Posted inଖେଳ

ଟ୍ରାକ୍‌ ଏସିଆ କପ୍‌ : ସାଇକ୍ଲିଂ ଜାତୀୟ ରେକର୍ଡ ସହ ବ୍ରୋଞ୍ଜ ଜିତିଲେ ସ୍ବସ୍ତି

କଟକ ଅଫିସ, ୧୨ା୯-  ଓଡ଼ିଶାର ସ୍ବସ୍ତି ସିଂ ଟ୍ରାକ୍‌ ଏସିଆ ଅନ୍ତର୍ଜାତୀୟ ସାଇକ୍ଲିଂ ପ୍ରତିଯୋଗିତାରେ ନୂଆ ଜାତୀୟ ରେକର୍ଡ଼ ପ୍ରତିଷ୍ଠା କରିବା ସହ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି । ନୂଆଦିଲ୍ଲୀର ଇନ୍ଦିରା ଗାନ୍ଧୀ ଇନ୍‌ଡୋର ଷ୍ଟାଡ଼ିୟମରେ ଅନୁଷ୍ଠିତ ଏହି ପ୍ରତିଯୋଗିତାର ଜୁନିୟର ମହିଳା ୨ କିମି ଇଣ୍ଡିଭିଜୁଆଲ୍‌ ପର୍ସୁଟ୍‌ ଇଭେଣ୍ଟକୁ ୨ମିନିଟ୍‌ ୩୫ ସେକେଣ୍ଡରେ ଶେଷ କରି ଏହି ସଫଳତା ହାସଲ କରିଛନ୍ତି । ଗତବର୍ଷ ମଧ୍ୟ ସ୍ବସ୍ତି ଏହି ଇଭେଣ୍ଟକୁ ୨ମିନିଟ୍‌ ୪୧ ସେକେଣ୍ଡରେ ଶେଷ କରି ସ୍ବର୍ଣ୍ଣ ପଦକ ହାସଲ କରିଥିଲେ । ଏହି ପ୍ରତିଯୋଗିତା ୯ତାରିଖରୁ ଆରମ୍ଭ ହୋଇ ବୁଧବାର ଶେଷ ହୋଇଛି । ଇଭେଣ୍ଟରେ କାଜାକସ୍ତାନ ପ୍ରତିଯୋଗୀ ପ୍ରଥମ ସ୍ଥାନ ଅଧିକାର କରିଥିବାବେଳେ ଉଜବେକିସ୍ତାନ ପ୍ରତିଯୋଗୀ ଦ୍ୱିତୀୟ ସ୍ଥାନ ଅଧିକାର କରିଛନ୍ତି । ବୁଧବାର ଅନୁଷ୍ଠିତ ୭କିମି ବିଶିଷ୍ଟ ସ୍କ୍ରାଚ୍‌ ଇଭେଣ୍ଟରେ ଭଲ ପ୍ରଦର୍ଶନ କରିଥିଲେ ମଧ୍ୟ ସ୍ବସ୍ତି ୪ର୍ଥ ସ୍ଥାନରେ ରହିଥିଲେ । ଏହି ସଫଳତା ପାଇଁ ବଲିଉଡ୍‌ ଷ୍ଟାର ଦିଶା ପଟାନୀ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି୍‌। ସେହିପରି ରାଉରକେଲା ପାନପୋଷ କ୍ରୀଡ଼ା ସଂଗଠନ ପକ୍ଷରୁ ମଧ୍ୟ ତାଙ୍କୁ ଶୁଭେଚ୍ଛା ଦିଆଯାଇଛି । ସୂଚନାଯୋଗ୍ୟ ସ୍ବସ୍ତିଙ୍କ ବାପା ଅମର ସିଂ ଉତ୍ତରପ୍ରଦେଶର ହୋଇଥିବାବେଳେ ସେ ରାଉରକେଲା ଷ୍ଟିଲ୍‌ ପ୍ଲାଣ୍ଟରେ କାର୍ଯ୍ୟରତ । ସ୍ବସ୍ତି ଓଡ଼ିଶାରେ ଜନ୍ମ ହେବା ସହ ଓଡ଼ିଶା ସାଇକ୍ଲିଂ ଆସୋସିଏଶନ ପକ୍ଷରୁ ପ୍ରତିନିଧିତ୍ୱ କରୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

ବିବାଦୀୟ ମନ୍ତବ୍ୟ ଦେବା ପରେ କ୍ଷମା ମାଗିଲେ ଖାର୍ଗେ, ଭାବନାକୁ ଆଘାତ ଦେବା…

ନୂଆଦିଲ୍ଲୀ,୮।୪: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଗୁଜରାଟର ଲୋକଙ୍କ ସମ୍ପର୍କରେ ଦେଇଥିବା ବୟାନ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି । ସେ କହିଛନ୍ତି ଯେ ସେ ସବୁବେଳେ ଗୁଜରାଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri