ଟ୍ରକ ଧକ୍କାରେ ବାଇକ୍‌ ଚାଳକ ମୃତ :କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ

ଛତ୍ରପୁର,୫ା୧୧(ଡି.ଏନ.ଏ) -ଛତ୍ରପୁର ଥାନା ଅଧୀନ ବଡମାଧପୁର ଗାଁ ହନୁମାନ ସାହି ରାସ୍ତାରେ ସୋମବାର ମଧ୍ୟାହ୍ନରେ ଏକ ବାଇକକୁ ଟ୍ରକ ଧକ୍କା ଦେବାରୁ ବାଇକ ଚାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଗଞ୍ଜାମ ବ୍ଲକ ମଲାଡ ପଞ୍ଚାୟତ ଅଧୀନ କୁଶପଲ୍ଲୀ ଗାଁର ସୁରେନ୍ଦ୍ର ଦାସ। ଦୁର୍ଘଟଣା ପରେ ସେଠାରେ ଉତ୍ତେଜନା ପ୍ରକାଶ ପାଇଥିଲା। ସ୍ଥାନୀୟ ଲୋକେ ମୃତଦେହ ରଖି ଟାୟାର ଜାଳି ରାସ୍ତା ଅବରୋଧ କରିଥିଲେ ା ଫଳରେ ଛତ୍ରପୁର-ତାରାତାରିଣୀ ମୁଖ୍ୟ ରାସ୍ତାରେ ସାଢେ ୫ ଘଣ୍ଟା ଯାତାୟତ ବାଧାପ୍ରାପ୍ତ ହୋଇଥିଲାା ମୃତ ବ୍ୟକ୍ତିଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା କ୍ଷତିପୂରଣ ଦାବି କରାଟାଇଥିଲାା ପରେ ଘଟଣାସ୍ଥଳରେ ଛତ୍ରପୁର ଅତିରିକ୍ତ ତହସିଲଦାର ରାକେଶ କୁମାର ନାହାକ, ଥାନା ଆଇଆଇସି ପ୍ରିୟସ ରଞ୍ଜନ ଛୋଟରାଏ, ଆରଆଇ ସୁଶାନ୍ତ ଶବର ପହଞ୍ଚି ଆନ୍ଦୋଳନକାରୀଙ୍କୁ ବୁଝାଶୁଝା କରିଥିଲେ ା ରେଡକ୍ରସରୁ ୨୦ ହଜାର ଟଙ୍କା ଦିଆଯିବ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଥିଲା ା ଏଥିସହ ଟ୍ରକ ମାଲିକ କ୍ଷତିପୂରଣ ଦେବେ ବୋଲି ଲିଖିତ ଭାବେ ଜଣାଇବାରୁ ସନ୍ଧ୍ୟା ପ୍ରାୟ ସାଢେ ୬ଟାରେ ରାସ୍ତା ଅବରୋଧ ହଟିଥିଲାା ପ୍ରକାଶ ଯେ, ବଡମାଧପୁର ହନୁମାନ ସାହି ରାସ୍ତାରେ ସୋମବାର ବାଇକ (ଓଡି ୦୭ ଏବି୧୫୧୪) ଯାଉଥିବା-ବେଳେ ସମ୍ମୁଖରୁ ଏକ ଟ୍ରକ୍‌ (ଓଆର୍‌ ୦୭ ଏଏ ୮୧୬୪) ଧକ୍କା ଦେଇ
ଥିଲା ା ଘଟଣାସ୍ଥଳରେ ବାଇକ୍‌ ଚାଳକ ସୁରେନ୍ଦ୍ରଙ୍କ ମୃତ୍ୟୁ ଘଟିଥିଲା। ଟ୍ରକଟିକୁ ପୋଲିସ ଜବତ କରିଛି ା


Enter your email to get our daily news in your inbox.

All Right Reserved By Dharitri.Com

ଖାଉଟିଙ୍କୁ ମହଙ୍ଗା ମାଡ଼: ହୁ ହୁ ହୋଇ ବଢୁଛି ଚିନି ଦର

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ):ରାଜ୍ୟରେ ଗତ କିଛିଦିନ ଧରି ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ଓ ପନିପରିବା ଦର ହୁ ହୁ ହୋଇ ବଢ଼ିଚାଲିଛି। ପିଆଜ, ରସୁଣ, ଅଦା ଓ…

ଅସମ୍ଭାଳ ସ୍ଥିତିରେ ଝାରପଡ଼ା ଜେଲ: ଡ୍ରାଇଭର ଗିରଫ ପରେ…

ଭୁବନେଶ୍ୱର,୨୧।୮(ତ୍ରିନାଥ ମହାନ୍ତି):ମାଷ୍ଟରକ୍ୟାଣ୍ଟିନ ହିଂସା ଘଟଣାରେ ୧୧୩ ଜଣ ଅନ୍‌ଲାଇନ୍‌ ଅଟୋ ଡ୍ରାଇଭର ଗିରଫ ହୋଇ ଜେଲ ଯାଇଛନ୍ତି। ଜେଲ ଯିବା ପରେ ଏବେ ଝାରପଡ଼ା ଜେଲ କର୍ତ୍ତୃପକ୍ଷଙ୍କ…

କିମ୍ସ ଡାକ୍ତରଙ୍କୁ ବଡ଼ ସଫଳତା: ୧୦ ମାସ ଶିଶୁର ଖାଦ୍ୟ ନଳୀରୁ ବାହାରିଲା ପିନ୍‌

ଭୁବନେଶ୍ୱର, ୨୧ା୮:ରାଉରକେଲାର ଜଣେ ୧୦ ମାସର ଶିଶୁ ଭୁଲ୍‌ବଶତଃ ଏକ ଧାତବ ପିନ୍‌ ଗିଳିଦେବା ପରେ ତାହା ଖାଦ୍ୟନଳୀରେ ଅଟକିଯାଇଥିଲା। ଭୁବନେଶ୍ୱରସ୍ଥିତ କିମ୍ସ ହସ୍ପିଟାଲରେ ଡାକ୍ତରମାନେ ଆଡ୍‌ଭାନ୍ସ…

ଆସୁଛି ଆଉ ଏକ ଲଘୁଚାପ: ଆଜିଠୁ ସପ୍ତାହେ ଯାଏ ବର୍ଷା

ଭୁବନେଶ୍ୱର, ୨୧ା୮:ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା ପାଗ ସହ ଖରା…

ଶୁକ୍ରବାରଠୁ ସପ୍ତାହେ ଯାଏ ବର୍ଷା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୦ା୮(ବନ୍ଦନା ସେଠୀ) – ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା…

ଇନଷ୍ଟାଗ୍ରାମରୁ ପ୍ରେମ ସମ୍ପର୍କ ଯୋଡ଼ି ଅପହରଣ କରି ନେଇଥିଲେ, ଭୁବନେଶ୍ୱରରୁ ନାବାଳିକାଙ୍କୁ ଉଦ୍ଧାର, ଅଭିଯୁକ୍ତଙ୍କୁ ଗିରଫ କରି…

ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ନେଇ କେ.ନୂଆଗାଁ ଥାନାରେ ଅଭିଯୋଗ…

ବଙ୍ଗୋପସାଗରରେ ହେଲାଣି ହଲଚଲ; ଓଡ଼ିଶାରେ ଆସିବ ବଡ଼ ଭୂମିକମ୍ପ! ଥରିବ ଏସବୁ ଜିଲା…

ଭୁବନେଶ୍ୱର, ୨୦।୮: ସମ୍ପ୍ରତି ପ୍ରକାଶିତ ରିପୋର୍ଟ ଅନୁଯାୟୀ, ଓଡ଼ିଶାରେ ନିକଟ ଭବିଷ୍ୟତରେ ଭୂକମ୍ପ ଆସିବାର ସମ୍ଭାବନା ନେଇ ଭୂବିଜ୍ଞାନୀ ଏବଂ ବିଶେଷଜ୍ଞମାନେ ସତର୍କତା ଜାରି କରିଛନ୍ତି। ପୃଥିବୀ…

ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ବିଧାନସଭା ଗୃହ କମିଟି: ବିକାଶ କାର୍ଯ୍ୟର…

ପୁରୁଷୋତ୍ତମପୁର,୨୦ା୮(ସବିତା ମିଶ୍ର): ଓଡ଼ିଶା ବିଧାନସଭା ଗୃହ କମିଟି (ସବମିସନ୍) ଗଞ୍ଜାମ ଜିଲା ଗସ୍ତରେ ଆସିଥିବା ଅବସରରେ ଗୁରୁବାର ସନ୍ଧ୍ୟାରେ ମା’ ତାରାତାରିଣୀଙ୍କ ପୀଠ ପରିଦର୍ଶନ କରିଛନ୍ତି। କମିଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri