Posted inଖେଳ

ଟ୍ରେନିଂ ଆରମ୍ଭ କଲେ ଆଫଗାନ୍‌ କ୍ରିକେଟର

କାବୁଲ,୭।୬(ପି.ଟି.): ଆଫ୍‌ଗାନିସ୍ତାନର କେତେଜଣ ତାରକା କ୍ରିକେଟର ଟ୍ରେନିଂ ତଥା ଅଭ୍ୟାସ ଆରମ୍ଭ କରିଛନ୍ତି। ସ୍ଥାନୀୟ କାବୁଲ କ୍ରିକେଟ ଷ୍ଟାଡିୟମରେ ରସିଦ ଖାନ୍‌, ମହମ୍ମଦ ନବିଙ୍କ ସମେତ ଆଉ କେତେଜଣ କ୍ରିକେଟର ଅଭ୍ୟାସ କରିଛନ୍ତି ବୋଲି ଆଫଗାନିସ୍ତାନ କ୍ରିକେଟ ବୋର୍ଡ (ଏସିବି) ସୂଚନା ଦେଇଛି। ଖେଳାଳିମାନେ ଏକମାସ ଧରି ଏହି ଟ୍ରେନିଂ କ୍ୟାମ୍ପରେ ଅଭ୍ୟାସ କରିବେ। ଏହି କ୍ୟାମ୍ପ୍‌ରେ ବ୍ୟାଟିଂ, ବୋଲିଂ ଓ ଦଳର ମୋଟାମୋଟି ପ୍ରଦର୍ଶନ ଉପରେ ଫୋକସ୍‌ କରାଯିବ। ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି), ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ଓ ଆଫଗାନ ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ନିର୍ଦ୍ଦେଶନାମା ଓ ସହଯୋଗରେ ଏହି ଟ୍ରେନିଂ କ୍ୟାମ୍ପ ଆୟୋଜନ ହୋଇଛି।
ଶନିବାର ଏସିବି ମୁଖ୍ୟାଳୟରେ କୋଭିଡ-୧୯ ଖେଳାଳିମାନଙ୍କ ସଚେତନତା ନେଇ ଏକ ବୈଠକ ବସିଥିଲା। କ୍ୟାମ୍ପ ଚାଲୁଥିବା ବେଳେ କିପରି ଖେଳାଳିମାନେ କୋଭିଡ-୧୯ ସଂକ୍ରମଣଠାରୁ ଦୂରେଇ ରହିବେ ସେ ନେଇ ସତର୍କ କରାଇଦିଆଯାଇଥିଲା। ଆଗକୁ ଆୟୋଜନ ହେବାକୁଥିବା ଟି୨୦ ବିଶ୍ୱକପ୍‌ରେ ଆଫଗାନିସ୍ତାନ ଅଂଶଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି। ସେହିପରି ନଭେମ୍ବର ୨୧ ତାରିଖରେ ପର୍ଥରେ ଆରମ୍ଭ ହେବାକୁ ଥିବା ଅଷ୍ଟ୍ରେଲିଆ ବିପକ୍ଷରେ ଆଫଗାନିସ୍ତାନ ଏକମାତ୍ର ଟେଷ୍ଟ ମଧ୍ୟ ଖେଳିବାର କାର୍ଯ୍ୟକ୍ରମ ରହିଛି। ଅଭ୍ୟାସ ଶିବିରରେ ସାମିଲଥିବା ଅନ୍ୟ ତାରକା କ୍ରିକେଟରମାନେ ହେଲେ ଅଧିନାୟକ ଅସଗର ଆଫଗାନ, ନାଜିବୁଲ୍ଲା ଜଡ୍ରାନ, ଗୁଲବଦିନ ନାଇବ, ଶପୁର ଜଡ୍ରାନ, ସମ୍ମିଲଲ୍ଲା ସେନଓ୍ବାରୀ, ମହମ୍ମଦ ସାହଜାଦ।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀର ପ୍ରଭାବରେ ଉଡିଲା ଛପର: ୧୪ ଘଣ୍ଟା ହେଲା ବିଦ୍ୟୁତ-ମୋବାଇଲ ସେବା ଅଚଳ

ଦାରିଙ୍ଗବାଡି, ୨୮।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କାଳ ବୈଶାଖୀର ପ୍ରଭାବରେ ପ୍ରଭାବିତ ହୋଇଛି। ବ୍ଲକ ଅଞ୍ଚଳର ସିମନବାଡି ସମେତ କିରିକୁଟି, ତିଲୋରୀ, ବୁଡ଼ାଗୁଡା,…

ବିଧାୟିକାଙ୍କ ଫଣ୍ଡକୁ ଖର୍ଚ୍ଚ କରିବାରେ ବ୍ଲକ ପ୍ରଶାସନର ବିଳମ୍ବ: ବିଜେଡି କର୍ମୀଙ୍କୁ ଅଣଦେଖା

କେସିଙ୍ଗା,୨୮।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ନର୍ଲା ନିର୍ବାଚନ ମଣ୍ଡଳୀର ବିଧାୟିକା ମନୋରମା ମହାନ୍ତି କେସିଙ୍ଗା ବ୍ଳକ ଗସ୍ତକରି ନିଜ ନିର୍ବାଚନ ମଣ୍ଡଳୀ ଅଧୀନରେ ଥିବା କେସିଙ୍ଗା ବ୍ଳକର…

ବିମାନ ଯାତ୍ରୀଙ୍କୁ ଝଟ୍‌କା! ୨୨% ଘରୋଇ ଉଡ଼ାଣ ବନ୍ଦ କଲା ଏୟାର ଇଣ୍ଡିଆ

ନୂଆଦିଲ୍ଲୀ,୨୮ା୫: ଇନ୍ଧନ ମୂଲ୍ୟ ଅତ୍ୟଧିକ ବୃଦ୍ଧି ଯୋଗୁ କ୍ଷତିରେ ଚାଲୁଥିବା ଏୟାର ଇଣ୍ଡିଆ ଏହାର ଘରୋଇ ବିମାନ ଉଡ଼ାଣ ଅସ୍ଥାୟୀ ଭାବେ ୨୨ ପ୍ରତିଶତ ହ୍ରାସ କରିଛି।…

ରାସ୍ତା ନ ଥିବାରୁ ୩ କିମି ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ ମହିଳା: ପ୍ରଶଂସା ସାଉଁଟିଲେ ଆମ୍ବୁଲାନ୍ସ କର୍ମଚାରୀ

କେସିଙ୍ଗା/ଖପ୍ରାଖୋଲ,୨୮/୫(ତୁମେଶ୍ୱର ସାହୁ/ଅଭୟ ତ୍ରିପାଠୀ): ଖପ୍ରାଖୋଲ ବ୍ଳକ ଅନ୍ତର୍ଗତ ଜାନିପଡା ପାହାଡ଼ ପାଖରେ ରହୁଥିବା ରୋହିତ ଧରୂଆଙ୍କ ସ୍ତ୍ରୀ ସୀମା ମାଝୀଙ୍କ ଗର୍ଭଯନ୍ତ୍ରଣା ହେଉଥିବାରୁ ତାଙ୍କୁ ଡାକ୍ତରଖାନା ଆଣିବା…

୯ମ ଶ୍ରେଣୀ ପାଇଁ CBSEର ତ୍ରିଭାଷୀ ନିୟମ: କେନ୍ଦ୍ର, ଏନ୍‌ସିଇଆର୍‌ଟିକୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୮ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଜୁଲାଇ ୧ରୁ ନବମ ଶ୍ରେଣୀ ପିଲାଙ୍କ ପାଇଁ ୩ ଭାଷା ପଢ଼ିବା ବାଧ୍ୟତାମୂଳକ ନୀତି ଲାଗୁ କରିଥିବାରୁ ଏହାକୁ…

୨ଦିନ ପରେ ପାଗ ବଦଳିବ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୨୮ା୫ (ସୌମ୍ୟରଞ୍ଜନ ରାଉତ):ପ୍ରବଳ ଗରମ ଓ ଗୁଳୁଗୁଳିରୁ ଓଡ଼ିଶାବାସୀଙ୍କୁ ଆଶ୍ବସ୍ତି ମିଳିଛି। ରାଜ୍ୟ ତାପମାତ୍ରାରେ ସାମାନ୍ୟ ହ୍ରାସ ପାଇଥିଲେ ମଧ୍ୟ ବୁଧବାର ଦିନସାରା ଗୁଳୁଗୁଳି ଜାରି ରହିଥିଲା।…

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri