ଟ୍ରକ୍‌ ଧକ୍କାରେ ୩ ଛାତ୍ରୀ ଗୁରୁତର: ଡ୍ରାଇଭର ଗିରଫ

ଜଗତସିଂହପୁର ଅଫିସ,୧୩।୧: ସ୍ଥାନୀୟ ବଡ଼ବଜାର ନିକଟ ମୁଖ୍ୟ ରାସ୍ତାରେ ସୋମବାର ଅପରାହ୍ନରେ ଏକ ଟ୍ରକ୍‌ ସ୍କୁଟିକୁ ଧକ୍କା ଦେବାରୁ ଏଥିରେ ଯାଉଥିବା ସ୍ଥାନୀୟ ଡିଆଇଇଟିର ୩ ବିଏଡ୍‌ ଛାତ୍ରୀ ଗୁରୁତର ହୋଇଛନ୍ତି। ସେମାନେ ହେଲେ ନାଉଗାଁର ମଧୁସ୍ମିତା ପରିଜା(୨୩), ଭୁବନେଶ୍ୱର ସାମନ୍ତରାପୁରର ଶୁଭଲକ୍ଷ୍ମୀ ଦତ୍ତ(୨୨) ଏବଂ ନାଉଗାଁ ଥାନା ମୁଣ୍ଡାଳର ଲିଜାରାଣୀ ରାଉତ(୨୦)। ମଧୁସ୍ମିତାଙ୍କ ଦୁଇ ଗୋଡ଼ରେ ଟ୍ରକ୍‌ ଚକା ଚଢ଼ିଯିବାରୁ ତାଙ୍କ ଅବସ୍ଥା ସଂକଟାପନ୍ନ ରହିଛି। ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ଅନ୍ୟ ଦୁଇଜଣ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅଛନ୍ତି। ଘଟଣାସ୍ଥଳରେ ସ୍ଥାନୀୟ ଲୋକେ ପହଞ୍ଚି ଡ୍ରାଇଭରଙ୍କୁ ନିସ୍ତୁକ ମାଡ଼ ମାରିବା ସହ ପୋଲିସକୁ ଖବର ଦେଇଥିଲେ। ଡ୍ରାଇଭର ଜଣକ ହେଲେ ନାଉଗାଁ ଥାନା ଗଜରାଜପୁର ନିକଟ ମୁଣ୍ଡାଳର ମନୋଜ ମଲ୍ଲିକ୍‌। ଜଗତସିଂହପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଟ୍ରକ୍‌ଟିକୁ ଜବତ କରିବା ସହ ଏନେଇ ଏକ ମାମଲା ରୁଜୁ କରି ଡ୍ରାଇଭରଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ; ଦାରିଙ୍ଗିବାଡି ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ର ତୃତୀୟ ଦିବସ ମଙ୍ଗଳବାର...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri