Posted inଜାତୀୟ

ଟ୍ରମ୍ପ୍‌ଙ୍କ ଗସ୍ତ ପୂର୍ବରୁ ଧମକ

ନୂଆଦିଲ୍ଲୀ,୧୭ା୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଭାରତ ଗସ୍ତ ପୂର୍ବରୁ ପାକିସ୍ତାନର ଆତଙ୍କବାଦୀ ସଙ୍ଗଠନ ଜୈଶ୍‌-ଇ-ମହମ୍ମଦ (ଜେଇଏମ୍‌) ଦେଇଛି ଆକ୍ରମଣ ଧମକ। ହତ୍ୟାକାରୀମାନଙ୍କୁ କ୍ଷମା ଦିଆଯିବ ନାହିଁ। ସେମାନଙ୍କ ଉପରେ ପ୍ରତିଶୋଧ ନିଆଯିବ ବୋଲି ଜୈଶ୍‌ ପକ୍ଷରୁ ଜାରି ଏକ ଭିଡିଓରେ ଧମକ ଦିଆଯାଇଛି। ଭାରତ ସରକାର, ମୁସଲିମମାନଙ୍କୁ ତୁମେ ଯେପରି ହଇରାଣ କରିଛ ଓ ସେମାନଙ୍କ ବସତିକୁ ଭାଙ୍ଗିଦେଇଛ, ତା’ର ପ୍ରତିଶୋଧ ନିଆଯିବ। ଶାନ୍ତିକୁ ନେଇ ଆମେ ଅନେକ କଥା ଶୁଣି ସାରିଛୁ। ଏବେ ଆଉ ବାହାନା ଚଳିବ ନାହିଁ ବୋଲି ଏଥିରେ କୁହାଯାଇଛି। ଭିଡିଓରେ ଜଣେ ବ୍ୟକ୍ତି କୋରାନ ଶରିଫ୍‌ ପାଠ କରୁଥିବା ଶୁଣିବାକୁ ମିଳୁଛି। ଆମେରିକା ରାଷ୍ଟ୍ରପତି ଓ ଫାର୍ଷ୍ଟ ଲେଡି ମାଲେନିଆ ଟ୍ରମ୍ପ୍‌ ଆସନ୍ତା ୨୪ରେ ଦୁଇଦିନିଆ ଗୁଜରାଟ ଗସ୍ତରେ ଆସୁଛନ୍ତି। ସମ୍ବିଧାନର ଅନୁଚ୍ଛେଦ ୩୭୦ ହଟିବା ପରେ କଶ୍ମୀରୀମାନେ କ୍ରୋଧିତ ହୋଇ ଆତଙ୍କବାଦୀ ଆକ୍ରମଣ ଉଦ୍ୟମ ଚଳାଇଛନ୍ତି ବୋଲି ଟ୍ରମ୍ପ୍‌ ଦମ୍ପତିଙ୍କ ଗସ୍ତ ପୂର୍ବରୁ ଦର୍ଶାଇବା ଲାଗି ପାକିସ୍ତାନର ଏହା ଏକ ଚାଲ୍‌ ବୋଲି କୁହାଯାଉଛି। ଇତିମଧ୍ୟରେ ସୁରକ୍ଷା ସଂସ୍ଥାଗୁଡ଼ିକ ଜାଣିବାକୁ ପାଇଛନ୍ତି ଯେ, ପାକ୍‌-ଅଧିକୃତ କଶ୍ମୀର (ପିଓକେ)ରେ ଚଳିତ ମାସରେ ଆତଙ୍କବାଦୀଙ୍କ ଏକ ବୈଠକ ହୋଇଥିଲା। ସେଠାରେ ପାକିସ୍ତାନୀ ସେନା ଓ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ଅଧିକାରୀମାନେ ଉପସ୍ଥିତ ଥିଲେ। ଆତଙ୍କବାଦୀ ସଙ୍ଗଠନ ହିଜ୍‌ବୁଲ ମୁଜାହିଦ୍ଦିନକୁ ଅଧିକ ସକ୍ରିୟ କରିବା ପାଇଁ ଉକ୍ତ ବୈଠକରେ ନିଷ୍ପତ୍ତି ହୋଇଥିବା ଜଣାପଡ଼ିଛି। ଲଶ୍କର ଓ ଜୈଶ୍‌ଠାରୁ ସମସ୍ତ ଦାୟିତ୍ୱ ହିଜ୍‌ବୁଲକୁ ଦିଆଯିବା ନେଇ ଏକ ନିର୍ଦ୍ଦେଶନାମା ମଧ୍ୟ ସେଠାରେ ଜାରି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

ନାଗାଲାଣ୍ଡର ୬ ଜିଲାରେ ବୁଥ୍‌ ଖାଁ ଖାଁ, ଭୋଟ ଦେବାକୁ ଆସିଲେ ନାହିଁ ଜଣେ ହେଲେ ବି ଭୋଟର୍‌  

କୋହିମା,୧୯ା୪: ନାଗାଲାଣ୍ଡରେ ପୃଥକ ସରକାର(ରାଜ୍ୟ) ଏବଂ ଅଧିକ ଆର୍ଥିକ ସ୍ବାଧୀନତା ଦାବିରେ ‘ଲୋକଙ୍କ ଜରୁରୀକାଳିନ ପରିସ୍ଥିତି’ ନେଇ ଘୋଷଣା କରି ପୂର୍ବ ନାଗାଲାଣ୍ଡ ଲୋକ ସଂଗଠନ(ଇଏନ୍‌ପିଓ)...

ନାନୋ ୟୁରିଆ ବ୍ୟବହାର ପାଇଁ ଆସିଲା ବିଜ୍ଞପ୍ତି

ନୂଆଦିଲ୍ଲୀ,୧୯ା୪: ୩ ବର୍ଷ ପାଇଁ ନାନୋ ୟୁରିଆ ପ୍ଲସ୍‌ ସାର ବ୍ୟବହାର ନିମନ୍ତେ କେନ୍ଦ୍ର ସରକାର ବିଜ୍ଞପ୍ତି ଜାରି କରିଛନ୍ତି। ତେବେ ଏହି ସାରର ଉର୍ବରତା...

ଜେଲ୍‌ ଭିତରେ କେଜରିଓ୍ବାଲଙ୍କୁ ମାରି ଦେବାକୁ ଷଡଯନ୍ତ୍ର!

ନୂଆଦିଲ୍ଲୀ,୧୯।୪: ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇ ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ବିରୋଧରେ ଚାଲିଛି ସାଂଘାତିକ ଷଡଯନ୍ତ୍ର। ଜେଲ ଭିତରେ କେଜରିୱାଲଙ୍କୁ...

ନିଜକୁ ଭୋଟ୍‌ ଦେଇପାରିବେନି ଏହି ପ୍ରାର୍ଥୀ

ନୂଆଦିଲ୍ଲୀ,୧୯।୪: ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ମତଦାନ ଚାଲିଛି। ଏହି ପରିପ୍ରେକ୍ଷୀରେ ୧୦୨ଟି ଲୋକସଭା ଆସନ ପାଇଁ ଭୋଟ ଗ୍ରହଣ ହେଉଥିବା ବେଳେ ବିହାରର ୪ଟି ଲୋକସଭା...

ଭୋଟ ଦେଲେ ବିଶ୍ୱର ସବୁଠୁ ଛୋଟ ମହିଳା

ପୁଣେ,୧୯।୪: ମହାରାଷ୍ଟ୍ରର ପାଞ୍ଚଟି ସିଟ ପାଇଁ ଆଜି ଭୋଟଗ୍ରହଣ ଚାଲିଛି। ଲୋକମାନେ ଉତ୍ସାହର ସହ ଭୋଟ ଦେଉଛନ୍ତି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri