Posted inଖେଳ

ଟ୍ରେନିଂ ଆରମ୍ଭ କରିବେ ଗ୍ରୀକ୍‌ ଫୁଟବଲର

ଏଥେନ୍ସ,୫।୫(ଏଏଫ୍‌ପି): ଗ୍ରୀସ୍‌ରେ ଫୁଟବଲ ଆରମ୍ଭ ହେବାକୁ ଯାଉଛି। ଗ୍ରୀକ୍‌ କ୍ରୀଡ଼ାମନ୍ତ୍ରୀ ଲେଫ୍ଟେରିସ୍‌ ଆଭଗେନାକିସ୍‌ ଏ ନେଇ ସୂଚନା ଦେଇଛନ୍ତି। ଦେଶରେ ଟ୍ରେନିଂ ଆରମ୍ଭ କରିବାକୁ ଫୁଟବଲରମାନେ ପ୍ରସ୍ତୁତି ଆରମ୍ଭ କରିଛନ୍ତି। କୋଭିଡ-୧୯ ମହାମାରୀ କାରଣୁ ଗ୍ରୀସ୍‌ରେ ଗତ ଦୁଇମାସ ଧରି ଲକ୍‌ଡାଉନ୍‌ ଜାରି ହୋଇଥିଲା। ଏହାକୁ ଧିରେଧିରେ ସରକାର ଉଠାଇବାକୁ ନିଷ୍ପତ୍ତି ନେଇଛନ୍ତି। ପର୍ଯ୍ୟାୟକ୍ରମେ ଫୁଟବଲ ସେସନ ଆରମ୍ଭ ହେବ ବୋଲି ସରକାରଙ୍କ ତରଫରୁ କୁହାଯାଇଛି।

ତେବେ ସବୁ ପ୍ରକାର କଟକଣାକୁ ଏବେ ଉଠାଇବା ସମ୍ଭବ ନୁହଁ ଓ ଏ ନେଇ ଏବେ କିଛି କହିହେବନାହିଁ। ସ୍ବାସ୍ଥ୍ୟ ବିଶେଷଜ୍ଞମାନଙ୍କ ପରାମର୍ଶକୁ ଗୁରୁତ୍ୱ ଦିଆଯାଉଛି। ତେବେ ମଣିଷ ଜୀବନକୁ ହିଁ ପ୍ରାଥମିକତା ଦିଆଯାଇଛି। ରୁଦ୍ଧଦ୍ୱାରରେ ସୁପର ଲିଗ୍‌ ଆରମ୍ଭ ହେବ ବୋଲି କ୍ରୀଡ଼ାମନ୍ତ୍ରୀ କହିଛନ୍ତି। ଦେଶରେ ଆଗଧାଡିର ଶ୍ରେଷ୍ଠ ୧୪ଟି କ୍ଲବ ମଙ୍ଗଳବାରଠାରୁ ଆଉଟ୍‌ଡୋର ଟ୍ରେନିଂ ଆରମ୍ଭ କରିବେ। ଏଥିରେ ୬ରୁ ୮ ଜଣ ଖେଳାଳି ଅଂଶଗ୍ରହଣ କରିବେ। ଏଥିରେ ସାମାଜିକ ଦୂରତା ସହ ସ୍ବାସ୍ଥ୍ୟଗତ ନିୟମକୁ ଅନୁସରଣ କରାଯିବ ବୋଲି ସେ କହିଛନ୍ତି। ଜୁନ୍‌ ୧୪ରୁ ଫୁଟବଲ ଅଭିଯାନ ଆରମ୍ଭ ହେବ ବୋଲି ସେ ଆଶା ପ୍ରକାଶ କରିଛନ୍ତି। ଏଥିପାଇଁ ସରକାରଙ୍କ ଅନୁମତି ଅବଶ୍ୟକ। ତେବେ କୌଣସି ଆଥଲେଟଙ୍କ ନିରାପତ୍ତା ତଥା ସ୍ବାସ୍ଥ୍ୟକୁ ବଳି ଦିଆଯାଇ କିଛି କରାଯିବ ନାହିଁ ବୋଲି ସେ ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମାତ୍ର ୧୦୦ ଟଙ୍କାରେ ମିଳିବ ଟି-୨୦ ବିଶ୍ୱକପ ଟିକେଟ୍‌, କେଉଁଠି ଆଉ କେମିତି କରିବେ ବୁକିଂ ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୧୨: ICC ପୁରୁଷ ଟି-୨୦ ବିଶ୍ୱକପର ୧୦ମ ସଂସ୍କରଣ ଫେବୃଆରୀ ୭ ତାରିଖରେ ଆରମ୍ଭ ହେବ। ଏଥିରେ ଏକ ଗ୍ରୁପ ପର୍ଯ୍ୟାୟ, ଏକ ସୁପର ୮...

ଦକ୍ଷିଣ ଆଫ୍ରିକା ବିପକ୍ଷରେ ଭାରତର ଶୋଚନୀୟ ପରାଜୟ, ଏଥିପାଇଁ ଦୋଷୀ କିଏ? ସାମ୍ନାକୁ ଆସିଲା ବଡ଼ କାରଣ

ନୂଆଦିଲ୍ଲୀ,୧୨।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ପ୍ରଥମ ଟି-୨୦ ଜିତି ନେତୃତ୍ୱ ନେଇଥିବା ଟିମ ଇଣ୍ଡିଆ ଦ୍ୱିତୀୟ ମ୍ୟାଚରେ ସମ୍ପୂର୍ଣ୍ଣ ଭାଙ୍ଗି ପଡ଼ିଥିଲା। ନ୍ୟୁ ଚଣ୍ଡିଗଡ଼ର ମୁଲାନପୁରରେ...

IND vs SA: ମ୍ୟାଚ ହାରିବା ପରେ ଭୁଲ ମାନିଲେ ସୂର୍ଯ୍ୟକୁମାର ଯାଦବ, ଗିଲଙ୍କୁ ନେଇ କହିଲେ…

ନୂଆଦିଲ୍ଲୀ୧୨।୧୨: ମୁଲାନପୁରରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ରେ ଟିମ୍ ଇଣ୍ଡିଆ ୫୧ ରନରେ ପରାଜୟ ବରଣ କରିଥିଲା। ଏହି ପରାଜୟରେ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ସବୁଠାରୁ ନିରାଶ...

ଏହି କ୍ରିକେଟରଙ୍କ ନାମରେ ଯୌନ ନିର୍ଯାତନା ମାମଲା, ଜାଣନ୍ତୁ…

ଢାକା,୧୧ା୧୨: ବାଂଲାଦେଶର ପେସ ବୋଲିଂ ଅଲରାଉଣ୍ଡର ତୋଫେଲ ଅହମଦ ରେହାନ ବିବାହ ପ୍ରଲୋଭନ ଦେଖାଇ ଜଣେ ମହିଳାଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଏହି...

ମ୍ୟାଚ ପୂର୍ବରୁ ଗୁରୁଜ୍ଞାନ ଦେଲେ ଯୁବରାଜ, ହାରିଗଲା ଟିମ୍ ଇଣ୍ଡିଆ

ମୁଲାନପୁର,୧୧ା୧୨: ମହାରାଜା ଯାଦବୀନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାଠାରୁ ୫୧ ରନ୍‌ରେ ପରାସ୍ତ...

ବୋଲର, ବ୍ୟାଟରଙ୍କ ଖରାପ ପ୍ରଦର୍ଶନ: ଦ୍ୱିତୀୟ T20ରେ ଭାରତର ଶୋଚନୀୟ ପରାଜୟ

ମୁଲାନପୁର,୧୧ା୧୨: ମୁଲାନପୁରରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଦକ୍ଷିଣ ଆଫ୍ରିକାଠାରୁ ଭାରତ ୫୧ ରନରେ ଶୋଚନୀୟ ଭାବେ ପରାସ୍ତ ହୋଇଛି। ପ୍ରଥମେ ବୋଲର ଏବଂ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଭାରତ-ଦକ୍ଷିଣ ଆଫ୍ରିକା ଦ୍ୱିତୀୟ T20I: ଡି’ କକ୍‌ଙ୍କ ବିସ୍ଫୋରକ ଇନିଂସ୍; ଭାରତ ଆଗରେ ବିଶାଳ ଲକ୍ଷ୍ୟ

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଇଥିବା ଦ୍ୱିତୀୟ T20Iରେ ଦକ୍ଷିଣ ଆଫ୍ରିକାର ବ୍ୟାଟ୍ସମ୍ୟାନ୍ କ୍ୱିଣ୍ଟନ୍ ଡି’ କକ୍‌ଙ୍କ ବିସ୍ଫୋରକ ବ୍ୟାଟିଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri