ଟ୍ରାଫିକ ନିୟମକୁ ନେଇ ମୁହଁ ଖୋଲିଲେ ସୁର, ଜବାବ ରଖିଲେ ପଦ୍ମନାଭ

ଭୁବନେଶ୍ୱର, ୨।୩(ବ୍ୟୁରୋ): ଟ୍ରାଫିକ ନିୟମ ଆଳରେ ବିଜେଡି ସରକାର ଆତଙ୍କରାଜ ଚଳାଇଛି। ଗାଡ଼ିମୋଟର ଯାଞ୍ଚ ନାଁରେ ପୋଲିସ ଓ ଆର୍‌ଟିଓ କର୍ମଚାରୀ ଲୋକଙ୍କ ଉପରେ ଜୁଲୁମ୍‌ କରିଛନ୍ତି। ଟ୍ରାଫିକ ନିୟମ ପାଇଁ କଡ଼ା ଜରିମାନା ଆଦାୟକୁ ଦୃଢ଼ ବିରୋଧକରି କଂଗ୍ରେସ ନେତା ସୁର ରାଉତରାୟ ସୋମବାର ଏପରି କହିଛନ୍ତି। ମୁଖ୍ୟମନ୍ତ୍ରୀ, ମୁଖ୍ୟ ଶାସନ ସଚିବ ଓ ପରିବହନ ମନ୍ତ୍ରୀ, ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରି ଏହା ବନ୍ଦ କରିବାକୁ ସେ ଦାବି କରିଛନ୍ତି। ତୁରନ୍ତ ଏପରି ଜୁଲୁମ ବନ୍ଦ ନ ହେଲେ ରାଜ୍ୟବ୍ୟାପୀ ଆରଟିଓ ଅଫିସ, କମିଶନରେଟ ପୋଲିସ ଅଫିସ ଓ କେନ୍ଦ୍ର ସରକାରଙ୍କ ଅଫିସ ଘେରାଉ କରାଯିବ ବୋଲି ସେ ଧମକ ଦେଇଛନ୍ତି। ଅନ୍ୟ ରାଜ୍ୟରେ ଫାଇନ ହ୍ରାସ କରାଯାଇଥିବାରୁ ଓଡ଼ିଶାରେ ଏହାକୁ ଅନୁସରଣ କରାଯାଉ ବୋଲି ସୁର କହିଛନ୍ତି। ଅପରପକ୍ଷେ ନିୟମ ମାନିବାକୁ ମଧ୍ୟ ସେ ଲୋକଙ୍କୁ ଆହ୍ବାନ ଦେଇଛନ୍ତି। ସୁର ଆହୁରି କହିଛନ୍ତି, ବେକାରି ବଢ଼ିଛି, ନିଯୁକ୍ତି ନାହିଁ। ଧମକ ଦେଇ ଟଙ୍କା ଆଦାୟ ଚାଳିବନି।
ସୁରଙ୍କ ଅଭିଯୋଗ ଉପରେ ପ୍ରତିକ୍ରିୟା ରଖି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା କହିଛନ୍ତି, ସରକାରୀ କର୍ମଚାରୀ ଖରାପ ବ୍ୟବହାରକୁ ସମର୍ଥନ କରାଯିବନି। ଉତ୍ତମ ବ୍ୟବହାର ପାଇଁ ସମସ୍ତଙ୍କୁ ନିର୍ଦ୍ଦେଶ ଦିଆଯାଇଛି। କିନ୍ତୁ ଲୋକଙ୍କ ଧନଜୀବନ ରକ୍ଷା ସରକାରଙ୍କ ଦାୟିତ୍ୱ। ନୂଆ ଆଇନ ଲାଗୁ ପରେ ଦୁର୍ଘଟଣା ୫୦ ପ୍ରତିଶତ କମିଛି। ସମସ୍ତେ ନିୟମ ମାନିବା ଦରକାର ବୋଲି ପଦ୍ମନାଭ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣା: ମନ୍ଥର ଗତିରେ ଚାଲିଛି କାର୍ଯ୍ୟ, ତାଗିଦ କଲେ ଉପଜିଲାପାଳ

ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣାର ସୋମବାର ସମୀକ୍ଷା କରିଛନ୍ତି ଛତ୍ରପୁର ଉପଜିଲାପାଳ…

ଚାଷୀଙ୍କ ରଣହୁଙ୍କାର: ୮ଦଫା ଦାବିରେ ତାତିଲେ ଚାଷୀ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ)-:ବରଗଡ଼ ଜିଲାରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଓ ଚାଷୀଙ୍କ ସମସ୍ୟା ମଧ୍ୟ ଅଧିକ ଏବଂ…

ମାସେ ବ୍ୟାପୀ ଚାଲିବ ‘ସେବା ସଂକଳ୍ପ ଅଭିଯାନ’: ମୁଖ୍ୟ ଲକ୍ଷ୍ୟ ବିକଶିତ ଭାରତ

ଭଞ୍ଜନଗର,୩୧/୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଭାରତୀୟ ଜନତା ପାର୍ଟି ତରଫରୁ ଭଞ୍ଜନଗର ଜିଲା କାର୍ଯ୍ୟାଳୟଠାରେ ‘ସେବା ସଂକଳ୍ପ ଅଭିଯାନ’ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଭଞ୍ଜନଗର ସାଙ୍ଗଠନିକ…

ଶେଷ ହେଲା ୩୨ ବର୍ଷର ଚାକିରି ଜୀବନ: ଅଧ୍ୟାପିକାଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ପ୍ରାଣୀବିଜ୍ଞାନ ଅଧ୍ୟାପିକା ଆରତୀ ପାତ୍ରଙ୍କୁ ସୋମବାର କଲେଜ ପରିସରରେ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି। କଲେଜ…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ଦେଲେ ବଡ଼ ପ୍ରତିଶ୍ରୁତି: ଦିଗପହଣ୍ଡିକୁ ମ୍ୟୁନିସିପାଲଟିର ମାନ୍ୟତା ପାଇଁ…

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ପକ୍ଷରୁ ୫୩ତମ ପବିତ୍ର ନିଖିଳ ଭାରତ ସ୍ବାୟତ୍ତ ଶାସନ ସପ୍ତାହ ପାଳନ ସମାରୋହ ସୋମବାର ବିଳମ୍ବିତ ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି।…

ରାଷ୍ଟ୍ରପତିଙ୍କ ପାଖରେ ଛାଇ ଭଳି ରହୁଥିବା ମେଜର ରିଷଭ ହଠାତ୍‌ ନେଲେ ଅବସର, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୩୧।୮: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ବିଭିନ୍ନ ସରକାରୀ ଓ ଆଧିକାରିକ କାର୍ଯ୍ୟକ୍ରମରେ ନଜର ଆସି ଚର୍ଚ୍ଚାରେ ଥିବା ମେଜର ରିଷଭ ସିଂହ ସାମ୍ବ୍ୟାଲ ଏବେ…

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ଦମ୍‌ଦାର ଜବାବ ଦେଲେ ବୈଭବ ସୂର୍ଯ୍ୟବଂଶୀ: କିଛି କହିବା ପୂର୍ବରୁ ୧୦୦୦ ଥର ଭାବିବେ କ୍ରିକେଟ ପଣ୍ଡିତ!

ନୂଆଦିଲ୍ଲୀ, ୩୧।୮: ଦୁଲୀପ ଟ୍ରଫି ଡେବ୍ୟୁ ମ୍ୟାଚରେ ବୈଭବ ସୂର୍ଯ୍ୟବଂଶୀ ମାତ୍ର ୮ ରନ କରି ଆଉଟ ହେବା ପରେ ତାଙ୍କ ରେଡ ବଲ ଟେମ୍ପରାମେଣ୍ଟକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri