Posted inଜାତୀୟ

ଟ୍ରାଫିକ୍‌ ପୋଲିସ ପୋଷାକରେ ଲାଗିଲା କ୍ୟାମେରା: ଆଇନ ଭଙ୍ଗ କରୁଥିବା ବ୍ୟକ୍ତିଙ୍କ କାର୍ଯ୍ୟକଳାପ ହେବ ରେକର୍ଡ

କୋଏମ୍ବାଟୁର,୧୮।୭: ତାମିଲନାଡୁ କୋଏମ୍ବାଟୁରରେ ବୁଧବାର ଟ୍ରାଫିକ୍‌ ପୋଲିସଙ୍କୁ ଏକ କ୍ୟାମେରା ବଣ୍ଟନ କରାଯାଇଛି। ଏହି କ୍ୟାମେରାକୁ ସେମାନେ ନିଜ ପୋଷାକରେ ଲଗାଇପାରିବେ। ଏହାଦ୍ୱାରା ଘଟଣାସ୍ଥଳରେ ଟ୍ରାଫିକ୍‌ ନିୟମକୁ ଉଲ୍ଲଂଘନ କରୁଥିବା ବ୍ୟକ୍ତିଙ୍କ ତୁରନ୍ତ ଭିଡିଓ ରେକର୍ଡ ହେବା ସହ ତାଙ୍କ ଉପରେ ଜରିମାନା ମଧ୍ୟ ଲଗାଯାଇପାରିବ। ସଡ଼କ ଦୁର୍ଘଟଣାକୁ ଏଡ଼ାଇବା ପାଇଁ କାର୍ଯ୍ୟ କରୁଥିବା ଏନଜିଓ ‘ଓ୍ବିର’ ପକ୍ଷରୁ ପୋଲିସଙ୍କୁ ଏହି କ୍ୟାମେରା ବଣ୍ଟନ କରାଯାଇଛି। ପ୍ରଥମ ପର୍ଯ୍ୟାୟରେ ପୋଲିସଙ୍କୁ ୭୦ଟି କ୍ୟାମେରା ପ୍ରଦାନ କରାଯାଇଛି। ଏହି କ୍ୟାମେରା ମଧ୍ୟରୁ ୨୦ଟିରେ ଇଣ୍ଟରନେଟ ଯୋଗାଯୋଗ ପାଇଁ ସିମ୍‌ କାର୍ଡ ଲାଗିଛି। ଏହା ଜରିଆରେ ପୋଲିସ କର୍ମଚାରୀମାନେ ଘଟଣାସ୍ଥଳରୁ କଣ୍ଟ୍ରୋଲ ରୁମ୍‌କୁ ଲଗାତାର ଭାବେ ଭିଡିଓ ପଠାଇପାରିବେ। ତେବେ ଏହି କ୍ୟାମେରାର ବିଶେଷତ୍ୱ ହେଲା ଏହା ୮ଘଣ୍ଟା ପର୍ଯ୍ୟନ୍ତ ସିଧା ପ୍ରସାରଣ କରିପାରିବ। ଏହାକୁ ରାସ୍ତାରେ ହେଉଥିବା ପ୍ରଦର୍ଶନ କିମ୍ବା ସାର୍ବଜୈନିକ କାର୍ଯ୍ୟକ୍ରମରେ ବ୍ୟବହାର କରାଯାଇପାରିବ। କେବଳ ସେତିକି ନୁହେଁ, ଏହି କ୍ୟାମେରା ଦ୍ୱାରା ଟ୍ରାଫିକ୍‌ ପୋଲିସଙ୍କ ପାରଦର୍ଶିତା ବଢ଼ିବା ସହ ଭ୍ରଷ୍ଟାଚାର ଉପରେ ମଧ୍ୟ କଟକଣା ଲଗାଯାଇପାରିବ। ପୋଲିସ କର୍ମଚାରୀ ଯାହା କରିବେ ସିଧାସଳଖ ଏହା କ୍ୟାମେରାରେ କଏଦ୍‌ ହେବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦୦ ବିଲିୟନ ଡଲାର ବାଣିଜ୍ୟ ଲକ୍ଷ୍ୟ

ନୂଆଦିଲ୍ଲୀ,୬ା୧୨ : ଭାରତ ଓ ରୁଷିଆ ଶୁକ୍ରବାର ଦ୍ୱିପାକ୍ଷିକ ଅର୍ଥନୈତିକ ଓ ବାଣିଜି୍ୟକ କାରବାର ବୃଦ୍ଧି ନିମନ୍ତେ ଆଗାମୀ ୫ ବର୍ଷ ପାଇଁ ଏକ ରୋଡ୍‌ମ୍ୟାପ୍‌...

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri