ଟ୍ରକ ଧକ୍କାରେ ଜଣେ ମୃତ

ବଅଁରପାଳ,୨୨।୧୦(ଡି.ଏନ.ଏ.)-ବଅଁରପାଳ ଥାନା ହାଇସ୍କୁଲ ନିକଟରେ ସୋମବାର ସାରେ ଏକ କୋଇଲା ବୋଝେଇ ଟ୍ରକ ଧକ୍କାରେ ବଅଁରପାଳ ଥାନା ସାଲଗାଡ଼ିଆ ଗ୍ରାମର ଲକ୍ଷ୍ମଣ ଖଟୁଆ(୩୫)ଙ୍କ ମୃତ୍ୟୁ ହୋଇଛି। ସେ ସାଇକେଲ ଯୋଗେ ବଅଁରପାଳରୁ ନିଜ ଗ୍ରାମକୁ ଫେରୁଥିବାବେଳେ ଅନୁଗୋଳରୁ ତାଳଚେର ଅଭିମୁଖେ ଆସୁଥିବା ଟ୍ରକ ନଂ.(ଓଆର ୧୪ ଏଫ ୧୦୨୮) ତାଙ୍କୁ ଧକ୍କା ଦେଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରାଯାଇ ବଅଁରପାଳ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ କୌଣସି ଡାକ୍ତର ନ ଥିବାରୁ ତାଙ୍କୁ ଅନୁଗୋଳ ମୁଖ୍ୟ ଚିକିତ୍ସାଳୟକୁ ଅଣାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଅପରପକ୍ଷେ ଚିକିତ୍ସା ଅଭାବରୁ ଲକ୍ଷ୍ମଣଙ୍କ ମୃତ୍ୟୁ ଘଟିଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ ୨୬ରେ ଠାକୁରାଣୀ ଯାତ୍ରା; ଚଳଚଞ୍ଚଳ ଭଞ୍ଜନଗର, ଖୁବଶୀଘ୍ର ଖୋଲିବ ହାତିବନ୍ଧ ପାର୍କ

ଭଞ୍ଜନଗର,୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଐତିହାସିକ ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହୋଇ ମେ ମାସ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ।…

ଧରିତ୍ରୀର ବଡ଼ ପ୍ରଭାବ: ୭୭ ବର୍ଷର ଅନ୍ଧାର ଚିରି ପହଞ୍ଚିଲା ପ୍ରଶାସନ, ବିକାଶ ଆଶାରେ କେନ୍ଦୁଗୁଡ଼ା-କନ୍ଦାଗୁଡ଼ା

ଥୁଆମୁଳ ରାମପୁର,୫।୪(ଦୁର୍ଗା କୀର୍ତ୍ତି): ସାମ୍ବାଦିକତା ଯେତେବେଳେ ସମାଜର ଅନ୍ତିମ ପାହାଚରେ ଥିବା ମଣିଷର ସ୍ୱର ସାଜେ, ସେତେବେଳେ ପ୍ରଶାସନ ମୁଣ୍ଡ ନୁଆଁଇବାକୁ ବାଧ୍ୟ ହୁଏ। ଏହାର ଏକ…

ସମ୍ବଲପୁରର ଗୌରବକୁ ଲୋକଲୋଚନକୁ ଆଣିବା ପାଇଁ ପ୍ରୟାସ

ସମ୍ବଲପୁର,୫।୪(ପ୍ରମୋଦ ବହିଦାର): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିର ପ୍ରଚାର ପ୍ରସାର ପାଇଁ ଚାଲିଥିବା ‘ଓଡ଼ିଆ ପକ୍ଷ’ ପାଳନ ଅବସରରେ ସମ୍ବଲପୁର ମହାନଗର ନିଗମ ଅଞ୍ଚଳରେ ଏକ…

କେନ୍ଦୁଘାଟିରେ ଓଲଟିଲା କୋଳଥ ବୋଝେଇ ଟ୍ରକ୍‌: ଡ୍ରାଇଭର ଗୁରୁତର 

ମୋହନା,୫।୪(ମନ୍ମଥ ମିଶ୍ର):ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲିଲିଗଡ଼ ନିକଟ କେନ୍ଦୁଘାଟି ବୁଲାଣିରେ ଦୁର୍ଘଟଣା ଘଟିଛି। ସୂଚନା ପ୍ରକାରେ ବ୍ରହ୍ମପୁରଠାରୁ ଏକ କୋଳଥ ବୋଝେଇ ଟ୍ରକ ଜୟପୁର…

ବଢ଼ୁଛି ନର୍ଲା ବିଧାୟିକା,ବ୍ଲକ ଅଧ୍ୟକ୍ଷଙ୍କ କ୍ରେଜ୍‌: ଓ୍ବାରେଣ୍ଟି ପରେବି ମିଳୁଛି ଲୋକଙ୍କ ସମର୍ଥନ

କେସିଙ୍ଗାତା,୫।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମବାସୀ ଏକତ୍ରିତ ହୋଇଛନ୍ତି। ନର୍ଲା ବିଧାୟିକା ମନୋରମ ମହାନ୍ତି ଓ ଭାରପ୍ରାପ୍ତ ବ୍ଲକ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ…

ଜିରାନଦୀରେ ମିଶୁଛି ସହରର ନର୍ଦ୍ଦମା ପାଣି, ରୋଗରେ ହନ୍ତସନ୍ତ ଲୋକେ

ବରଗଡ଼,୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଜୀବନ ରେଖା କୁହାଯାଉଥିବା ଜୀରାନଦୀ ଜଳ ପ୍ରଦୂଷିତ ହେଉଛି । କେବଳ ସେତିକି ନୁହେଁ, ଜବରଦଖଲ ଯୋଗୁ ଦିନକୁ ଦିନ ନଦୀ ସଙ୍କୁଚିତ…

ଧାନ କିଣି ନେଲେ ହେଲେ ଦେଲେନି ଟଙ୍କା: ମାଗିବାରୁ ଦେଉଥିଲେ ହତ୍ୟା ଧମକ, ଏବେ…

ରିଆମାଳ,୫।୪(ବଦ୍ରୀ ନାରାୟଣ ଅଗ୍ରୱାଲ): ରିଆମାଳ ଥାନାଞ୍ଚଳର ବିଭିନ୍ନ ଗ୍ରାମର ଗରିବ ଚାଷୀଙ୍କ ନିକଟରୁ ପ୍ରାୟ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଏ ନେଇ…

ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା

ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri