ଟ୍ରାଫିକ ବ୍ୟବସ୍ଥାରେ ସୁଧାର ଆଣିବାକୁ ଦାବିପତ୍ର ପ୍ରଦାନ

ବାରିପଦା ଅଫିସ,୫ା୬: ମୟୂରଭଞ୍ଜ ଜିଲାର ବାରିପଦା ସହରରେ ଟ୍ରାଫିକ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏହି ଟ୍ରାଫିକ ସମସ୍ୟାରେ ସୁଧାର ଆଣିବା ପାଇଁ ମୟୂରଭଞ୍ଜ ମୁକ୍ତିମୋର୍ଚ୍ଚା ସଂଗଠନର ଅଧ୍ୟକ୍ଷ ଧରମରାଜ ହାଁସଦାଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ଅତିରିକ୍ତ ଏସପି ଅଭିମନ୍ୟୁ ନାୟକଙ୍କୁ ସାକ୍ଷାତ କରିଛନ୍ତି। ସଂଗଠନର ଅଭିଯୋଗ ମୁତାବକ ସହରରେ ମୋଟରଯାନ ସଂଖ୍ୟା ବୃଦ୍ଧି ପାଇଛି। ପାର୍କିିଂ ଅଭାବ ଯୋଗୁ ଟ୍ରାଫିକ ସମସ୍ୟା ଦେଖାଦେଇଛି। ଏହା ସହିତ ଦୋକାନୀମାନେ ରାସ୍ତା ଉପରକୁ ମାଡ଼ି ଆସୁଛନ୍ତି। ଏପରିକି ଟ୍ରାଫିକ କର୍ମଚାରୀଙ୍କ ଦାୟିତ୍ୱହୀନତା ଯୋଗୁ ରାସ୍ତାରେ ଆମ୍ବୁଲାନ୍ସ ଦୀର୍ଘ ସମୟ ଧରି ଅଟକି ରହୁଥିବା ଦେଖିବାକୁ ମିଳୁଛି। ଏଣୁ ଏହାର ସ୍ଥାୟୀ ପ୍ରତିକାର ଦାବି କରି ସଂଗଠନର ଗୌରାଙ୍ଗ ସୋରେନ, ରଜତ ହାଁସଦା, ବାବୁଲୁ ହାଁସଦା, ଦୁଲାରାମ ବାସ୍କେ, ଭୋଲଶରାମ ଟୁଡୁ, ସାନେଲ କିସ୍କୁ ଓ ମନୋରଞ୍ଜନ ମାରାଣ୍ଡି ପ୍ରମୁଖ ଅତିରିକ୍ତ ଏସ୍‌ପିଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଠକେଇ-ବ୍ଲାକ୍‌ମେଲିଂ ଘଟଣାର ପର୍ଦ୍ଦାଫାଶ: ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଧରି…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଘଟିଥିବା ଦୁଇଟି ପୃଥକ୍‌ ସାଇବର ଅପରାଧ ମାମଲାରେ ସାଇବର ପୋଲିସକୁ ବଡ଼ ସଫଳତା ମିଳିଛି। ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା…

ପାକିସ୍ତାନୀ ଖେଳାଳିଙ୍କ ଫୋନ ଜବତ କଲା PCB; ମ୍ୟାଚ ଫିକ୍ସିଂ ସନ୍ଦେହ? ଉଠିଲାଣି ପ୍ରଶ୍ନ

ଇସଲାମାବାଦ,୬।୯: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ସମ୍ପ୍ରତି ଏପରି ନିଷ୍ପତ୍ତି ନେଇଛି ଯାହାକୁ ନେଇ ବିଶ୍ୱବ୍ୟାପୀ ହାସ୍ୟରସ ସୃଷ୍ଟି ହୋଇଛି। ଏବେ, ଇଂଲଣ୍ଡ ଗସ୍ତ ସମୟରେ ଆଉ…

‘ଭାରତରେ ଦେହ ବ୍ୟବସାୟ ଆଇନଗତ ହେବା ଉଚିତ,’ ପୁନମ ପାଣ୍ଡେ କୁହନ୍ତି, ମୋର କାମୁକ ଭିଡିଓ ଗୁଡ଼ିକ ଦେଶ ତଥା ବିଶ୍ୱକୁ…

ମୁମ୍ବାଇ,୬।୯: ପ୍ରସିଦ୍ଧ ମଡେଲ ଏବଂ ଅଭିନେତ୍ରୀ ପୁନମ ପାଣ୍ଡେ ତାଙ୍କ ଡ୍ରେସିଂ ସେନ୍ସ ଏବଂ ବୟାନ ପାଇଁ ପ୍ରାୟତଃ ଶିରୋନାମାରେ ରହିଥାନ୍ତି। ସମ୍ପ୍ରତି, ବେଶ୍ୟାବୃତ୍ତି ବା ଦେହ…

ସୁନିତା-କୋମଲ ବିବାଦ ଉପରେ ନୀରବତା ଭାଙ୍ଗିଛନ୍ତି ଗୋବିନ୍ଦା, ଇସାରାରେ କହିଲେ ଖୁବ ବଡ଼ କଥା

ମୁମ୍ବାଇ,୬।୯: ପତ୍ନୀ ସୁନିତା ଆହୁଜାଙ୍କ ସହ ସମ୍ପର୍କରେ ମତଭେଦ ଏବଂ ଅଭିନେତ୍ରୀ କୋମଲ ରାଣୀଙ୍କ ସହ ତଥା କଥିତ ସମ୍ପର୍କର ଗୁଜବ ସମ୍ପର୍କରେ ଖବର ଆସିବା ପରେ…

ବରଗଡ଼ରେ ନୂଆଖାଇ ଲଗ୍ନ ଧାର୍ଯ୍ୟ, ଏହି ମୁହୂର୍ତ୍ତରେ ଶୁଭବେଳା…

ବରଗଡ଼,୬ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମଦେବୀ ସମଲେଶ୍ୱରୀଙ୍କ ପୀଠରେ ରବିବାର ନୂଆଖାଇ ଲଗ୍ନ ନିରୂପଣ କରାଯାଇଛି। ବିଧି ଓ ପରମ୍ପରା ଅନୁଯାୟୀ ଆସନ୍ତା ୧୪ ତାରିଖ ନିଶାର୍ଦ୍ଧ…

ସ୍ତ୍ରୀଙ୍କୁ ସନ୍ଦେହ ଚକ୍ଷୁରେ ଦେଖୁଥିଲେ ସ୍ବାମୀ, ନିର୍ମମ ଭାବେ ହତ୍ୟା କରିବା ପରେ…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ସେନ ପାର୍କ ନିକଟସ୍ଥ ପ୍ରାଣୀ ଚିକିତ୍ସାଳୟ ସମ୍ମୁଖରେ ଏକ ଅଭାବନୀୟ ତଥା ବର୍ବରୋଚିତ ହତ୍ୟାକାଣ୍ଡ ଘଟିଯାଇଛି। ଚରିତ୍ର ଉପରେ…

ଯେଉଁ କାମ ପାଇଁ ଦିନେ ଯୁବକଙ୍କୁ ପରିହାସ କରୁଥିଲେ ଲୋକେ, ଆଜି ବିଦେଶରୁ ଆସିଲା ଚାକିରି ଅଫର, ପୂରା କାହାଣୀ ଜାଣିଲେ…

ଭାରତରେ ନଦୀଗୁଡ଼ିକର ଦୁର୍ଦ୍ଦଶା କହିଲେ ନ ସରେ। ସରକାରୀ ପ୍ରୟାସ ସତ୍ତ୍ୱେ ନଦୀଗୁଡ଼ିକର ଅବସ୍ଥା ସୁଧାର ହୋଇନାହିଁ। ସମ୍ପ୍ରତି ମଧ୍ୟପ୍ରଦେଶର ରାଜଗଡ଼ ଜିଲାର ଜଣେ ୨୦ ବର୍ଷୀୟ…

Video: ମେଟ୍ରୋରେ ଯାତ୍ରା କଲେ ପ୍ରଧାନମନ୍ତ୍ରୀ ମୋଦି, ପିଲାମାନଙ୍କ ସହିତ ଆଲୋଚନା ସମୟରେ ତାଙ୍କ ସଂସଦୀୟ କ୍ଷେତ୍ର କାଶୀକୁ ମନେ ପକାଇଲେ, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୬।୯: ଦିଲ୍ଲୀ ମେଟ୍ରୋରେ ଯାତ୍ରା କରୁଥିବା ଯାତ୍ରୀମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ, ଶନିବାର (ସେପ୍ଟେମ୍ବର 5, 2026) ସାରେ, ସେମାନଙ୍କ ସହିତ ଯାତ୍ରା କରୁଥିବା ଦେଖି ଖୁସିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri