ଟ୍ରାନ୍ସଫର୍ମର ଅଚଳ, ୧୫ ଦିନ ହେଲା ଅନ୍ଧାରରେ ଗ୍ରାମବାସୀ

ଯୋଡ଼ା,୭।୮(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ ଜଲହରି ପଞ୍ଚାୟତର ଜଲହରିଠାରେ ଟ୍ରାନ୍ସଫର୍ମର ଅଚଳ ଯୋଗୁ ୧୫ ଦିନ ଧରି ଗ୍ରାମବାସୀ ଅନ୍ଧାରରେ ରହିଥିବା ଅଭିଯୋଗ କରିଛନ୍ତି। ଏନେଇ ଗ୍ରାମବାସୀ ବିଦ୍ୟୁତ ବିଭାଗ କର୍ତ୍ତୃପକ୍ଷଙ୍କୁ ଲିଖିତ ଭାବେ ଜଣାଇଥିବା ପ୍ରକାଶ କରିଛନ୍ତି। ଜଲହରି, ପାତ୍ର ସାହି, ମୁଣ୍ଡା ବସ୍ତିରେ ଦୀର୍ଘ ୧୫ ଦିନ ହେଲା ଟ୍ରାନ୍ସଫର୍ମରଟି ଅଚଳ ହୋଇପଡ଼ିଛି। ଏଥିଯୋଗୁ ଗ୍ରାମବାସୀ ଅନ୍ଧାରରେ ରହି ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ପିଲାମାନଙ୍କର ପାଠପଢ଼ାରେ ବାଧା ସୃଷ୍ଟି ହେବା ସହିତ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମ ହୋଇଥିବାରୁ ବିଭିନ୍ନ ସମୟରେ ହାତୀ ଭୟ ମଧ୍ୟ ରହୁଛି ା ଫଳରେ ସନ୍ଧ୍ୟା ହେଲେ ଲୋକେ ଘରୁ ବାହାରକୁ ବାହାରୁ ନାହାନ୍ତି। ବିଦ୍ୟୁତ ସଂଯୋଗ ନ ଥିବାରୁ ମଟର ପମ୍ପ ଚାଲୁନାହିଁ। ଫଳରେ ଲୋକେ ପାନୀୟ ଜଳ ପାଇଁ ନାନା ସମସ୍ୟା ଭୋଗ କରୁଛନ୍ତି। ଏ ନେଇ ଗ୍ରାମବାସୀ ଲିଖିତ ଭାବେ ଯୋଡ଼ା ବିଦ୍ୟୁତ ବିଭାଗ ଏସ୍‌ଡିଓଙ୍କୁ ଜଣାଇଥିଲେ ହେଁ, କୌଣସି ନିର୍ଭର ପ୍ରତିଶ୍ରୁତି ନ ପାଇବାରୁ ଅସନ୍ତୋଷ ଦେଖାଥିବା ନାଏବ ସରପଞ୍ଚ ସଞ୍ଜୟ କୁମାର ପାତ୍ର, ଗୋପାଳ ପାତ୍ର, ବଳରାମ ପାତ୍ର, ନରେଶ ଦାସ, ବାସୁଦେବ ଦାସ, ଭଦ୍ର ମୁଣ୍ଡା, ସୁଶୀଲ ମୁଣ୍ଡା ପ୍ରମୁଖ ପ୍ରକାଶ କରିଛନ୍ତ। ତୁରନ୍ତ ଅଚଳ ଟ୍ରାନ୍ସଫର୍ମର ମରାମତି କରି ଗ୍ରାମରେ ବିଦ୍ୟୁତ ସଂଯୋଗ ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri