ଟ୍ରକ ଚକା ତଳେ ଗଲା ଦୁଇଭାଇଙ୍କ ଜୀବନ

ନୂଆଗାଁ,୯।୬(ଡି.ଏନ.ଏ.)-ନୟାଗଡ଼ ଜିଲା ନୂଆଗାଁ ଥାନା ସୋରଡ଼ାଠାରେ ଏକ ଗ୍ୟାସ ବୋଝେଇ ଟ୍ରକ ଗୋଟିଏ ବାଇକ୍‌କୁ ଧକ୍କା ଦେବାରୁ ଘଟଣାସ୍ଥଳରେ ବାଇକ୍‌ ଆରୋହୀ ୨ ଭାଇଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୋରଡା ଗ୍ରାମର ରମେଶ ଚନ୍ଦ୍ର ନାୟକ (୫୫) ଓ ଚନ୍ଦ୍ରମଣି ନାୟକ ଓରଫ ଗଣେଶ (୪୬) ।

ବଡ ଭାଇ ରମେଶ ଅସୁସ୍ଥ ଥିବାରୁ ତାଙ୍କୁ ଡାକ୍ତରଙ୍କୁ ଦେଖାଇବା ପାଇଁ ସାନ ଭାଇ ଚନ୍ଦ୍ରମଣି ନିଜ ଟିଭିଏସ ବାଇକ ନଂ.ଓଆର ୧୩ ଏଫ ୨୨୪୯ ଯୋଗେ ଶନିବାର ପୂର୍ବାହ୍ନରେ ନୟାଗଡ ଡାକ୍ତରଖାନାକୁ ନେଇଥିଲେ। ସେଠାରେ ରମେଶ ଡାକ୍ତରୀ ଚିକିତ୍ସା କରାଇବା ପରେ ଅପରାହ୍ନ ପ୍ରାୟ ୨ଟାରେ ୨ଭାଇ ବାଇକ୍‌ ଯୋଗେ ଘରକୁ ଫେରୁଥିଲେ । ଏହି ସମୟରେ ଦଶପଲ୍ଲା ପଟୁ ନୟାଗଡ ଅଭିମୁଖେ ଯାଉଥିବା ଓଆର୨୧ – ୮୬୦୯ନମ୍ବର ବିଶିଷ୍ଟ ଗ୍ୟାସ ବୋଝେଇ ଟ୍ରକ ସୋରଡା ପୋଖରୀ ନିକଟରେ ବାଇକକୁ ଧକ୍କା ଦେବା ସହ ଉଭୟଙ୍କୁ ଚାପି ଦେଇଥିଲା । ବାଇକଟି ସମ୍ପୂର୍ଣ୍ଣ ଚୂରମାର ହୋଇଯାଇଥିବାବେଳେ ଘଟଣାସ୍ଥଳରେ ୨ଭାଇଙ୍କର ମୃତ୍ୟୁ ଘଟିଥିଲା। ଘରେ ପହଞ୍ଚତ୍ବାକୁ ଆଉ ମାତ୍ର ୫୦୦ ମିଟର ରାସ୍ତା ବାକି ଥିବାବେଳେ ଘରକୁ ଫେରି ନ ଥିଲେ ଦୁଇଭାଇ। ଦୁର୍ଘଟଣାସ୍ଥଳରେ ପରିବାର ଲୋକ, ଗ୍ରାମବାସୀ ପହଞ୍ଚତ୍ବା ପରେ ଏକ ଶୋକାକୁଳ ପରିବେଶ ସୃଷ୍ଟି ହେବା ସହ ଉତ୍ତେଜନା ପ୍ରକାଶ ପାଇଥିଲା। ଲୋକଙ୍କ ଭୟରେ ଟ୍ରକ ଡ୍ରାଇଭର ଦ୍ରୁତ ଗତିରେ ଗାଡି ଚଳାଇ ସେଠାରୁ ଖସି ଆସି ନୂଆଗାଁ ଥାନାରେ ଆତ୍ମସମର୍ପଣ କରିଥିଲେ। ନୂଆଗାଁ ଥାନା ଆଇଆଇସି ମନୋରମା ମଲିକ ସଦଳବଳ ଘଟଣା ସ୍ଥଳରେ ପହଞ୍ଚତ୍ ମୃତକଙ୍କ ପରିବାରକୁ ବୁଝାଶୁଝା କରିଥିଲେ । ନୂଆଗାଁ ତହସିଲଦାର ଓ ବିଡିଓ ଉଭୟେ ଅନୁପସ୍ଥିତ ଥିବାରୁ ଦଶପଲ୍ଲା ତହସିଲଦାରଙ୍କ ତରଫରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଉଭୟ ପରିବାରକୁ ଦଶ ହଜାର ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ କରାଯାଇଥିଲା। ୨ଭାଇଙ୍କ ମୃତଦେହ ବ୍ୟବଚ୍ଛେଦ ପାଇଁ ଦଶପଲ୍ଲା ଡାକ୍ତରଖାନାକୁ ପଠାଇ ଦିଆଯିବା ସହ ଟ୍ରକ ଡ୍ରାଇଭରଙ୍କୁ ଥାନାରେ ଅଟକ ରଖାଯାଇଛି । ରବିବାର ଡ୍ରାଇଭରଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ନୂଆଗାଁ ଥାନା ଆଇଆଇସି ମଲିକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଟିକେଟ ନ ମିଳିଲେ ସ୍ବାଧୀନ ଭାବେ ଲଢ଼ିବେ ଅନୁଭବ’

ଖଣ୍ଡପଡ଼ା,୨୩ା୪(ଅଜୟ କୁମାର ମହାରଣା):ନୟାଗଡ଼ ଜିଲାର ବିଭିନ୍ନ ବିଧାନସଭା କ୍ଷେତ୍ର ପାଇଁ ବିଜେଡି ପ୍ରାର୍ଥୀ ଚୟନ କରିସାରିଥିବାବେଳେ ଖଣ୍ଡପଡ଼ା ନିର୍ବାଚନମଣ୍ଡଳୀ ଘୋଷଣା ବାକି ରହିଛି। ବିଜେଡି ପକ୍ଷରୁ...

ବିଜେଡି, କଂଗ୍ରେସର ଅଭିଜ୍ଞ, ଭାଜପାର ନୂଆ ପ୍ରାର୍ଥୀ

ନୟାଗଡ,୨୨।୪(ଲୋକନାଥ ମିଶ୍ର):ନୟାଗଡ଼ ଜିଲାର ଦଶପଲ୍ଲା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ଓ କଂଗ୍ରେସର ଦୁଇ ଅଭିଜ୍ଞ ପ୍ରାର୍ଥୀ ନିର୍ବାଚନ ମଇଦାନକୁ ଓହ୍ଲାଇଥିବାବେଳେ ଭାଜପାର ନୂଆମୁହଁ ସହ ଲଢ଼େଇ...

୧୩ ବଖରା ଭସ୍ମୀଭୂତ

ନୂଆଗାଁ,୨୧।୪(ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକ ଉଦୟପୁର ପଞ୍ଚାୟତ ଶିଖରଗୋଛା ଗ୍ରାମରେ ଶନିବାର ନିଆଁ ଲାଗି ୧୩ ବଖରା ଘର ପୋଡ଼ି ପାଉଁଶ ହୋଇଯାଇଛି। ଅଗ୍ନିବିପନ୍ନମାନେ...

ଚନ୍ଦନ ପୋଖରୀରେ ପଦ୍ମ,କଇଁ ଫୁଟିବ

ଖଣ୍ଡପଡ଼ା,୨୧ା୪(ଅଜୟ କୁମାର ମହାରଣା)ନୀଳମାଧବ ଜୀଉଙ୍କ ଚନ୍ଦନ ପୋଖରୀର ନବୀକରଣ କାର୍ଯ୍ୟ ସହ ପଙ୍କ ଉଦ୍ଧାର କାମ ସରିଛି। କାମ ସରିବା ପରେ ପାଣି ଭରି ଦିଆଯାଇଛି।...

ଆଚରଣ ବିଧି ସମୟରେ ଚାଲିଛି ନିଯୁକ୍ତି

ନୟାଗଡ଼,୨୧।୪(ଲୋକନାଥ ମିଶ୍ର)ନିର୍ବାଚନ ଆଚରଣ ବିଧି ଲାଗୁ ପରେ ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସରଳୟ(ଡିଏଚ୍‌ଏଚ୍‌)ରେ ନିଯୁକ୍ତି ହେଉଥିବା ଅଭିଯୋଗ ହୋଇଛି। ପୁଣି ଜିଲାପାଳଙ୍କ ଅଧ୍ୟକ୍ଷତାରେ ବଦଳି କମିଟି...

ସରକାରୀ କଟକଣା ମାନୁନାହାନ୍ତି ଅଧିକାରୀ

ଓଡ଼ଗାଁ,୨୧ା୪ (ଆଦର୍ଶ କୁମାର ପଟ୍ଟନାୟକ)ସକାଳ ୮ଟାରୁ ପ୍ରଚଣ୍ତ ଖରାରେ ସିଝୁଛି ସାରା ଓଡ଼ିଶା। ଏଥିରୁ ନୟାଗଡ଼ ଜିଲା ଓଡ଼ଗାଁ ବାଦ ଯାଇନି। ଏପଟେ ରାଜ୍ୟ ସରକାର...

ଅଣଚାଷୀଙ୍କୁ ପ୍ରାଧାନ୍ୟ ଦେଉଛି କୃଷି ବିଭାଗ

ନୟାଗଡ଼,୨୦।୪(ଲୋକନାଥ ମିଶ୍ର)ନୟାଗଡ଼ ଜିଲା ସଦର ବ୍ଲକର ବାଲୁଗଁା ପଞ୍ଚାୟତ ଅଞ୍ଚଳରେ ଚାଷୀ ଓ ଚାଷକୁ କୃଷି ବିଭାଗ ଅଣଦେଖା କରୁଥିବା ଅଭିଯୋଗ ହୋଇଆସୁଛି। ଚାଷୀ ଓ...

ପ୍ରାର୍ଥୀ ଚୟନରେ ବିଳମ୍ବ, ଫାଇଦା ଉଠାଉଛି ଭାଜପା

ନୟାଗଡ଼/ଭାପୁର,୧୮।୪(ଲୋକନାଥ ମିଶ୍ର/ଭରତ କୁମାର ବେହେରା)ନୟାଗଡ଼ ଜିଲାର ଖଣ୍ଡପଡ଼ା ନିର୍ବାଚନମଣ୍ଡଳୀରେ ରାଜନୈତିକ ଉଷ୍ମତା ଜୋର ଧରିନି। ଏଠାରେ ବିଜେଡି ଓ କଂଗ୍ରେସ ପ୍ରାର୍ଥୀ ଦେଉ ନ ଥିବାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri