Posted inଜାତୀୟ

ଟ୍ରମ୍ପଙ୍କ ଗସ୍ତ ପୂର୍ବରୁ ବିବାଦ

ଅହମଦାବାଦ,୨୦ା୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଭାରତ ଗସ୍ତ ପୂର୍ବରୁ ବିବାଦ ଦେଖାଦେଇଛି। ଗୁଜରାଟର ଅହମଦାବାଦ ମ୍ୟୁନିସପାଲ କର୍ପୋରେଶନ ପକ୍ଷରୁ ଦେବ୍‌ ଶରନ୍‌ ବସ୍ତିରେ ରହୁଥିବା ୪୫ ପରିବାରକୁ ୭ ଦିନ ମଧ୍ୟରେ ଘର ଖାଲି କରିବାକୁ ନୋଟିସ ଦିଆଯାଇଛି। ଏହାକୁ ନେଇ ଚାପା ଉତ୍ତେଜନା ଆରମ୍ଭ ହୋଇଛି। ଏହି ବସ୍ତି ମୋଟେରୋ ଷ୍ଟାଡିୟମ୍‌କୁ ଲାଗିକରି ରହିଛି। ୨୪ରେ ପ୍ରଧାନମନ୍ତ୍ରୀ ମୋଦି ଓ ରାଷ୍ଟ୍ରପତି ଟ୍ରମ୍ପ ମୋଟେରୋ ଷ୍ଟାଡିୟମ୍‌ରୁ ବାହାରି ଏହି ବସ୍ତି ଦେଇ ରୋଡ୍‌ ଶୋ’ରେ ଯିବେ। ତେବେ ବସ୍ତି ଛାଡ଼ିବା ଲାଗି ନୋଟିସ ମିଳିବା ପରେ ୨୦୦ ବସ୍ତିବାସିନ୍ଦା ଏହାକୁ ବିରୋଧ କରିଛନ୍ତି। ସେମାନେ କହିଛନ୍ତି, ୨୨ ବର୍ଷ ଧରି ନିର୍ମାଣ ଶ୍ରମିକ ଭାବେ ଏଠାରେ ରହିଆସୁଥିବା ବେଳେ ‘ନମସ୍ତେ ଟ୍ରମ୍ପ’ କାର୍ଯ୍ୟକ୍ରମ ଲାଗି ବିଦା କରାଯାଉଛି। ତେବେ କାର୍ଯ୍ୟକ୍ରମ ସହ ବସ୍ତିବାସିନ୍ଦାଙ୍କୁ ଉଠାଯିବାର କୌଣସି ସମ୍ପର୍କ ନାହିଁ ବୋଲି ଅହମଦାବାଦ ମ୍ୟୁନିସପାଲ କର୍ପୋରେଶନ ପକ୍ଷରୁ ସଫେଇ ଦିଆଯାଇଛି। ପ୍ରକାଶଥାଉ କି, ପୂର୍ବରୁ ବସ୍ତି ଦେଖା ନ ଯିବା ଲାଗି ସରକାରଙ୍କ ପକ୍ଷରୁ ପ୍ରାଚୀର ନିର୍ମାଣ କରାଯାଇଥିଲା।
ଅନ୍ୟପକ୍ଷରେ ନିଜେ ଟ୍ରମ୍ପ ଭାରତ ଗସ୍ତ ବେଳେ ବାଣିଜି୍ୟକ ଚୁକ୍ତି ହୋଇ ନ ପାରେ ବୋଲି କହିଛନ୍ତି। ନଭେମ୍ବରରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନ ପରେ ଏହା କରାଯାଇ ପାରେ ବୋଲି ସେ ପ୍ରକାଶ କରିଛନ୍ତି। ଭାରତ କେତେକ କାରଣରୁ ଆମକୁ ଭଲରେ ଦେଖୁନାହିଁ। କିନ୍ତୁ ମୋଦି ମତେ ଭଲ ଲାଗନ୍ତି ଓ ଆସିବା ବାଟକୁ ଚାହିଁ ରହିଛନ୍ତି ବୋଲି ଟ୍ରମ୍ପ କହିଛନ୍ତି। ଆମେରିକା ବାଣିଜି୍ୟକ ପ୍ରତିନିଧି ରବର୍ଟ ଲାଇଥିଜ୍‌ରେ ଟ୍ରମ୍ପଙ୍କ ସହ ଭାରତ ଗସ୍ତରେ ଆସୁ ନ ଥିବା ଜଣାପଡ଼ିଛି। ଭାରତ ବାଣିଜି୍ୟକ ଚୁକ୍ତି ଆଶାରେ ରହିଥିବା ବେଳେ ଟ୍ରମ୍ପଙ୍କ ମନ୍ତବ୍ୟ ନିରାଶ କରିଛି। କେନ୍ଦ୍ରର ବ୍ୟାପକ ପ୍ରସ୍ତୁତି ସତ୍ତ୍ୱେ ଟ୍ରମ୍ପଙ୍କ ମନ୍ତବ୍ୟ ଭାରତକୁ ନିରାଶ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଡ୍‌ କରିବାକୁ ଯାଇଥିଲେ ଖଣି ଅଧିକାରୀ: ଆକ୍ରମଣ କଲେ ବାଲି ମାଫିଆ

ଜୟପୁର,୧୧।୪(ପବନ ପାଣିଗ୍ରାହୀ ): ରେଡ୍‌ କରିବାକୁ ଯାଇଥିଲେ ଖଣି ଅଧିକାରୀ। ଆକ୍ରମଣ କଲେ ବାଲି ମାଫିଆ। ଏଭଳି ଅଭାବନୀୟ ଘଟଣା ଘଟିଛି କୋରାପୁଟ ଜିଲା ସଦର ଥାନା…

ରାହୁଲଙ୍କୁ ଦେଖି ଅଟକି ଗଲେ ମୋଦି, ଆଉ ତା’ପରେ ଘଟିଲା…ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ମହାତ୍ମା ଜ୍ୟୋତିବା ଫୁଲେଙ୍କ ୨୦୦ତମ ଜନ୍ମବାର୍ଷିକୀରେ ପୁଷ୍ପମାଲ୍ୟ ଅର୍ପଣ କରିବା ପାଇଁ ସଂସଦ ପରିସରରେ ପ୍ରେରଣା ସ୍ଥଳକୁ ଯାଇଥିଲେ। ସେଠାରେ…

ହର୍ମୁଜ ସଙ୍କଟ ମଧ୍ୟରେ ୪ ଇରାନୀ ଟ୍ୟାଙ୍କରକୁ ଭାରତରେ ପ୍ରବେଶ ଅନୁମତି, ସିକ୍କା ବନ୍ଦରରେ…

ନୂଆଦିଲ୍ଲୀ,୧୧ା୪: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର ଅନୁରୋଧରେ ଭାରତର ଜାହାଜ ଚଳାଚଳ ମନ୍ତ୍ରଣାଳୟ ଇରାନୀ ତୈଳ ନେଇଯାଉଥିବ ୪ଟି ଆମେରିକା ଦ୍ୱାରା ଅନୁମୋଦିତ ଟ୍ୟାଙ୍କରକୁ ଗୁଜରାଟର ସିକ୍କା ବନ୍ଦରରେ ଡକିଂ…

ବିପଦ ସାଜିଲା ଓଭରଟେକ୍‌, ବିଲକୁ ପଶିଗଲା ୨ ବସ୍‌, ଆଉ ତା’ ପରେ…

ସାଲେପୁର,୧୧ା୪(ଅରବିନ୍ଦ ଭୂୟାଁ): ସାଲେପୁର ଥାନା ଅଧୀନ କଟକ ସାଲେପୁର ରାସ୍ତାର ଭାତପଡ଼ା ଛକ ନିକଟରେ ଶନିବାର ସକାଳେ ଦୁଇଟି ଘରୋଇ ବସ୍‌ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଦୁର୍ଘଟଣାଗ୍ରସ୍ତ…

ବିମାନରେ ଏକାଠି ବସିଲେ ନବୀନ-ପୀତାମ୍ବର: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ଅପରାହ୍ନରେ ନୂଆଦିଲ୍ଲୀ ଅଭିମୁଖେ ଗସ୍ତ କରିଛନ୍ତି। ତାଙ୍କ ବଡ଼ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ ଗତ ୨ ଦିନ…

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ରେ ପିଟିହେଲା ଆମ୍ବୁଲାନ୍ସ, ଆଉ ତା’ପରେ…

ଢେଙ୍କାନାଳ,୧୧ା୪(ରତନ ନାୟାର): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ୫୫ ନମ୍ବର ଜାତୀୟ ରାଜପଥ ହଳଦିଆବାହାଳଠାରେ ଶନିବାର ସକାଳେ ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌ ସହ ଧକ୍କା…

ଗୁଳି ଖାଇବୁ ପଛେ ଜମି ଦେବୁନାହିଁ: ରୋକଠୋକ୍‌ ଶୁଣାଇ ଦେଲେ ଅଞ୍ଚଳବାସୀ

ରାୟଗଡ଼ା/କଲ୍ୟାଣସିଂହପୁର,୧୧।୪(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା):ରାୟଗଡ଼ା ଜିଲା କାଶୀପୁର ବ୍ଲକ ସିଜିମାଳି ବକ୍ସାଇଟି ଖଣିକୁ ବେଦାନ୍ତ ପକ୍ଷରୁ ଗତ ମଙ୍ଗଳବାର ରାସ୍ତା ନିର୍ମାଣ ଉଦ୍ୟମ ଆରମ୍ଭ ହୋଇଥିଲା।…

ସିଲେଟପଡାଠାରୁ କୁଶୁର୍ଲା ଛକ ପର୍ଯ୍ୟନ୍ତ ରାସ୍ତା ମରାମତି ଦାବି: ପ୍ରତିଶ୍ରୁତି ମିଳିବା ପରେ ଧାରଣା ପ୍ରତ୍ୟାହୃତ

କର୍ଲାମୁଣ୍ଡା,୮।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକ ଠାରୁ ସିଲେଟପଡା ରାସ୍ତା ମରଣଯନ୍ତା ପାଲଟିଛି। ଉକ୍ତରାସ୍ତାର ମରାମତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri