ଟ୍ରାଫିକ୍‌ ନିୟମ ଉଲ୍ଲଂଘନ: ଗଞ୍ଜାମରେ ୯୦୫ ଜଣଙ୍କ ଡିଏଲ୍‌ ରଦ୍ଦ

ଛତ୍ରପୁର,୧୫।୬(ଡି.ଏନ୍‌.ଏ): ଗଞ୍ଜାମ ଜିଲାରେ ବେପାରୁଆ ଗାଡ଼ିଚାଳନା, ହେଲ୍‌ମେଟ ନ ପିନ୍ଧି ଗାଡ଼ି ଚଳାଉଥିବା ବ୍ୟକ୍ତିଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି ା ଉଭୟ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ଏବଂ ଗଞ୍ଜାମ ଓ ବ୍ରହ୍ମପୁର ପୋଲିସ ପକ୍ଷରୁ ଗାଡ଼ି ଯାଞ୍ଚ କରାଯାଉଛି । ଟ୍ରାଫିକ୍‌ ନିୟମକୁ ଉଲ୍ଲଂଘନ କରୁଥିବା ବ୍ୟକ୍ତଙ୍କଠାରୁ ଆରଟିଓ କାର୍ଯ୍ୟାଳୟର ଅଧିକାରୀ ଓ ପୋଲିସ ପକ୍ଷରୁ ଜରିମାନା ଆଦାୟ କରାଯାଉଛି। ଏଥିସହ ଗାଡି ଚଳାଉଥିବା ବ୍ୟକ୍ତିଙ୍କ ଡ୍ରାଇଭିଂ ଲାଇସେନ୍ସ (ଡିଏଲ୍‌) ରଦ୍ଦ ପାଇଁ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପୋଲିସ ପକ୍ଷରୁ ସୁପାରିସ କ୍ରମେ ଡିଏଲ୍‌ ବାତିଲ କରାଯାଉଛି ା
ସେହିପରି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ମଧ୍ୟ ଡ୍ରାଇଭିଂ ଲାଇସେନ୍ସ ବାତିଲ କରାଯାଉଥିବା ସୂଚନା ମିଳିଛିା ଛତ୍ରପୁରସ୍ଥିତ ଗଞ୍ଜାମ ଆଞ୍ଚଳିକ ପରିବହନ ଅଧିକାରୀ ସଂଜୟ ବିଶ୍ୱାଳଙ୍କଠାରୁ ମିଳିଥିବା ସୂଚନା ଅନୁସାରେ ଚଳିତବର୍ଷ ମେ ସୁଦ୍ଧା ୯୦୫ ଜଣଙ୍କ ଡିଏଲ୍‌ ରଦ୍ଦ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

‘ଛାତ୍ରୀଛାତ୍ର ଶୃଙ୍ଖଳାର ସହ ଦେଶ ପ୍ରେମରେ ନିଜକୁ ଦୀକ୍ଷିତ କରାଇ ଭଲ ମଣିଷ ହେବାକୁ ଆହ୍ବାନ’

ଗଞ୍ଜାମ,୫ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଦନ୍ତପୁର ତଥା ଅଧୁନା ରାମଗଡ଼ ପଞ୍ଚାୟତର ରଘୁନାଥପୁରଠାରେ ଥିବା ସ୍ବାମୀ ବିବେକାନନ୍ଦ ବିଦ୍ୟା ମନ୍ଦିରର ତ୍ରୟୋଦଶ ବାର୍ଷିକ ଉତ୍ସବ…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri