Posted inଖେଳ

ଟ୍ରେନିଂ ଆରମ୍ଭ କଲେ ଆଫଗାନ୍‌ କ୍ରିକେଟର

କାବୁଲ,୭।୬(ପି.ଟି.): ଆଫ୍‌ଗାନିସ୍ତାନର କେତେଜଣ ତାରକା କ୍ରିକେଟର ଟ୍ରେନିଂ ତଥା ଅଭ୍ୟାସ ଆରମ୍ଭ କରିଛନ୍ତି। ସ୍ଥାନୀୟ କାବୁଲ କ୍ରିକେଟ ଷ୍ଟାଡିୟମରେ ରସିଦ ଖାନ୍‌, ମହମ୍ମଦ ନବିଙ୍କ ସମେତ ଆଉ କେତେଜଣ କ୍ରିକେଟର ଅଭ୍ୟାସ କରିଛନ୍ତି ବୋଲି ଆଫଗାନିସ୍ତାନ କ୍ରିକେଟ ବୋର୍ଡ (ଏସିବି) ସୂଚନା ଦେଇଛି। ଖେଳାଳିମାନେ ଏକମାସ ଧରି ଏହି ଟ୍ରେନିଂ କ୍ୟାମ୍ପରେ ଅଭ୍ୟାସ କରିବେ। ଏହି କ୍ୟାମ୍ପ୍‌ରେ ବ୍ୟାଟିଂ, ବୋଲିଂ ଓ ଦଳର ମୋଟାମୋଟି ପ୍ରଦର୍ଶନ ଉପରେ ଫୋକସ୍‌ କରାଯିବ। ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି), ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ଓ ଆଫଗାନ ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ନିର୍ଦ୍ଦେଶନାମା ଓ ସହଯୋଗରେ ଏହି ଟ୍ରେନିଂ କ୍ୟାମ୍ପ ଆୟୋଜନ ହୋଇଛି।
ଶନିବାର ଏସିବି ମୁଖ୍ୟାଳୟରେ କୋଭିଡ-୧୯ ଖେଳାଳିମାନଙ୍କ ସଚେତନତା ନେଇ ଏକ ବୈଠକ ବସିଥିଲା। କ୍ୟାମ୍ପ ଚାଲୁଥିବା ବେଳେ କିପରି ଖେଳାଳିମାନେ କୋଭିଡ-୧୯ ସଂକ୍ରମଣଠାରୁ ଦୂରେଇ ରହିବେ ସେ ନେଇ ସତର୍କ କରାଇଦିଆଯାଇଥିଲା। ଆଗକୁ ଆୟୋଜନ ହେବାକୁଥିବା ଟି୨୦ ବିଶ୍ୱକପ୍‌ରେ ଆଫଗାନିସ୍ତାନ ଅଂଶଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି। ସେହିପରି ନଭେମ୍ବର ୨୧ ତାରିଖରେ ପର୍ଥରେ ଆରମ୍ଭ ହେବାକୁ ଥିବା ଅଷ୍ଟ୍ରେଲିଆ ବିପକ୍ଷରେ ଆଫଗାନିସ୍ତାନ ଏକମାତ୍ର ଟେଷ୍ଟ ମଧ୍ୟ ଖେଳିବାର କାର୍ଯ୍ୟକ୍ରମ ରହିଛି। ଅଭ୍ୟାସ ଶିବିରରେ ସାମିଲଥିବା ଅନ୍ୟ ତାରକା କ୍ରିକେଟରମାନେ ହେଲେ ଅଧିନାୟକ ଅସଗର ଆଫଗାନ, ନାଜିବୁଲ୍ଲା ଜଡ୍ରାନ, ଗୁଲବଦିନ ନାଇବ, ଶପୁର ଜଡ୍ରାନ, ସମ୍ମିଲଲ୍ଲା ସେନଓ୍ବାରୀ, ମହମ୍ମଦ ସାହଜାଦ।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri