ଟ୍ରାକ୍ଟର ଚାପାରେ ଛାତ୍ର ମୃତ, ଉତ୍ତେଜନା

ଲୋଇସିଂହା, ୧୨।୭(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଆଗଲପୁର ବ୍ଲକ ଅନ୍ତର୍ଗତ ବିନ୍ଧାପାଲି ଗାଁରେ ଟ୍ରାକ୍ଟର ଚାପାରେ ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବରଗଡ ଜିଲା ଗାଇସିଲାଟ ବ୍ଲକ ଭୂତିବାହାଲ ଗ୍ରାମର ନାଗର ଜୁଏଡଙ୍କ ପୁଅ ଡିଲେଶ୍ୱର(୧୫) । ଦୁର୍ଘଟଣା ଘଟାଇ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି। ଉତ୍ତ୍ୟକ୍ତ ଲୋକେ ଟ୍ରାକ୍ଟରକୁ ପୋଡି ଦେଇଛନ୍ତି। ଆଗଲପୁର ଫାଣ୍ଡି ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ବଲାଙ୍ଗୀର ଭୀମଭୋଇ ମେଡିକାଲକୁ ପଠାଇଛି। ଏ ନେଇ ଲୋଇସିଂହା ଥାନାରେ ଏକ ମାମଲା (ନଂ. ୧୪୭/୧୯)ରୁଜୁ ହୋଇଛି। ପ୍ରାପ୍ତମତେ, ଡିଲେଶ୍ୱର ଲୋଇସିଂହା ଥାନା ତଥା ଆଗଲପୁର ବ୍ଲକ ଜେମାପାଲିକୁ ନିୟମିତ ଟ୍ୟୁସନ ଆସନ୍ତି। ଶୁକ୍ରବାର ସବୁଦିନ ପରି ସେ ଟ୍ୟୁସନ ସାରି ବିନ୍ଧାପାଲି ଦେଇ ଘରକୁ ଚାଲିଚାଲି ଫେରୁଥିଲେ। ଏହି ସମୟରେ ଡିଲେଶ୍ୱରକୁ ଏକ ଟ୍ରାକ୍ଟର ଧକ୍କା ଦେଇଥିଲା । ଖବର ପ୍ରଚାରିତ ହେବା ପରେ ଭୂତିବାହଲ ଏବଂ ସ୍ଥାନୀୟ ଅଞ୍ଚଳର ଲୋକେ ଘଟଣାସ୍ଥଳକୁ ଆସି ପ୍ରତିବାଦ କରିଥିଲେ। ଏହାକୁ ନେଇ ସେଠାରେ ଚାପା ଉତ୍ତେଜନା ପ୍ରକାଶ ପାଇଥିଲା । ଉତ୍ତେଜିତ ଲୋକେ ଟ୍ରାକ୍ଟରରେ ନିଆଁ ଲଗାଇ ଦେଇଥିଲେ ା ମୃତ ଛାତ୍ରଙ୍କ ପରିବାରକୁ ଉପଯୁକ୍ତ କ୍ଷତିପୂରଣ ଏବଂ ଦୁର୍ଘଟଣା ଘଟାଇଥିବା ଗାଡି ଏବଂ ଡ୍ରାଇଭରଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ସେମାନେ ଦାବି କରିଥିଲେ । ଆଗଲପୁର ଫାଣ୍ଡି ଅଧିକାରୀ ଦେବାର୍ଚ୍ଚନ ମିର୍ଦ୍ଧା ଘଟଣାସ୍ଥଳରେ ପହଞ୍ଚତ୍ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି

ଭୁବନେଶ୍ୱର,୧୧।୪: ୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି। ଟ୍ରିବ୍ୟୁନାଲ ଅବଧି ବୃଦ୍ଧି କଲେ କେନ୍ଦ୍ର ସରକାର। ଏନେଇ ଜଳ ସମ୍ପଦ ନଦୀ ବିକାଶ…

‘ଇରାନ କେବଳ ଆଲୋଚନା ପାଇଁ ବଞ୍ଚିଛି’, ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ ଟ୍ରମ୍ପଙ୍କ ଧମକ

ଓ୍ବାଶିଂଟନ୍‌,୧୧।୪: ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ ଧମକ ଦେଇଛନ୍ତି। ଟ୍ରମ୍ପ କହିଛନ୍ତି , ଇରାନ କେବଳ ଆଲୋଚନା ପାଇଁ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

ବିମାନର ପ୍ରତ୍ୟେକ ସିଟ୍‌ରେ ଲାଗିଛି ପିଲାଙ୍କ ଫଟୋ ସହ ବ୍ୟାଗ-ଜୋତା, କାହିଁକି ଏମିତି କରି ପାକିସ୍ତାନରେ ପହଞ୍ଚିଲା ଇରାନ, ସବୁ ଦେଖିକି…

ନୂଆଦିଲ୍ଲୀ,୧୧।୪: ଇରାନ-ଆମେରିକା ଶାନ୍ତି ଆଲୋଚନା ପାଇଁ ଇସଲାମାବାଦ ପ୍ରସ୍ତୁତ। ଇରାନ ପ୍ରତିନିଧି ଦଳ ପାକିସ୍ତାନରେ ପହଞ୍ଚିଛନ୍ତି। ଆଜି ଶନିବାର ଦିନ ଇରାନ ଏବଂ ଆମେରିକା ଆଲୋଚନା ଟେବୁଲରେ…

ମୃତ୍ୟୁର ମିତ୍ର ଓ ଶାନ୍ତିର ସନ୍‌ମାର୍ଗ

ଆଧୁନିକ ଆମେରିକାର ଜନକ ବୋଲି କୁହାଯାଉଥିବା ବିଶିଷ୍ଟ ଲେଖକ, ଦାର୍ଶନିକ, ବୈଜ୍ଞାନିକ ତଥା ରାଷ୍ଟ୍ରନୀତିଜ୍ଞ ବେଞ୍ଜାମିନ ଫ୍ରାଙ୍କ୍‌ଲିନ କହୁଥିଲେ- ”ଦୁନିଆରେ କିଏ କେଉଁଠି କେବେ ଗୋଟେ ଭଲ…

ମହାତ୍ମା ଜ୍ୟୋତିରାଓ ଫୁଲେ: ଭାରତର ମାର୍ଗଦର୍ଶନ କରୁଥିବା ଏକ ଆଲୋକବର୍ତ୍ତିକା

ଆଜି ୧୧ ଏପ୍ରିଲ। ଆମ ସମସ୍ତଙ୍କ ପାଇଁ ଅତି ସ୍ବତନ୍ତ୍ର ଦିନ। ଆଜି ହେଉଛି ଭାରତର ମହାନ୍‌ ସମାଜ ସଂସ୍କାରକ ତଥା ଅନେକ ପିଢ଼ି ପାଇଁ ମାର୍ଗଦର୍ଶକ…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri