ଟ୍ରମ୍ପ୍‌ ଉଠାଇବେ ଧର୍ମୀୟ ସ୍ବାଧୀନତା ପ୍ରସଙ୍ଗ

ଓ୍ବାଶିଂଟନ,୨୩ା୨(ପି.ଟି.): ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଦୁଇଦିନିଆ ଭାରତ ଗସ୍ତରେ ସୋମବାର ଆସୁଛନ୍ତି। ଅହମଦାବାଦରେ ତାଙ୍କୁ ସ୍ବାଗତ ପାଇଁ ବ୍ୟାପକ ଆୟୋଜନ କରାଯାଇଛି। ମଙ୍ଗଳବାର ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଆଲୋଚନା ବେଳେ ଟ୍ରମ୍ପ୍‌ ଧର୍ମୀୟ ସ୍ବାଧୀନତା ପ୍ରସଙ୍ଗ ଉଠାଇବେ ବୋଲି ହ୍ବାଇଟ୍‌ ହାଉସ୍‌ ପକ୍ଷରୁ କୁହାଯାଇଛି। ଭାରତର ଗଣତାନ୍ତ୍ରିକ ପରମ୍ପରା ଓ ଅନୁଷ୍ଠାନ ପ୍ରତି ଆମେରିକାର ଯଥେଷ୍ଟ ସମ୍ମାନ ରହିଛି। ଭାରତ ଏହି ମୂଲ୍ୟବୋଧ ବଜାୟ ରଖୁ ବୋଲି ଆମେରିକା ଚାହେଁ। ଟ୍ରମ୍ପ୍‌ଙ୍କ ଗସ୍ତ ପୂର୍ବରୁ ଆମେରିକା ଅନ୍ତର୍ଜାତୀୟ ଧର୍ମୀୟ ସ୍ବାଧୀନତା କମିଶନ ଏକ ଫ୍ୟାକ୍ଟଶିଟ୍‌ (ତଥ୍ୟଫର୍ଦ୍ଦ) ପ୍ରକାଶ କରିଛି। ଭାରତ ସରକାର ଆଣିଥିବା ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ସେଠାରେ ଧର୍ମୀୟ ସ୍ବାଧୀନତା ଅବକ୍ଷୟର ସୂଚନା ବୋଲି ଏଥିରେ ଉଲ୍ଲେଖ ରହିଛି। ଟ୍ରମ୍ପ୍‌ ମୋଦୀଙ୍କ ସହ ସିଏଏ ଏବଂ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି) ପ୍ରସଙ୍ଗରେ ଆଲୋଚନା କରିବେ କି ବୋଲି ପ୍ରଶ୍ନ ହେବାରୁ ହ୍ବାଇଟ୍‌ ହାଉସ୍‌ର ଜଣେ ଉଚ୍ଚ ପଦାଧିକାରୀ ଉପରୋକ୍ତ ମତ ଦେଇଛନ୍ତି। ପ୍ରକାଶ ଯେ, ୨୦୧୪ ଡିସେମ୍ବର ୩୧ ପୂର୍ବରୁ ଭାରତ ଆସିଥିବା ପଡୋଶୀ ପାକିସ୍ତାନ, ବାଂଲାଦେଶ ଓ ଆଫଗାନିସ୍ତାନର ଅଣମୁସଲମାନମାନଙ୍କୁ ଭାରତୀୟ ନାଗରିକତ୍ୱ ପ୍ରଦାନ ଲାଗି ସିଏଏରେ ବ୍ୟବସ୍ଥା ରହିଛି। ଧର୍ମ ଆଧାରରେ ନାଗରିକତ୍ୱ ପ୍ରଦାନକୁ ବିଭିନ୍ନ ମହଲରେ ବିରୋଧ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri