ଟ୍ରମ୍ପଙ୍କ ଭାରତ ଗସ୍ତକୁ ନେଇ ଚିନ୍ତାରେ ପାକିସ୍ତାନ

ଇସ୍‌ଲାମାବାଦ,୨୧।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫେବୃୟାରୀରେ ଭାରତ ଗସ୍ତ କରିପାରନ୍ତି। ଏବେ ଏହି ଖବର ପାକିସ୍ତାନକୁ ଚିନ୍ତାରେ ପକାଇ ଦେଇଥିବା ଜଣାପଡିଛି। ଏହାକୁ ନେଇ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ଚିନ୍ତା ପ୍ରକଟ କରିବା ସହ ଟ୍ରମ୍ପ ଭାରତ ଯିବା ସମୟରେ ଅଥବା ଫେରିବା ସମୟରେ ପାକିସ୍ତାନ ଆସନ୍ତୁ ବୋଲି ଇମ୍ରାନ କହିଥିବା ଆଲୋଚନା ହେଉଛି। ହେଲେ ଏମିତି ହେବା ସମ୍ଭବ ନୁହେଁ ବୋଲି ମଧ୍ୟ କୁହାଯାଉଛି। ପାକିସ୍ତାନ ଅଧିକାରୀଙ୍କ ସୂଚନା ଅନୁଯାୟୀ, ଇମ୍ରାନ ଏଥିପାଇଁ ଟ୍ରମ୍ପଙ୍କ ଗସ୍ତକୁ ଗୁରୁତ୍ୱ ଦେଉଛନ୍ତି, କାରଣ ସେ ପ୍ରଧାନମନ୍ତ୍ରୀ ହେବା ପରଠାରୁ ଟ୍ରମ୍ପ ପାକିସ୍ତାନ ଗସ୍ତ କରନ୍ତୁ ବୋଲି ସେ ଚାହୁଁଥିଲେ। ହେଲେ ଏହା ଆଜି ପର୍ଯ୍ୟନ୍ତ ସମ୍ଭବ ହୋଇନାହିଁ। ତେବେ ଇମ୍ରାନଙ୍କର ଜଣେ ନିକଟତରଙ୍କ ସୂଚନା ଅନୁଯାୟୀ, ଟ୍ରମ୍ପ ପାକିସ୍ତାନ ଯିବାରେ ସେମିତି କିଛି କାରଣ ନାହିଁ। ହେଲେ ସୁରକ୍ଷା ଦୃଷ୍ଟିରୁ ସେ ସେଠାକୁ ଯାଉ ନାହାନ୍ତି ଆଉ ଏହା ଇମ୍ରାନ ଭଲଭାବେ ଜାଣିଛନ୍ତି। ସୂଚନା ଅନୁଯାୟୀ, ପାକିସ୍ତାନର ଇମ୍ରାନ ସରକାର ଦରଦାମ ବୃଦ୍ଧି, ଅର୍ଥବ୍ୟବସ୍ଥା ଓ ବେରୋଜଗାର ସମସ୍ୟାର ସମାଧାନ କରି ପାରି ନ ଥିବା ବେଳେ କଶ୍ମୀର ସମସ୍ୟା ଓ ଅନ୍ୟ କିଛି ସମସ୍ୟାକୁ ନେଇ ମଧ୍ୟ ମୁସଲମାନ ଦେଶ ଅବା ବିଶ୍ୱ ସମୁହକୁ ନିଜ ଆଡକୁ ଆଣିବାକୁ ସକ୍ଷମ ହୋଇନାହିଁ। ଏବେ ଡୋନାଲ୍ଡ ଟ୍ରମ୍ପଙ୍କ ଭାରତ ଗସ୍ତ ପରେ ପାକିସ୍ତାନକୁ ଏକ ଝଟକା ଲାଗିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri