ଟ୍ରାନ୍ସଫର୍ମର ଅଚଳ, ୧୫ ଦିନ ହେଲା ଅନ୍ଧାରରେ ଗ୍ରାମବାସୀ

ଯୋଡ଼ା,୭।୮(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ ଜଲହରି ପଞ୍ଚାୟତର ଜଲହରିଠାରେ ଟ୍ରାନ୍ସଫର୍ମର ଅଚଳ ଯୋଗୁ ୧୫ ଦିନ ଧରି ଗ୍ରାମବାସୀ ଅନ୍ଧାରରେ ରହିଥିବା ଅଭିଯୋଗ କରିଛନ୍ତି। ଏନେଇ ଗ୍ରାମବାସୀ ବିଦ୍ୟୁତ ବିଭାଗ କର୍ତ୍ତୃପକ୍ଷଙ୍କୁ ଲିଖିତ ଭାବେ ଜଣାଇଥିବା ପ୍ରକାଶ କରିଛନ୍ତି। ଜଲହରି, ପାତ୍ର ସାହି, ମୁଣ୍ଡା ବସ୍ତିରେ ଦୀର୍ଘ ୧୫ ଦିନ ହେଲା ଟ୍ରାନ୍ସଫର୍ମରଟି ଅଚଳ ହୋଇପଡ଼ିଛି। ଏଥିଯୋଗୁ ଗ୍ରାମବାସୀ ଅନ୍ଧାରରେ ରହି ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ପିଲାମାନଙ୍କର ପାଠପଢ଼ାରେ ବାଧା ସୃଷ୍ଟି ହେବା ସହିତ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମ ହୋଇଥିବାରୁ ବିଭିନ୍ନ ସମୟରେ ହାତୀ ଭୟ ମଧ୍ୟ ରହୁଛି ା ଫଳରେ ସନ୍ଧ୍ୟା ହେଲେ ଲୋକେ ଘରୁ ବାହାରକୁ ବାହାରୁ ନାହାନ୍ତି। ବିଦ୍ୟୁତ ସଂଯୋଗ ନ ଥିବାରୁ ମଟର ପମ୍ପ ଚାଲୁନାହିଁ। ଫଳରେ ଲୋକେ ପାନୀୟ ଜଳ ପାଇଁ ନାନା ସମସ୍ୟା ଭୋଗ କରୁଛନ୍ତି। ଏ ନେଇ ଗ୍ରାମବାସୀ ଲିଖିତ ଭାବେ ଯୋଡ଼ା ବିଦ୍ୟୁତ ବିଭାଗ ଏସ୍‌ଡିଓଙ୍କୁ ଜଣାଇଥିଲେ ହେଁ, କୌଣସି ନିର୍ଭର ପ୍ରତିଶ୍ରୁତି ନ ପାଇବାରୁ ଅସନ୍ତୋଷ ଦେଖାଥିବା ନାଏବ ସରପଞ୍ଚ ସଞ୍ଜୟ କୁମାର ପାତ୍ର, ଗୋପାଳ ପାତ୍ର, ବଳରାମ ପାତ୍ର, ନରେଶ ଦାସ, ବାସୁଦେବ ଦାସ, ଭଦ୍ର ମୁଣ୍ଡା, ସୁଶୀଲ ମୁଣ୍ଡା ପ୍ରମୁଖ ପ୍ରକାଶ କରିଛନ୍ତ। ତୁରନ୍ତ ଅଚଳ ଟ୍ରାନ୍ସଫର୍ମର ମରାମତି କରି ଗ୍ରାମରେ ବିଦ୍ୟୁତ ସଂଯୋଗ ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧିକ ମାର୍କ ଚାହୁଁଥିଲେ…JNU ପ୍ରଫେସରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ,୬ା୯: ଦିଲ୍ଲୀର ଜବାହରଲାଲ ନେହେରୁ ୟୁନିଭର୍ସିଟି (JNU)ର ଜଣେ ପ୍ରଫେସରଙ୍କ ବିରୋଧରେ ୧୧ ଜଣ ଛାତ୍ରୀ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏହି ଅଭିଯୋଗ ମେ’ ମାସରେ…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ପୌର ନିର୍ବାଚନ ପାଇଁ ଦିଗପହଣ୍ଡି ବିଜେଡିର ସଜବାଜ, ପ୍ରତି ୱାର୍ଡରେ ଗଠନ ହେବ ଦଳୀୟ କମିଟି

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶ୍ଵର ଶୈବ ପୀଠ ପ୍ରାଙ୍ଗଣରେ ଦିଗପହଣ୍ଡି ନଗର ବିଜୁ ଜନତା ଦଳ…

ଭାଇରାଲ୍ ହେଉଛି ଟ୍ରମ୍ପଙ୍କ ହାତର ଫଟୋ; ଗଭୀର ଚିହ୍ନଙ୍କୁ ନେଇ ବଢ଼ିଲା ଚର୍ଚ୍ଚା

ଓ୍ବାଶିଂଟନ,୬।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଡାହାଣ ହାତରେ ଦେଖାଯାଉଥିବା ଚିହ୍ନର ନୂଆ ଫଟୋ ସାମ୍ନାକୁ ଆସିଛି । ଏହାପରେ ତାଙ୍କ ସ୍ୱାସ୍ଥ୍ୟକୁ ନେଇ ପୁଣିଥରେ ଚର୍ଚ୍ଚା…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri