ଟ୍ରକ ଚକା ତଳେ ଚାଲିଗଲା ବୃଦ୍ଧଙ୍କ ଜୀବନ

ବ୍ରହ୍ମପୁର ଅଫିସ,୩।୫: ବ୍ରହ୍ମପୁର ସହର ଦେଇ ଯାଇଥିବା ଜାତୀୟ ରାଜପଥ ୫୯- ଆସ୍କାରୋଡ ପୋଲିସ କଲୋନୀ ଛକରେ ବୁଧବାର ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଧକ୍କାରେ ଜଣେ ସ୍କୁଟି ଚାଳକଙ୍କ ମୃତ୍ୟୁ ଘଟିଛି।
ଖବର ପାଇ ଟ୍ରାଫିକ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ମୃତ ବୃଦ୍ଧ ଜଣଙ୍କ ଟାଉନଥାନା ଅନ୍ତର୍ଗତ ଭାପୁର ବଜାର ପାନବିକା ସାହିର ୟାଇ. ମୋହନ ରାଓ (୬୨)। ଖବର ପାଇ ମୃତକଙ୍କ ପୁଅ ୟାଇ . ସନ୍ତୋଷ କୁମାର ମେଡିକାଲରେ ପହଞ୍ଚି ବାପାଙ୍କ ମୃତଦେହ ଚିହ୍ନଟ କରିଥିଲେ ବୋଲି ପୋଲିସ କହିଛି। ଟ୍ରକ ଚାଳକଙ୍କ ବେପାରୁଆ ଗାଡ଼ି ଚାଳନା ଯୋଗୁ ଏଭଳିଭାବେ ଦୁର୍ଘଟଣା ଘଟି ଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଛି। ଘଟଣାରୁ ପ୍ରକାଶ ଯେ, ମୋହନା ରାଓ ବୁଧବାର ସକାଳେ ସ୍କୁଟି ନମ୍ବର ଓ ୦୨ ଏ ଜାଡ଼ ୧୩୫୯ ରେ ଫାଷ୍ଟଗେଟ ଯାଉଥିଲେ। ନୂଆ ତାଲୁକା ନିକଟ ପୋଲିସ କଲୋନୀ ଛକରେ ବିପରୀତ ଦିଗରୁ ଏକ ଟ୍ରକ୍‌ କେଏ ୩୫ସି ୯୮୪୫ ସ୍କୁଟି ପଛପଟୁ ଧକ୍କା ଦେଇଥିଲା। ସ୍କୁଟି ଚାଳକ ମୋହନ ଗାଡ଼ିରୁ ଛିଟିକି ତଳେ ପଢି ଯାଇଥିଲେ। ଉକ୍ତ ଟ୍ରକର ପଛ ଚକଟି ମୋହନଙ୍କ ମୁଣ୍ଡ ଉପରେ ଚଢି ଯାଇଥିଲା। ଯାହାଫଳରେ ସେଠାରେ ହିଁ ମୋହନାଙ୍କ ମୃତ୍ୟୁ ଘଟିଥିଲା ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାରବାଟୀରେ ଗର୍ଜିଲେ ସମୀର ଦାଶ; ହଜାର ହଜାର ସମର୍ଥକ କହିଲେ ‘ସମୀର ନାହିଁ ତ ଶଙ୍ଖ ନାହିଁ’ 

ନିମାପଡ଼ା,୨୦।୪: ବିଜେଡି ପକ୍ଷରୁ ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ଟିକେଟ ମିଳିନାହିଁ। ଏହାକୁ ନେଇ ତାଙ୍କର ସମର୍ଥକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି।...

ଜଙ୍ଗଲରେ ନିଆଁ: ସହରମୁହାଁ ଭାଲୁ, ଧରିବା ପାଇଁ ବନ ବିଭାଗ ନାକେଦମ୍‌

କୋରାପୁଟ,୨୦ା୪(ଅମିତାଭ ବେହେରା): ବର୍ତ୍ତମାନ କୋରାପୁଟର ବିଭିନ୍ନ ଜଙ୍ଗଲରେ ଲୋକେ ନିଆଁ ଲଗାଇଥିବା ବେଳେ ଏଥିଯୋଗୁ ଜଙ୍ଗଲରେ ଥିବା ବନ୍ୟପ୍ରାଣୀ ଏବେ ଖାଦ୍ୟ ଅନ୍ବେଷଣରେ ସହରମୁହାଁ ହେଉଥିବା...

ରାଜନୀତି ବିନା ମୁଁ ବଞ୍ଚିପାରିବି ନାହିଁ, ଟିକେଟ୍‌ ମିଳିବା ପରେ କହୁକହୁ ଅନେକ କିଛି କହିଦେଲେ ସନାତନ

କେନ୍ଦୁଝର,୨୦ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବିତ୍ତଶାଳୀ ଚମ୍ପୁଆ ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀ ହୋଇଛନ୍ତି ପୂର୍ବତନ ବିଧାୟକ ସନାତନ ମହାକୁଡ଼। ଗତ ନିର୍ବାଚନରେ ନିଜେ ନ ଲଢ଼ି...

ଲବି କରୁଥିଲେ ତିନି ନେତା, ବର୍ଷାଙ୍କୁ ଟିକେଟ୍ ଦେଇ ଚମକାଇଦେଲେ ନବୀନ

ଭୁବନେଶ୍ୱର,୨୦ା୪: ଶନିବାର ବିଜୁ ଜନତା(ବିଜେଡି) ଦଳ ମୁଖିଆ ନବୀନ ପଟ୍ଟନାୟକ ଶନିବାର ନଅ ବିଧାନସଭା ଆସନ ପାଇଁ ଟିକେଟ୍ ଘୋଷଣା କରିଛନ୍ତି। ଏଥିରେ ଅଭିନେତ୍ରୀ ବର୍ଷା...

ଅଖିଳଙ୍କ ପ୍ରାର୍ଥିତ୍ୱକୁ ବିରୋଧ କଲା ଭାଜପାର ଆଉ ଏକ ଗୋଷ୍ଠୀ

ପାଟଣା,୨୦ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବୈତରଣୀ ନଦୀକୂଳ ଧାନବେଣୀ ପାର୍ଶ୍ୱରେ ଶନିବାର ପାଟଣା ଭାଜପା ନିର୍ବାଚନ ମଣ୍ଡଳୀସ୍ତରୀୟ ନିଷ୍ପତ୍ତି ସାମାବେଶ ଅନୁଷ୍ଠିତ ହୋଇଛି। ସୂଚନାଯୋଗ୍ୟ,...

ମହାନଦୀ ବୋଟ୍‌ ଟ୍ରାଜେଡି: ମିଳିଲା ଆଉ ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡି ଘଟଣାରେ ଆଉ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ଏହାକୁ ମିଶାଇ ମୋଟ ୮ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ଆଜି...

ଅସମ୍ଭାଳ ତାତି, ଅଂଶୁଘାତରେ ୨୮ ଆକ୍ରାନ୍ତ ଡାକ୍ତଖାନାରେ ଭର୍ତ୍ତି

ସୁନ୍ଦରଗଡ,୨୦।୪: ଅସମ୍ଭାଳ ହେଲାଣି ତାତି। ଆଉ ବଢ଼ିବାରେ ଲାଗିଛି ରାଜ୍ୟରେ ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା। ସୁନ୍ଦରଗଡରେ ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା ୨୮ରେ ପହଞ୍ଚିଛି। ପିଏଚସିରୁ ଜିଲା...

କାମ ସାରି ଘରକୁ ଫେରୁଥିବା ବେଳେ ପଛପଟୁ ଧକ୍କା ଦେଲା ପିକଅପ୍‌ ଭ୍ୟାନ୍‌

ବାଲେଶର ଅଫିସ,୨୦।୪( ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଥାନାରେ ହୋମଗାର୍ଡ ଭାବେ କାର୍ଯ୍ୟ କରୁଥିବା ଛୋଟକାନପୁର ଗ୍ରାମର ଲକ୍ଷ୍ମୀଧର ଜେନା ( ୫୬) ଶନିବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri