Posted inଜାତୀୟ

ଟ୍ରମ୍ପଙ୍କ ସହ ଫୋନ୍‌ରେ କଥାହେଲେ ମୋଦି: ଭାରତ ବିରୋଧୀ ହିଂସା ଅଶାନ୍ତି ବଢ଼ାଉଛି

ନୂଆଦିଲ୍ଲୀ,୨୦ା୮(ପି.ଟି.): ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମଧ୍ୟରେ ସୋମବାର ଅଧଘଣ୍ଟା ଧରି ଟେଲିଫୋନରେ ବିଭିନ୍ନ ପ୍ରସଙ୍ଗ ନେଇ ଆଲୋଚନା ହୋଇଥିଲା। ବିଶେଷକରି ସମ୍ବିଧାନର ଧାରା ୩୭୦ ଉଚ୍ଛେଦ ପରେ କଶ୍ମୀରର ସାମ୍ପ୍ରତିକ ସ୍ଥିତିକୁ ନେଇ ଦୁଇ ରାଷ୍ଟ୍ରମୁଖ୍ୟଙ୍କ ମଧ୍ୟରେ ଆଲୋଚନା କରାଯାଇଥିଲା। ଏହାକୁ ନେଇ ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଥିବାବେଳେ ଏଥିଲାଗି ମୋଦି ସିଧାସଳଖ ପାକ୍‌ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କୁ ଦାୟୀ କରିଛନ୍ତି। ଭାରତ ବିରୋଧୀ ହିଂସା ଓ କେତେକ ଆଞ୍ଚଳିକ ନେତାଙ୍କ ଉତ୍ତେଜନା ବୃଦ୍ଧି ଶାନ୍ତିରକ୍ଷା କ୍ଷେତ୍ରରେ ସମସ୍ୟା ସୃଷ୍ଟିକରୁଛି ବୋଲି ମୋଦି ଅବଗତ କରାଇଥିଲେ। ସୀମାପାର ଆତଙ୍କବାଦ ଦୂର କରିବା ଓ ଉପତ୍ୟକାରେ ଶାନ୍ତି ଫେରିବା ଲାଗି ଭାରତ ଉଦ୍ୟମ ଜାରି ରଖିଥିବା ମୋଦି କହିଥିଲେ। ପ୍ରକାଶଥାଉ କି, ଟ୍ରମ୍ପ ଦୁଇଦିନ ତଳେ ଇମ୍ରାନଙ୍କୁ ନୂଆଦିଲ୍ଲୀ ସହ ଶାନ୍ତିରକ୍ଷା ଉପରେ ଗୁରୁତ୍ୱ ଦେବା ଲାଗି ପରାମର୍ଶ ଦେଇଥିଲେ। ପୂର୍ବରୁ କଶ୍ମୀର ପ୍ରସଙ୍ଗରେ ମଧ୍ୟସ୍ଥତା କରିବା ଲାଗି ଟ୍ରମ୍ପ ଇମ୍ରାନଙ୍କୁ କହିବା ପରେ ଭାରତ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଥିଲା। ଜାତିସଂଘ ସୁରକ୍ଷା ପରିଷଦରେ ଏହି ପ୍ରସଙ୍ଗ ଉଠାଇ କୌଣସି ସୁଫଳ ନ ପାଇବାରୁ ଏବେ ହତୋତ୍ସାହିତ ହୋଇପଡ଼ିଛି। ଭାରତ ବିରୋଧୀ ହିଂସା ଓ ସୀମାପାର ଆତଙ୍କବାଦ ବୃଦ୍ଧି ଲାଗି ପ୍ରୟାସ କରୁଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ରାଏଲ ଆକ୍ରମଣରେ ହମାସର ଟପ୍‌ କମାଣ୍ଡର ନିହତ, ଡ୍ରୋନ ସାହାଯ୍ୟରେ କାରକୁ କଲା ଟାର୍ଗେଟ

ଜେରୁଜେଲମ,୧୪।୧୨: ଇସ୍ରାଏଲ ଗାଜାରେ ଜଣେ ଶୀର୍ଷ ହମାସ କମାଣ୍ଡରଙ୍କୁ ହତ୍ୟା କରିଛି। ଇସ୍ରାଏଲ ଦାବି କରିଛି ଯେ ଦକ୍ଷିଣ ଗାଜାରେ ଏକ ଶକ୍ତିଶାଳୀ ବିସ୍ଫୋରଣରେ ହମାସର...

ମୋକିମଙ୍କ ଚିଠିକୁ ନେଇ ମୁହଁ ଖୋଲିଲେ ଭକ୍ତ ଦାସ, କହିଲେ ଯେଉଁମାନେ ଭାଜପା ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୧୪ା୧୨: କଂଗ୍ରେସର ସୋନିଆ ଗାନ୍ଧୀଙ୍କୁ ପୂର୍ବତନ କଂଗ୍ରେସ ବିଧାୟକ ମହମ୍ମଦ ମୋକିମ ଚିଠି ଲେଖିବା ପ୍ରସଙ୍ଗରେ ନୂଆଦିଲ୍ଲୀରେ ମୁହଁ ଖୋଲିଛନ୍ତି ପିସିସି ସଭାପତି ଭକ୍ତ ଚରଣ...

ଶ୍ରୀମନ୍ଦିରକୁ ସୁରକ୍ଷା ଦେଉଥିବା ମେଘନାଦ ପାଚେରି ଅସୁରକ୍ଷିତ: ଗଳୁଛି ପାଣି

ପୁରୀ ୧୪।୧୨( ଅଜିତ୍‌ କୁମାର ମହାନ୍ତି ): ଶ୍ରୀମନ୍ଦିର ମେଘନାଦ ପ୍ରାଚୀର ବିପଦରେ ଥିବା ଦେଖିବାକୁ ମିଳିଛି । ମେଘନାଦ ପାଚେରି ଯୋଡେଇ ଫାଟ ହୋଇ...

ବ୍ୟକ୍ତିଙ୍କୁ ଏମିତି ଆକ୍ରମଣ କଲା ବିଶାଳକାୟ ଅଜଗର, ଭିଡିଓ ଦେଖିଲେ…

ସାପକୁ ସାମ୍ନା କରିବା କିମ୍ବା ବୀରତ୍ୱପୂର୍ଣ୍ଣ ସାହସ ପ୍ରଦର୍ଶନ କରିବା ପ୍ରାୟତଃ ଘାତକ ସାବ୍ୟସ୍ତ ହୋଇଥାଏ। ତେଣୁ ଅଧିକାଂଶ ଲୋକ ସାପଠାରୁ ଦୂରେଇ ରହିବାକୁ ପସନ୍ଦ...

ପ୍ରସିଦ୍ଧ ଲେଖକ ତଥା ପଦ୍ମଶ୍ରୀ ରସ୍କିନ ବଣ୍ଡ ଗୁରୁତର ଅସୁସ୍ଥ

ନୂଆଦିଲ୍ଲୀ,୧୪।୧୨: ପ୍ରସିଦ୍ଧ ଲେଖକ ଏବଂ ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ ୯୧ ବର୍ଷିୟ ରସ୍କିନ ବଣ୍ଡଙ୍କୁ ଡେରାଡୁନର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେ ଗତ ଚାରି...

ମେସିଙ୍କ ସହ ସେଲ୍‌ଫି ନେବାକୁ ଚାହୁଁଥିଲେ ବିକ୍ରି କରିବାକୁ ପଡ଼ିପାରେ ଆପଣଙ୍କ ଘର! ଟିକେଟର ଦାମ ଶୁଣିଲେ…

ନୂଆଦିଲ୍ଲୀ,୧୪।୧୨: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ ମେସି ବର୍ତ୍ତମାନ ତିନି ଦିନିଆ ଭାରତ ଗସ୍ତରେ ଅଛନ୍ତି। ସେ ପ୍ରଥମେ କୋଲକାତାରେ ପହଞ୍ଚିଥିଲେ, ତା’ପରେ ହାଇଦ୍ରାବାଦରେ ପହଞ୍ଚିଥିଲେ...

ଆଭ୍ୟନ୍ତରୀଣ ଓଡ଼ିଶାରେ ହାଡ଼ଭଙ୍ଗା ଶୀତ, ଜାଣନ୍ତୁ କେଉଁଠି ରହିଛି କେତେ ତାପମାତ୍ରା…

ଭୁବନେଶ୍ୱର,୧୪ା୧୨: ଆଭ୍ୟନ୍ତରୀଣ ଓଡ଼ିଶାରେ ଜାରି ରହିଛି ହାଡ଼ଭଙ୍ଗା ଶୀତ। ରାଉରକେଲା ସହରରେ ସର୍ବନିମ୍ନ ତାପମାତ୍ରା ୮.୨ ଡିଗ୍ରୀ ଥିବାବେଳେ ଝାରସୁଗୁଡ଼ାରେ ୮.୯, କେନ୍ଦୁଝରରେ ୧୦.୬ ଡିଗ୍ରୀ...

‘ଗିରଫ ହୁଅନ୍ତୁ ମମତା,’ କାହିଁକି ଏମିତି କହିଲେ ଆସାମ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ ଏହା ପଛର ବଡ଼ କାରଣ

ଗୁଆହାଟି,୧୪।୧୨: ଶନିବାର କୋଲକାତାରେ ଆର୍ଜେଣ୍ଟିନା ଫୁଟବଲ ତାରକା ଲିଓନେଲ ମେସିଙ୍କ ଏକ କାର୍ଯ୍ୟକ୍ରମରେ ଘଟିଥିବା ବିଶୃଙ୍ଖଳା ପରେ, ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବିରୋଧୀଙ୍କ ସମାଲୋଚନାର ଶିକାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri