ଟ୍ରେନ୍‌ରୁ ଖସି କଟିଥିଲା ଦୁଇ ଗୋଡ଼, ଚିକିତ୍ସାଧିନ ଅବସ୍ଥାରେ ଯୁବକ ମୃତ

ଝାରସୁଗୁଡ଼ା ଅଫିସ/ଲଖନପୁର,୧୯।୧୧(ଡି.ଏନ୍‌.ଏ.): ଝାରସୁଗୁଡ଼ା ରୋଡ୍‌ ଷ୍ଟେଶନରେ ମଙ୍ଗଳବାର ଏକ ପାସେଞ୍ଜର ଟ୍ରେନ୍‌ରେ ଚଢ଼ୁଥିବା ବେଳେ ଜଣେ ଯାତ୍ରୀ ଅସାବଧାନତାବଶତଃ ଖସି ପଡ଼ିଥିଲେ। ସେ ଟ୍ରେନ୍‌ ଲାଇନ୍‌ରେ ପଶି ଯିବା ଯୋଗୁ ତାଙ୍କର ଦୁଇଟି ଯାକ ଗୋଡ଼ କଟି ଯାଇଥିଲା। ସ୍ଥାନୀୟ ଲୋକେ ତାଙ୍କୁ ଗୁରୁତର ଭାବେ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ମୃତକଜଣଙ୍କ ଛତିଶଗଡ଼ ହଙ୍କରର ସଞ୍ଜୟ କର(୩୧) ବୋଲି ଜଣାପଡ଼ିଛି। ତେବେ ଡିଏମ୍‌ୟୁ ଟ୍ରେନ୍‌ ସମ୍ବଲପୁରରୁ ରାଉରକେଲା ଅଭିମୁଖେ ଯାଉଥିବା ବେଳେ ଯାତ୍ରୀଜଣଙ୍କ ଝାରସୁଗୁଡ଼ା ରୋଡ୍‌ ଷ୍ଟେଶନରେ ଚଢ଼ିଥିଲେ। ଏହି ସମୟରେ ଦୁର୍ଘଟଣା ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନିଶାମୁକ୍ତ ଓଡ଼ିଶା ପାଇଁ ସରକାରଙ୍କ ବଡ଼ ମାଷ୍ଟର ପ୍ଲାନ

ଭୁବନେଶ୍ୱର,୧୨।୭: ନିଶାମୁକ୍ତ ଓଡ଼ିଶା ପାଇଁ ରାଜ୍ୟ ସରକାର ଏକ ବଡ଼ ମାଷ୍ଟର ପ୍ଲାନ ପ୍ରସ୍ତୁତ କରିଛନ୍ତି। ଏହାର ଅନୁମୋଦନ ପାଇଁ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ…

ସବୁଜ ଭବିଷ୍ୟତ ଗଠନ କରିବାକୁ ଆଗେଇ ଆସିଲେ ମହିଳା, ପ୍ରତ୍ୟେକ ନାଗରିକ ସଂକଳ୍ପବଦ୍ଧ ହୋଇ…

ବଲାଙ୍ଗୀର,୧୨ା୭(ସୁନିଲ କୁମାର ମହାନ୍ତି): ପରିବେଶ ସୁରକ୍ଷା ଏବଂ ସବୁଜ ଭବିଷ୍ୟତ ଗଠନର ଉଦ୍ଦେଶ୍ୟରେ ବଲାଙ୍ଗୀରସ୍ଥିତ ଖୁଜେନପାଲି ବିଦ୍ୟାଳୟରେ ବଲାଙ୍ଗୀର ମାରଓ୍ବାଡ଼ି ମହିଳା ସମିତି, ଲାୟନ୍ସ କ୍ଲବ, ସହଯୋଗ…

ମାଟିର ମହକରେ ଫେରିଲା ଦେଶୀ ମଞ୍ଜି, ପ୍ରେରଣାଦାୟୀ ସାଜିଲେ ମହିଳା ଚାଷୀ, ହସିହସି କୁହନ୍ତି ଆମ ପରିବାରରେ…

କର୍ଲାମୁଣ୍ଡା,୧୨ା୭(ପ୍ରଦୀପ କୁମାର ସାହୁ): ବଦଳୁଥିବା କୃଷି ପଦ୍ଧତି ମଧ୍ୟରେ ଯେତେବେଳେ ଅନେକ ଚାଷୀ ହାଇବ୍ରିଡ୍‌ ମଞ୍ଜି ଓ ରାସାୟନିକ କୃଷି ଉପରେ ନିର୍ଭରଶୀଳ ହୋଇପଡ଼ିଛନ୍ତି, ସେତେବେଳେ କଳାହାଣ୍ଡି…

ରଥଯାତ୍ରା ଡ୍ୟୁଟିରେ ଆସିଥିବା ହୋମଗାର୍ଡଙ୍କ ସନ୍ଦେହଜନକ ମୃତ୍ୟୁ

ସାକ୍ଷୀଗୋପାଳ, ୧୨।୭ (କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ରଥଯାତ୍ରା ଡ୍ୟୁଟିରେ ପୁରୀ ଆସିଥିବା ଜଣେ ହୋମଗାର୍ଡଙ୍କର ଶନିବାର ରାତିରେ ସନ୍ଦେହଜନକ ପରିସ୍ଥିତିରେ ମୃତ୍ୟୁ ଘଟିଛି। ମୃତ ହୋମଗାର୍ଡଙ୍କ…

ଗ୍ରୀଡ୍‌ ସବ୍‌ଷ୍ଟେଶନ ଲୋକାର୍ପଣ କଲେ ଉପମୁଖ୍ୟମନ୍ତ୍ରୀ, କହିଲେ କୌଣସି ସ୍ଥାନରେ କିଛି…

ବରଗଡ଼,୧୨ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ପଞ୍ଚାୟତ କଲେଜ ନିକଟରେ ରବିବାର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ୩୩/୧୧ କେ.ଭି କ୍ଷମତା ସମ୍ପନ୍ନ ନୂତନ ଗ୍ରୀଡ୍‌…

ମୋବାଲରେ ପିଟି ସ୍ବାମୀଙ୍କୁ ମାରିଦେଲେ ସ୍ତ୍ରୀ, ବୋହୂଙ୍କ ନାଁରେ ଅଭିଯୋଗ ଆଣି ଶ୍ୱଶୁର କହିଲେ ଏମିତି…

ବଲାଙ୍ଗୀର,୧୨ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସ୍ବରାଜ ହସ୍ପିଟାଲରେ ରବିବାର ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତ ବ୍ୟକ୍ତି ଜଣକ ହେଲେ ବଲାଙ୍ଗୀର ଚମିନିଭାଟି ପଡ଼ାର ସ୍ବପ୍ନେଶ୍ବର…

ବିଦ୍ୟୁତ୍‌ ଫାଶରେ ଲାଗି ଚାଲିଗଲା ମହିଳା ଚାଷୀଙ୍କ ଜୀବନ, ପରିବାର ଉପରେ ଭାଙ୍ଗିପଡ଼ିଲା ଦୁଃଖର ପାହାଡ଼

ବୁଗୁଡ଼ା,୧୨ା୭(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଅନ୍ତର୍ଗତ ତାକରଡ଼ାରେ ବିଲକୁ ଯାଇ ଫେରୁଥିବା ବେଳେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜଣେ ମହିଳା ଚାଷୀଙ୍କ ମୃତ୍ୟୁ…

ସମୁଦ୍ରରେ ଗାଧୋଇବାବେଳେ ବୁଡ଼ି ଯାଉଥିଲେ ୩ ପର୍ଯ୍ୟଟକ, ଉଦ୍ଧାର କରି…

ପୁରୀ,୧୨ା୭(ଅଜିତ୍‌ କୁମାର ମହାନ୍ତି): ରବିବାର ସମୁଦ୍ରରେ ଗାଧୋଉଥିବାବେଳେ ୩ ପର୍ଯ୍ୟଟକ ବୁଡ଼ିଯାଉଥିଲେ। ଏହି ସମୟରେ ଲାଇଫଗାର୍ଡ ପହଞ୍ଚି ସେମାନଙ୍କୁ ଉଦ୍ଧାର କରିଛନ୍ତି। ସେକ୍ଟର ୯ ଚୈତନ୍ୟ ଛକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri