୍ରଣ କରିଥିଲେ। ପ୍ରଶାନ୍ତଙ୍କ ଉପରେ ଟ୍ରକ୍‌ ଚଢ଼ିଯାଇଥିବାରୁ ଅଣ୍ଟାଠାରୁ ମୁଣ୍ଡ ପର୍ଯ୍ୟନ୍ତ ରାସ୍ତାରେ ମିଶି ଯାଇଥିଲା। ପୋଲିସ ଛିନ୍‌ଭିନ୍‌ ହୋଇଥିବା ମାଂଶ ଟୁକୁରାକୁ ଏକାଠି କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲା। ବାଲିକୁଦା ପୋଲିସ ଦୁଇ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି।
ସୂଚନା ଅନୁସାରେ, ପଥର ବୋଝେଇ ଟ୍ରକ୍‌ଟି ଜଗତ୍‌ସିଂହପୁର ପଟରୁ ବାଲିକୁଦା ଆଡକୁ ଯାଉଥିଲା। ଅପରପଟରୁ ପ୍ରଶାନ୍ତ ତାଙ୍କ ବାଇକ୍‌ ଯୋଗେ ଘରକୁ ଫେରୁଥିଲେ। ଗୋପାଳପୁର ଛକ ନିକଟରେ ହଠାତ୍‌ ପ୍ରଶାନ୍ତଙ୍କ ବାଇକ୍‌ ଡାହାଣ ପଟକୁ ମାଡି ଯାଇଥିଲା। ଫଳରେ ଦ୍ରୁତ ଗତିରେ ଆସୁଥିବା ଟ୍ରକ୍‌ ତାଙ୍କୁ ଧକ୍କା ଦେଇଥିଲା। ସେ ବାଇକ୍‌ରୁ ଡାହାଣ ପଟକୁ ପଡ଼ି ଯାଇଥିଲେ। ବାଇକ୍‌ ବାମ ପାର୍ଶ୍ୱକୁ ପଡ଼ି ଯାଇଥିଲା। ଫଳରେ ପ୍ରଶାନ୍ତଙ୍କ ଉପରେ ଟ୍ରକଟି ଚଢି ଯିବା ସହ କିଛି ବାଟ ଯାଇ ଏକ ଗଛରେ ପଟି ହୋଇ ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାଲି ଚୋରାଚାଲାଣ ବଢୁଛି

ରଘୁନାଥପୁର,୨୬।୪(ରାଜେନ୍ଦ୍ର ନାରାୟଣ ସିଂହ): ବାଲି ସୈରାତଗୁଡ଼ିକର ନିଲାମରେ ସ୍ବଚ୍ଛତା ଆଣିବା ପାଇଁ ସରକାର ଏବେ ଏହି ପ୍ରକ୍ରିୟାକୁ ତହସିଲ ଅଧୀନରୁ କାଢ଼ିନେଇ ଖଣି ବିଭାଗକୁ ହସ୍ତାନ୍ତର...

ଏକାଠି ଶୋଭାଯାତ୍ରାରେ ଯିବେ ପ୍ରଶାନ୍ତ, ଚିରଞ୍ଜୀବ

ଜଗତ୍‌ସିଂହପୁର,୨୬ା୪(ପ୍ରମୋଦ କୁମାର ନାୟକ): ଚିରଞ୍ଜୀବ ବିଶ୍ୱାଳ କଂଗ୍ରେସ ଛାଡି ବିଜେଡିରେ ମିଶିଲା ପରେ ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ରାଜନୈତିକ ପରିବେଶ ବଦଳିବାରେ ଲାଗିଛି। ଦଳ ପ୍ରଶାନ୍ତ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ଯୁବ କ୍ରିକେଟର ସୂର୍ଯ୍ୟକାନ୍ତଙ୍କ ପାଇଁ ଅର୍ଥ ସାଜିଛି ବାଧକ

ରଘୁନାଥପୁର,୨୫ା୪(ରାଜେନ୍ଦ୍ର ନାରାୟଣ ସିଂହ)କ୍ରିକେଟରେ ଅଲ୍‌ରାଉଣ୍ଡର ଭାବେ ପ୍ରଥମେ ରଘୁନାଥପୁର ବ୍ଲକରୁ ଜଗତ୍‌ସିଂହପୁର ଜିଲା ଏବଂ ଏବେ ରାଜ୍ୟସ୍ତରରେ ସିଲେକ୍ଟ ହୋଇ ରାଜ୍ୟ ପାଇଁ ସୂର୍ଯ୍ୟକାନ୍ତ ଦାସ...

ପ୍ରଶାନ୍ତଙ୍କ ପାଇଁ ଚିରଞ୍ଜୀବଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଜଗତ୍‌ସିଂହପୁର, ୨୪ା୪(ପ୍ରମୋଦ କୁମାର ନାୟକ):କିଛି ଦିନ ହେଲା ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀ ରାଜନୀତି ଭିନ୍ନମୋଡ ନେଇଛି। ଏଥିମଧ୍ୟରେ ପାଖାପାଖି ୨୦ ଦିନ ହେବ ପ୍ରଶାନ୍ତ କୁମାର...

ଋ଼ଣ ଖିଲାପ ପରେ ଘର ଅଧିଗ୍ରହଣ କଲା ବ୍ୟାଙ୍କ

ପାରାଦୀପ,୨୪।୪(ଶରତ ରାଉତ):ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଗଡ଼ଠାରେ ମଙ୍ଗଳବାର ଏକ କୋଠାଘରକୁ ବ୍ୟାଙ୍କ କର୍ତ୍ତୃପକ୍ଷ ନିଜ ହେପାଜତକୁ ନେଇଛନ୍ତି। ଉକ୍ତ ଘର ପାଇଁ ନିଆଯାଇଥିବା ଋ଼ଣ...

ଶୁଖିଲାଣି ଜଳାଶୟ, ଉତ୍କଟ ଜଳ ସଙ୍କଟ

ଜଗତ୍‌ସିଂହପୁର, ୨୩ା୪ (ପ୍ରମୋଦ କୁମାର ନାୟକ):ପ୍ରବଳ ଗ୍ରୀଷ୍ମପ୍ରବାହ ଯୋଗୁ ଜଗତ୍‌ସିଂହପୁର ସହରରେ ଜଳସଙ୍କଟ ସୃଷ୍ଟି ହୋଇଛି। ଗଡିଆ, ପୋଖରୀଗୁଡିକ ଶୁଖିଯିବା ସହ ଭୂତଳ ଜଳସ୍ତର ହ୍ରାସ...

ପୋଲ ନିର୍ମାଣରେ ୧୧ କେଭି ବିଦ୍ୟୁତ୍‌ ଖୁଣ୍ଟ ବାଧକ

କୁଜଙ୍ଗ,୨୩।୪(ମନୋଜ ପ୍ରଧାନ):କୁଜଙ୍ଗ ବ୍ଲକ ବାଲିଆ ପଞ୍ଚାୟତ ଅନ୍ତର୍ଗତ ବଡ଼ଙ୍ଗ ଗ୍ରାମକୁ ସଂଯୋଗ କରୁଥିବା ତତ୍କାଳୀନ ଲୁଣା ନଦୀ ଉପରେ ଥିବା ଏକ ଅଣଓସାରିଆ ପୋଲକୁ ଓସାରିଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri