ଟ୍ରାକ୍ଟର ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁକୁ ନେଇ ସୁନ୍ଦରଗଡ଼ରେ ଉତ୍ତେଜନା: ରାସ୍ତାରୋକୋ

ସୁନ୍ଦରଗଡ଼, ୨୬।୧୦ (ଡି.ଏନ୍‌.ଏ.) : ସୁନ୍ଦରଗଡ଼ ସଦର ଥାନା ଅନ୍ତର୍ଗତ ସିଆଁବାହାଲଠାରେ ଶନିବାର ସକାଳେ ଦୁର୍ଘଟଣାକୁ ନେଇ ଉତ୍ତେଜନା ପ୍ରକାଶ ପାଇଥିଲା। ସକାଳ ପ୍ରାୟ ୯ଟା ବେଳେ ଏକ ଟ୍ରାକ୍ଟର ଧକ୍କାରେ ତୁରିିଆ ବାର୍ଲା (୮୦) ନାମକ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଥିଲା। ସେ ଚାଲିଚାଲି ଘରକୁ ଯାଉଥିବା ବେଳେ ପଛପାଖରୁ ଦ୍ରୁତଗତିରେ ଆସୁଥିବା ଏକ ଟ୍ରାକ୍ଟର ତାଙ୍କ ଉପରେ ଚଢିଯାଇଥିଲା। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଦୁର୍ଘଟଣା ଘଟାଇବା ପରେ ଭାରସାମ୍ୟ ହରାଇ ଟ୍ରାକ୍ଟର ରାସ୍ତା ତଳକୁ ଓଲଟି ପଡିଥିଲା। ସଙ୍ଗେ ସଙ୍ଗେ ସ୍ଥାନୀୟ ଲୋକେ ନିଶାଗ୍ରସ୍ତ ଟ୍ରାକ୍ଟର ଡ୍ରାଇଭରଙ୍କୁ ଧରି ମାଡ଼ ମାରିଥିଲେ। ପରେ ଖବରପାଇ ସଦର ଥାନା ଆଇଆଇସି ରମାକାନ୍ତ ସାଏ ଦୁର୍ଘଟଣାସ୍ଥଳରେ ପହଞ୍ଚି ଡ୍ରାଇଭରଙ୍କୁ ଉଦ୍ଧାର କରିଥିଲେ। ସେଠାରେ ସ୍ଥାନୀୟ ଲୋକେ ମୃତକଙ୍କ ପରିବାରକୁ କ୍ଷତିପୂରଣ ଦାବିକରି ରାସ୍ତାରେ ବସିଥିଲେ। ପରେ ରେଡକ୍ରସ ପାଣ୍ଠିରୁ ୧୦ହଜାର ଟଙ୍କା ମୃତକଙ୍କ ପରିବାର ଲୋକଙ୍କୁ ପ୍ରଦାନ କରାଯାଇଥିଲା। ଉତ୍ତ୍ୟକ୍ତ ଲୋକଙ୍କୁ ପୋଲିସ ବୁଝାଶୁଝା କରିବା ପରେ ଉତ୍ତେଜନା କମିଥିଲା ଓ ରାସ୍ତାରୋକୋ ହଟିଥିଲା। ପୋଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ସକାଶେ ସୁନ୍ଦରଗଡ଼ ଡାକ୍ତରଖାନାକୁ ପଠାଇଥିଲା। ଲୋକଙ୍କ ମାଡ଼ରେ ଆହତ ଟ୍ରାକ୍ଟର ଚାଳକଙ୍କୁ ମଧ୍ୟ ଉଦ୍ଧାର କରି ଚିକିତ୍ସା ପାଇଁ ସୁନ୍ଦରଗଡ ଜିଲା ମୁଖ୍ୟ ଡାକ୍ତରଖାନାକୁ ପଠାଇଥିଲା। ଦୁର୍ଘଟଣା ଘଟାଇଥିବା ଟ୍ରାକ୍ଟର ଓଡି ୧୬ବି ୦୬୬୭କୁ ପୋଲିସ ଜବତ କରି ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ମନଇଛା ଘରଭଡା ବଢାଇପାରିବେ କି ମାଲିକ? ଓଡ଼ିଶାରେ ଭଡାଘର ଏଗ୍ରିମେଣ୍ଟକୁ ନେଇ ବଦଳିଲା ନିୟମ

ଭୁବନେଶ୍ୱର,୧୩ା୬: ରାଜ୍ୟରେ ଘର ଭଡ଼ା ବ୍ୟବସ୍ଥାକୁ ଆଧୁନିକ ଓ ସ୍ୱଚ୍ଛ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ‘ଓଡ଼ିଶା ସହରାଞ୍ଚଳ ଭଡ଼ା ନିୟନ୍ତ୍ରଣ ଅଧିନିୟମ, ୨୦୨୬’ର ଚିଠା ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri