ଟ୍ରକ ଧକ୍କାରେ ବାଇକ୍‌ ଚାଳକ ମୃତ :କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ

ଛତ୍ରପୁର,୫ା୧୧(ଡି.ଏନ.ଏ) -ଛତ୍ରପୁର ଥାନା ଅଧୀନ ବଡମାଧପୁର ଗାଁ ହନୁମାନ ସାହି ରାସ୍ତାରେ ସୋମବାର ମଧ୍ୟାହ୍ନରେ ଏକ ବାଇକକୁ ଟ୍ରକ ଧକ୍କା ଦେବାରୁ ବାଇକ ଚାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଗଞ୍ଜାମ ବ୍ଲକ ମଲାଡ ପଞ୍ଚାୟତ ଅଧୀନ କୁଶପଲ୍ଲୀ ଗାଁର ସୁରେନ୍ଦ୍ର ଦାସ। ଦୁର୍ଘଟଣା ପରେ ସେଠାରେ ଉତ୍ତେଜନା ପ୍ରକାଶ ପାଇଥିଲା। ସ୍ଥାନୀୟ ଲୋକେ ମୃତଦେହ ରଖି ଟାୟାର ଜାଳି ରାସ୍ତା ଅବରୋଧ କରିଥିଲେ ା ଫଳରେ ଛତ୍ରପୁର-ତାରାତାରିଣୀ ମୁଖ୍ୟ ରାସ୍ତାରେ ସାଢେ ୫ ଘଣ୍ଟା ଯାତାୟତ ବାଧାପ୍ରାପ୍ତ ହୋଇଥିଲାା ମୃତ ବ୍ୟକ୍ତିଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା କ୍ଷତିପୂରଣ ଦାବି କରାଟାଇଥିଲାା ପରେ ଘଟଣାସ୍ଥଳରେ ଛତ୍ରପୁର ଅତିରିକ୍ତ ତହସିଲଦାର ରାକେଶ କୁମାର ନାହାକ, ଥାନା ଆଇଆଇସି ପ୍ରିୟସ ରଞ୍ଜନ ଛୋଟରାଏ, ଆରଆଇ ସୁଶାନ୍ତ ଶବର ପହଞ୍ଚି ଆନ୍ଦୋଳନକାରୀଙ୍କୁ ବୁଝାଶୁଝା କରିଥିଲେ ା ରେଡକ୍ରସରୁ ୨୦ ହଜାର ଟଙ୍କା ଦିଆଯିବ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଥିଲା ା ଏଥିସହ ଟ୍ରକ ମାଲିକ କ୍ଷତିପୂରଣ ଦେବେ ବୋଲି ଲିଖିତ ଭାବେ ଜଣାଇବାରୁ ସନ୍ଧ୍ୟା ପ୍ରାୟ ସାଢେ ୬ଟାରେ ରାସ୍ତା ଅବରୋଧ ହଟିଥିଲାା ପ୍ରକାଶ ଯେ, ବଡମାଧପୁର ହନୁମାନ ସାହି ରାସ୍ତାରେ ସୋମବାର ବାଇକ (ଓଡି ୦୭ ଏବି୧୫୧୪) ଯାଉଥିବା-ବେଳେ ସମ୍ମୁଖରୁ ଏକ ଟ୍ରକ୍‌ (ଓଆର୍‌ ୦୭ ଏଏ ୮୧୬୪) ଧକ୍କା ଦେଇ
ଥିଲା ା ଘଟଣାସ୍ଥଳରେ ବାଇକ୍‌ ଚାଳକ ସୁରେନ୍ଦ୍ରଙ୍କ ମୃତ୍ୟୁ ଘଟିଥିଲା। ଟ୍ରକଟିକୁ ପୋଲିସ ଜବତ କରିଛି ା


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ଲଢିପାରିବେନି ମୋକିମ, ମଇଦାନକୁ ଓହ୍ଲାଇଲେ ଝିଅ!

ଭୁବନେଶ୍ୱର,୨୪।୪: ନିର୍ବାଚନ ଯେତେ ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ତେବେ ଲୋକ ସଭା ର୍ନିବାଚନକୁ ଆଉ ଦିନ କେଇଟା ବାକି ଥିବାବେଳେ...

କନଫ୍ୟୁଜରେ ସୁର, ବଡ଼ପୁଅ ନା ସାନପୁଅ ପାଇଁ କରିବେ ପ୍ରଚାର

ଭୁବନେଶ୍ୱର,୨୪।୪: ରୋଚକ ମୋଡ ନେଇଛି ସୁରଙ୍କ ଫ୍ୟାମିଲି ପଲିଟିକ୍ସ । ସାନ ପୁଅ ବିଜେଡି ଟିକେଟ ନେଇ ମଇଦାନକୁ ଓହ୍ଲାଇଥିବା ବେଳେ ବଡ଼ ପୁଅକୁ ନିମାପଡ଼ା...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

ବିଜେଡି ସରକାର ବିରୋଧରେ ଚାର୍ଜସିଟ୍‌ ଆଣିଲା ଭାଜପା

ଭୁବନେଶ୍ୱର,୨୪।୪: ବିଜେଡି ବିରୋଧରେ ଚାର୍ଜସିଟ୍‌ ଆଣିଲା ଭାଜପା। ବିଜେଡି ସରକାରରେ ଅନ୍ୟାୟ, ଦୁର୍ନୀତି, ଅଗଣତାନ୍ତ୍ରିକ ଶାସନ ବ୍ୟବସ୍ଥା, ମହିଳା ବିରୋଧୀ ହିଂସାକୁ ଚାର୍ଜସିଟରେ ସ୍ଥାନ ଦେଇଛି...

ଭୁବନେଶ୍ୱରରେ ହେବ ବିଗ୍‌ ଫାଇଟ୍‌, କାହାର ପଲା ଭାରି

ଭୁବନେଶ୍ବର,୨୪।୪: ଭୁବନେଶ୍ବର ସଂସଦୀୟ କ୍ଷେତ୍ରରେ ହେବ ବିଗ ଫାଇଟ । ଯୁବ ଓ ମହିଳା ଭୋଟରଙ୍କୁ ହାତେଇପାରନ୍ତି ଭାଜପା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ । ବିଜେଡିର...

ଓଡିଶା ଆସୁଛନ୍ତି ଅମିତ ଶାହା, କରିବେ ନିର୍ବାଚନୀ ପ୍ରଚାର

ଭୁବନେଶ୍ୱର,୨୪।୪: ଗୁରୁବାର ଓଡିଶା ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା। କାଲିଠୁ ଭାଜପାର ବିଧିବଦ୍ଧ ଭାବେ ନିର୍ବାଚନୀ ପ୍ରଚାର ଆରମ୍ଭ କରିବେ। ଅପରାହ୍ଣ ସାଢ଼େ...

ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁରେ...

ହିଞ୍ଜିଳିକାଟୁରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ବିଜେଡିର ଷ୍ଟାର ପ୍ରଚାରକ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ପାରମ୍ପରିକ ଆସନରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି। ତାଙ୍କ ସହ ଫାଇଭ-ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri