ଟ୍ରକ୍‌ ପଛରେ ପିଟିଲା ଟ୍ରକ୍‌, ଖଲାସି ଗୁରୁତର

ଛେଣ୍ଡିପଦା, ୨୭।୧୦(ସ୍ବ.ପ୍ର.)- ଅନୁଗୋଳ ଜିଲା ନିଶା ଥାନା ଅନ୍ତର୍ଗତ ୬୩ ନଂ ରାଜ୍ୟ ରାଜପଥର ରାଇଝରଣଠାରେ ରବିବାର ଏକ ଟ୍ରକ୍‌ ଆଉ ଏକ ଟ୍ରକ୍‌ ପଛରେ ଧକ୍କା ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଜଣେ ଖଲାସି ଗୁରୁତର ହୋଇଛନ୍ତି। ଗୁରୁତରଙ୍କ ପରିଚୟ ଜଣାପଡିନାହିଁ। ଘଟଣାରୁ ପ୍ରକାଶ, ଅନୁଗୋଳ-ଛେଣ୍ଡିପଦା ୬୩ ନମ୍ବର ରାଜ୍ୟ ରାଜପଥରରେ ଏକ ଟ୍ରକ୍‌ (ନଂ. ଓଡି୧୯ଏଫ ୯୯୨୦) ଆଇରନ ବୋଝେଇ କରି ଅନୁଗୋଳ ପଟକୁ ଯାଉଥିବା ବେଳେ ଆଗରେ ଯାଉଥିବା ଅନ୍ୟ ଟ୍ରକ୍‌ ପଛକୁ ଧକ୍କା ଦେଇଥିଲା। ଏଥିରେ ଆଇରନ ବୋଝେଇ ଟ୍ରକ୍‌ର ଚାଳକ ଗୁରୁତର ହୋଇଛନ୍ତି। ସ୍ଥାନୀୟ ଲୋକେ ଆହତଙ୍କୁ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛନ୍ତି। ତେବେ ୪/୫ ଜଣ ଲୋକେ ରାସ୍ତାପାର୍‌ ହେଉଥିବା ଦେଖି ଟ୍ରକ୍‌ ଚାଳକ ଭାରସାମ୍ୟ ହରାଇ ଅନ୍ୟ ଟ୍ରକ୍‌କୁ ଧକ୍କା ଦେଇଥିବା କେତେଜଣ ପ୍ରତ୍ୟକ୍ଷଦର୍ଶୀ କହିଛନ୍ତି। ଖବରପାଇ ନିଶା ଶିଳ୍ପାଞ୍ଚଳ ଥାନା ଏସ୍‌ଆଇ ଅରୁନ୍ଧତୀ ପରିଡା ଘଟଣାସ୍ଥଳରେ ପହଞ୍ଚତ୍ ଟ୍ରକ ଦୁଇଟିକୁ ଜବତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

ଦୁର୍ଗମ ଗାଁକୁ ଯାଇ ଉନ୍ନୟନ କାର୍ଯ୍ୟ ତଦାରଖ କଲେ ଏମ୍‌ପି

ଲାଞ୍ଜିଗଡ଼, ୨୮ା୧୨(ରମେଶ ଚନ୍ଦ୍ର ନାୟକ): ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ରବିବାର କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତର ଦୁର୍ଗମ ତୁର୍କା ଗାଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri