ଟ୍ରକ୍‌ ସହ ପ୍ରବାସୀ ଓଡ଼ିଆଙ୍କୁ ନେଇ ଆସୁଥିବା ବସ୍‌ ମୁହାଁମୁହିଁ: ୧୦ ଆହତ, ୩ ଗୁରୁତର

ବାଲିଗୁଡା/ତୁମୁଡିବନ୍ଧ,୨୬ା୫(ଡି.ଏନ୍‌.ଏ.)- ବାଲିଗୁଡା ଉପଖଣ୍ଡ ତୁମୁଡିବନ୍ଧ ବ୍ଲକ ମୁଣ୍ଡିଗଡ଼ ପଞ୍ଚାୟତ କିନରପଡା ଗ୍ରାମ ନିକଟରେ ସୋମବାର ରାତି ପ୍ରାୟ ୧୧ଟାରେ ପ୍ରବାସୀ ଓଡ଼ିଆଙ୍କୁ ନେଇ ଆସୁଥିବା ଏକ ଘରୋଇ ବସ୍‌ ସହ ଟ୍ରକ୍‌ର ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୧୦ଜଣ ଆହତ ହୋଇଥିବାବେଳେ ୩ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଗୁରୁତରଙ୍କୁ ବ୍ରହ୍ମପୁର ବଡ ମେଡିକାଲକୁ ପଠାଯାଇଛି।
ଗୋଆରେ କାମ କରୁଥିବା ପ୍ରବାସୀ ଓଡ଼ିଆ ଶ୍ରମିକ ଟ୍ରେନ୍‌ ଯୋଗେ ଆସି ସୋମଭାର ଭୋରରେ ଭବାନୀପାଟଣା ରେଳ ଷ୍ଟେସନରେ ଓହ୍ଲାଇଥିଲେ। ସେଠାରୁ ଗଞ୍ଜାମ ଅଭିମୁଖେ ୪୭ ଶ୍ରମିକ ଏକ ଘରୋଇ ବସ୍‌ (ନଂ.ଓଡି୦୭ଡି-୨୦୭୭)ରେ ଫେରୁଥିଲେ। ଏନ୍‌ଏଚ୍‌ ନଂ.୫୯ କିନରପଡା ନିକଟରେ ଟ୍ରକ (ଏପି୩୯ଟିଜି-୭୧୮୯) ଓ ବସ୍‌ ମଧ୍ୟରେ ଧକ୍କା ହୋଇଥିଲା। ତୁମୁଡିବନ୍ଧ ପୋଲିସ ଆହତଙ୍କୁ ଉଦ୍ଧାର କରି ତୁମୁଡିବନ୍ଧ ସ୍ବାସ୍ଥ୍ୟ କେନ୍ଦ୍ରରେ ପ୍ରାଥମିକ ଚିକିତ୍ସା ପରେ ଫୁଲବାଣୀ ଓ ପରେ ବ୍ରହ୍ମପୁର ମେଡିକାଲକୁ ପଠାଇଛନ୍ତି। ଅନ୍ୟଯାତ୍ରୀମାନଙ୍କୁ ତୁମୁଡିବନ୍ଧ ପୋଲିସ ଏକ ବସ୍‌ ଯୋଗେ ଗଞ୍ଜାମ ଅଞ୍ଚଳକୁ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରୀଡ଼ା ସାମଗ୍ରୀ କିଣାରେ ଦୁର୍ନୀତି ଘଟଣା: ଅଭିଯୋଗ ପରେ ବି ହେଉନି କାର୍ଯ୍ୟାନୁଷ୍ଠାନ

ଭବାନୀପାଟଣା,୧୧ା୪(ଉତ୍ତମ କୁମାର ଦାଶ):ପୂର୍ବ ସରକାର ପ୍ରତି ବ୍ଲକକୁ କ୍ରୀଡ଼ା ସାମଗ୍ରୀ କିଣିବା ପାଇଁ ଆର୍ଥିକ ସହାୟତା ଯୋଗାଇଥିଲେ। ଗ୍ରାମାଞ୍ଚଳରେ କ୍ରୀଡ଼ା କ୍ଷେତ୍ରରେ ଆଗ୍ରହ ସୃଷ୍ଟି ଏହାର ମୂଳ…

୪୦ ଫୁଟ୍‌ ତଳକୁ ଖସିଲା OSRTC ବସ୍‌: ୨୪ଯାତ୍ରୀ ଆହତ, ଜଣେ ମୃତ

ପଟ୍ଟାଙ୍ଗି , ୧୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଘାଟିରେ OSRTC ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ଯାତ୍ରୀ ଆହତ…

କେମୋଥେରାପିରେ ସୀମିତ କ୍ୟାନ୍‌ସର ଚିକିତ୍ସା: ୧୩୮କୋଟିର ହସ୍ପିଟାଲରେ ମିଳୁନି ସ୍ବାସ୍ଥ୍ୟସେବା

ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା କ୍ୟାନସର ରୋଗୀଙ୍କ ହବ୍‌ ପାଲଟିଛି। ଏଠାରେ କ୍ୟାନସର ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଅନ୍ୟପଟେ ଏଠାରେ ଥିବା କ୍ୟାନସର ହସ୍ପିଟାଲରୁ…

ଭାଉଜଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଦିଅର, ଗର୍ଭବତୀ ହେବାରୁ…

ପାଟଣା,୧୧ା୪(ବୀରକିଶୋର ଦାଶ):କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ପୋଲିସ ସମ୍ପର୍କୀୟ ବିଧବା ଭାଉଜଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଓ ଭାଉଜ ଗର୍ଭବତୀ ହେବା ପରେ…

ମୁଣ୍ଡିଆ ମାରିଲେ, ମନ୍ଦିରରୁ ସବୁ ଲୁଟିନେଲେ: ମାଷ୍ଟରମାଇଣ୍ଡ୍‌ ଜଣେ ମହିଳା

ଭୁବନେଶ୍ୱର,୧୧।୪(ତ୍ରିନାଥ ମହାନ୍ତି):ଗୋଟିଏ ରାତିରେ ଦୁର୍ବୃତ୍ତମାନେ ୩ ମନ୍ଦିରରେ ପଶି ପୋଛି ନେଇଛନ୍ତି ଲକ୍ଷାଧିକ ଟଙ୍କାର ସୁନା ଗହଣା ଏବଂ ଟଙ୍କା। ଚନ୍ଦ୍ରଶେଖରପୁର ଥାନା ପଟିଆ ଗଁାରେ ଥିବା…

ପୂର୍ବତନ ବିଧାୟକଙ୍କ ଘରବାହୁଡା: ଆଜି କଂଗ୍ରେସରେ ସାମିଲ ହେବେ ସାଧୁ ନେପାକ

ବରଗଡ଼,୧୧।୪( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ଶନିବାର କଂଗ୍ରେସକୁ ଫେରୁଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟାରେ ସେ ଭୁବନେଶ୍ବରସ୍ଥିତ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri