ଟ୍ରକ୍‌ -୧୦୮ ଆମ୍ବୁଲାନ୍‌ସ ମୁହାଁମୁହିଁ ଧକ୍କା: ଜଣେ ମୃତ, ୩ଗୁରୁତର

ଦେବଗଡ଼,୧୭।୪(ସ୍ବ.ପ୍ର.)-ଦେବଗଡ ଜିଲା ତିଲେଇବଣି ବ୍ଲକ ପ୍ରଭାଶୁଣି ଗ୍ରାମ ନିକଟରେ ବୁଧବାର ଭୋର ଏକ ଦୁର୍ଘଟଣା ଘଟିଛି। ଟ୍ରକ୍‌ ଓ ଆମ୍ବୁଲାନ୍‌ସ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ଆମ୍ବୁଲାନ୍‌ସ ଡ୍ରାଇଭର ରଞ୍ଜିତ ପ୍ରଧାନ (୩୬)। ତାଙ୍କ ଘର ରେଢ଼ାଖୋଲରେ। ସେ ତିଲେଇବଣିରେ ଭଡ଼ାରେ ରହୁଥିଲେ। ଗୁରୁତରମାନେ ହେଲେ ଟାଇଁସର ଗ୍ରାମର ଟେକ୍‌ନିସିଆନ୍‌ ଟିକନ ଗଡନାୟକ(୨୫) ଓ ହେଲପର୍‌ ରିପନ ପ୍ରଧାନ(୨୨)। ଆଉ ଜଣେ ଆହତଙ୍କର ପରିଚୟ ମିଳିପାରିନାହିଁ।
ଆମ୍ବୁଲାନ୍‌ସ କର୍ମଚାରୀମାନେ ଜଣେ ରୋଗୀଙ୍କୁ ବୁର୍ଲା ବଡ ଡାକ୍ତରଖାନାରେ ଛାଡି ଦେବଗଡ଼ ଅଭିମୁଖେ ଆସୁଥିଲେ। ତିଲେଇବଣି-କୁଚିଣ୍ଡା ଜାତୀୟ ରାଜପଥର ପ୍ରଭାଶୁଣି ଗ୍ରାମ କରଡାପାଳଠାରେ ଏକ ମାଲବାହୀ ଟ୍ରକ୍‌ ଆମ୍ବୁଲାନ୍‌ସକୁ ସମ୍ମୁଖରୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ସମସ୍ତେ ଛିଟିକି ପଡିଥିଲେ। ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି କୁଚିଣ୍ଡା ଡାକ୍ତରଖାନାକୁ ନେଇଥିଲେ। ତେବେ ଡ୍ରାଇଭରଙ୍କ ବାଟରେ ମୃତ୍ୟୁ ଘଟିଥିଲା। କୁଚିଣ୍ଡାରେ ଜଣେ ଚିକିତ୍ସିତ ହୋଇଥିବାବେଳେ ଟେକ୍‌ନିସିଆନ୍‌ ଓ ହେଲପରଙ୍କୁ ବୁର୍ଲା ପଠାଯାଇଥିଲା। ସ୍ବାସ୍ଥ୍ୟବସ୍ଥା ଗମ୍ଭୀର ଥିବାରୁ ସେମାନଙ୍କୁ ପରେ କଟକ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି। ଦୁର୍ଘଟଣା ଘଟାଇ ଟ୍ରକ୍‌ ଡ୍ରାଇଭର ଫେରାର୍‌ ହୋଇଯାଇଛନ୍ତି। ସ୍ଥାନୀୟ ପୋଲିସ ଘଟଣାର ଅଧିକ ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ରଥଯାତ୍ରା: ମୀନାବଜାର ଦୋଳିରେ କରେଣ୍ଟ ଲାଗି ଚାଲିଗଲା ନାବାଳକଙ୍କ ଜୀବନ

ପାରଳାଖେମୁଣ୍ଡି,୧୬ା୭(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡିରେ ରଥଯାତ୍ରା ପାଇଁ ପଡିଥିବା ମୀନା ବଜାର ପରିସରରେ ବିଦ୍ୟୁତ୍‌ ଆଘାତରେ ଜଣେ ନାବାଳକ(୧୫)ଙ୍କ ମୃତ୍ୟୁ ହୋଇଛି। ସେ ହେଲେ ପାରଳାଖେମୁଣ୍ଡି ଫ୍ରେଣ୍ଡ୍ସ କଲୋନୀ…

ରଥଯାତ୍ରାରେ ଭକ୍ତଙ୍କ ମୃତ୍ୟୁକୁ ନେଇ ବଡ଼ କଥା କହିଲେ ମନ୍ତ୍ରୀ

ପୁରୀ,୧୬।୭: ପୁରୀ ରଥଯାତ୍ରାରେ ଅଣନିଶ୍ବାସୀ ହୋଇ ଭକ୍ତଙ୍କ ମୃତ୍ୟୁକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ବଡ଼ ସୂଚନା ଦେଇଛନ୍ତି। ରଥଯାତ୍ରାରେ ଦଳା ଚକଟା ହୋଇ ନ…

ରଥଯାତ୍ରାରେ ସୁରକ୍ଷା ଢ଼ିଲା: ଲୁଟିନେଲେ ମହିଳାଙ୍କ ସୁନାଚେନ୍‌; ଟ୍ରାଫିକ ଜାମ୍‌, ଲୋକେ ହଟହଟା

ବରଗଡ଼,୧୬।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଏଥର ପ୍ରଥମଥର ପାଇଁ ସ୍ଥାନୀୟ ବୀର ସୁରେନ୍ଦ୍ର ସାଏ ଛକରେ ଭଟଲି ଛକ ଏବଂ ଖଜୁରଟିକ୍ରାରୁ ବାହାରିଥିବା ମହାପ୍ରଭୁଙ୍କ ରଥ ଏକାଠି…

ଠାକୁର ଅଜା ଶ୍ରୀ ସିଦ୍ଧ ବଳରାମଙ୍କ ରଥଯାତ୍ରା: ପାଚିଲା ପଣସ ଭୋଗରେ ମହକିଲା ପୀଠ

ସାକ୍ଷୀଗୋପାଳ, ୧୬।୭ (କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସ୍ଥାନୀୟ ପ୍ରସିଦ୍ଧ ବକୁଳ ବନର ଅଧିଶ୍ୱର ଠାକୁର ଅଜା ଶ୍ରୀସିଦ୍ଧ ବଳରାମଦେବଙ୍କ ପବିତ୍ର ରଥଯାତ୍ରା ଗୁରୁବାର ଭକ୍ତିପୂତ ପରିବେଶରେ…

ରଥଟଣା ବେଳେ ଅଘଟଣ: ଶଳାକୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଭିଣୋଇ, ଦଳାଚକଟାରେ ଜଣେ ଆହତ

ପୁରୁଷୋତ୍ତମପୁର, ୧୬।୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଅରଖପୁର ଗ୍ରାମରେ ରଥଯାତ୍ରା ସମୟରେ ଏକ ଅଭାବନୀୟ ଘଟଣା ଘଟିଛି। ରଥଟଣା ଚାଲିଥିବା ବେଳେ ପାରିବାରିକ…

କୁଲାଡ ବଡ଼ଦାଣ୍ଡ ଭକ୍ତମୟ: ମାଉସୀମା ମନ୍ଦିରରେ ଲାଗିଲା ରଥ, ମଝି ରାସ୍ତାକୁ ଆଣିବା ପାଇଁ ନିଆଯାଇଥିଲା ହାଇୱାର ସହାୟତା

ଭଞ୍ଜନଗର, ୧୬।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡ ଜଗନ୍ନାଥ ମନ୍ଦିର ପକ୍ଷରୁ ପବିତ୍ର ଗୁଣ୍ଡିଚା ଯାତ୍ରା ଗୁରୁବାର ଅତି ଆଡ଼ମ୍ବର ସହକାରେ ପାଳିତ…

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ବଡ଼ ସୂଚନା, ସକାଳ ସାଢେ ୯ଟାରେ ପୁଣି ଟଣା ହେବ ରଥ

ପୁରୀ,୬।୭: ଭକ୍ତି, ହର୍ଷଉଲ୍ଲାସରେ ଆରମ୍ଭ ହୋଇଛି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଘଣ୍ଟ, ଘଣ୍ଟା ଏବଂ ହରିବୋଲ ହୁଳହୁଳିରେ ଭକ୍ତ ଶ୍ରଦ୍ଧାର ସହିତ ଟାଣିଥିଲେ ୩ ରଥ। ସନ୍ଧ୍ୟା ପ୍ରାୟ…

ଦିଗପହଣ୍ଡିରେ ନିଆରା ପରମ୍ପରା: ଆଜି ଶେଷ ହେଲା ଶ୍ରୀଜୀଉଙ୍କ ପହଣ୍ଡି, କାଲି ଟଣା ହେବ ରଥ

ଦିଗପହଣ୍ଡି, ୧୬।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଗଡ଼ଜାତ ଅଞ୍ଚଳ ଦିଗପହଣ୍ଡିରେ ପବିତ୍ର ଘୋଷଯାତ୍ରା ଅବସରରେ ଏକ ନିଆରା ପରମ୍ପରା ଦେଖିବାକୁ ମିଳିଛି। ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri