ଟ୍ରେନ୍‌ରେ କଟି ଟ୍ରକ୍‌ ଡ୍ରାଇଭରଙ୍କ ଜୀବନ ଗଲା

ଧର୍ମଶାଳା,୧୮।୫(ଡି.ଏନ.ଏ.): ଧାନମଣ୍ଡଳ ଷ୍ଟେଶନରେ ଶୁକ୍ରବାର ରାତି ୨ଟାରେ ଜଣେ ଟ୍ରକ୍‌ ଡ୍ରାଇଭର ରେଳଧାରଣା ପାର ହେଉଥିବାବେଳେ ଟ୍ରେନରେ କଟି ମୃତ୍ୟୁ ଘଟିଛି। ମୃତକ ନିରଞ୍ଜନ ମଲିକ (୪୨)ଙ୍କ ଘର କୁଆଖିଆ ଥାନା ମସୁରପୁର ଗ୍ରାମରେ। ସେ ଧର୍ମଶାଳା ଥାନା ଅନ୍ତର୍ଗତ ଛେଳିଆପଦା ଗ୍ରାମରେ ଘରଜ୍ୱାଇଁ ଭାବେ ରହି ଟ୍ରକ୍‌ ଚଲାଉଥିଲେ। ପ୍ରକାଶ ଯେ, ଶୁକ୍ରବାର ବିଳମ୍ବିତ ରାତିରେ ନିରଞ୍ଜନ ଧାନମଣ୍ଡଳଠାରେ ଟ୍ରକ୍‌ରୁ ସିମେଣ୍ଟ ଅନ୍‌ଲୋଡ କରି ରେଳଲାଇନ୍‌ ପାର ହୋଇ ପୁନ୍ନଶ୍ଚ ଟ୍ରକ୍‌ ପାଖକୁ ଫେରୁଥିଲେ। ଏହି ସମୟରେ ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରେନ୍‌ ତାଙ୍କ ଉପରକୁ ମାଡିଯାଇଥିଲା। ଘଟଣାସ୍ଥଳରେ ହିଁ ନିରଞ୍ଜନଙ୍କର ମୃତ୍ୟୁ ହୋଇଥିଲା। ଶନିବାର ସକାଳେ ସ୍ଥାନୀୟ ଲୋକେ ଦେଖି କଟକ ଜିଆରପି ପୋଲିସକୁ ଖବର ଦେଇଥିଲେ। ଜିଆରପି ପୋଲିସ ପହଞ୍ଚତ୍ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ବଡ଼ଚଣା ପଠାଇ ଏକ ଅପମୃତ୍ୟୁ ମାମଲା (ନଂ.୩୪/୧୯) ରୁଜୁକରି ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

ବାଇକ୍‌ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ

ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...

ଟ୍ରକ୍‌କୁ ସାଇଡ୍‌ ଦେବାକୁ ଯାଇ ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣୀ ବ୍ଲକ ପାରଳାଖେମୁଣ୍ଡି ଆଦର୍ଶ ଥାନା ଅନ୍ତର୍ଗତ କତଳକଇଠା ଗ୍ରାମ ନିକଟରେ ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ବୁଧବାର ଜଣେ...

ଟାଟା ପାଓ୍ବାରରେ ଚାଲିଛି ଛଟେଇ: ପ୍ରତିବାଦରେ ଏସ୍‌ଇ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭଞ୍ଜନଗର,୧୦ା୧୨(ବାବୁଲା ପ୍ରଧାନ): ଟାଟା ପାଓ୍ବାରରେ ଆଉଟସୋର୍ସିଂ କର୍ମଚାରୀଙ୍କୁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ପରୋକ୍ଷରେ ଠିକାଦାର ସଂସ୍ଥା ଉପରେ ଚାପ ପକାଇ ବିଭିନ୍ନ ସମୟରେ ଛଟେଇ କରୁଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri