ଟ୍ରେନ୍‌ରେ କନ୍ୟାସନ୍ତାନ ଜନ୍ମ ଦେଲେ ପ୍ରବାସୀ ମହିଳା

ଟିଟିଲାଗଡ଼, ୨୪।୫(ଡି.ଏନ.ଏ.)-ପ୍ରବାସୀ ଶ୍ରମିକଙ୍କୁ ନେଇ ଆସିଥିବା ସ୍ବତନ୍ତ୍ର ଶ୍ରମିକ ଟ୍ରେନ୍‌ରେ ଯାତ୍ରା କରୁଥିବା ଜନୈକା ମହିଳା ବଗିରେ ରବିବାର ଏକ କନ୍ୟାସନ୍ତାନ ଜନ୍ମ ଦେଇଛନ୍ତି। ଟ୍ରେନ୍‌ ବଲାଙ୍ଗୀର ଜିଲା ଟିଟିଲାଗଡ଼ ରେଳଷ୍ଟେଶନରେ ପହଞ୍ଚିବା ବେଳେ ଏପରି ଘଟଣା ଘଟିଛି। ସକାଳେ ତାମିଲନାଡୁ ରାଜ୍ୟ କାଜିପେଟାରୁ ବଲାଙ୍ଗୀରକୁ ପ୍ରବାସୀ ଶ୍ରମିକଙ୍କୁ ନେଇ ଏକ ସ୍ବତନ୍ତ୍ର ଶ୍ରମିକ ଟ୍ରେନ୍‌ ରବିବାର ସକାଳେ ଟିଟିଲାଗଡ଼ ଷ୍ଟେଶନରେ ପହଞ୍ଚିବା ବେଳେ ଛତିଶଗଡ଼ ରାଜ୍ୟର ଜନୈକା ମହିଳା ଶ୍ରମିକଙ୍କ ପ୍ରସବ ଯନ୍ତ୍ରଣା ଆରମ୍ଭ ହୋଇଥିଲା। ଏନେଇ କୌଣସି ସ୍ବାସ୍ଥ୍ୟ ସେବା ଉପଲବ୍ଧ ନ ଥିଲା। ଶେଷରେ ଟ୍ରେନ୍‌ରେ ମହିଳା ଜଣକ ସନ୍ତାନ ପ୍ରସବ କରିଥିଲେ। ଘଟଣାସ୍ଥଳରେ ଆରପିଏଫ ପୋଷ୍ଟ କମାଣ୍ଡର ଏମ.ଏସ. କୁମାୱତ, ସବ୍‌ଇନ୍ସପେକ୍ଟର ଆର.ସି. ପାତ୍ର, ରେଢ଼ାଖୋଲ ସବ୍‌ଇନ୍ସପେକ୍ଟର ଅଜୟ ସ୍ବାଇଁ, ଷ୍ଟେଶନ ମାଷ୍ଟର ଏମ.କେ. ପାତ୍ର ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚି ତୁରନ୍ତ ଉକ୍ତ ବଗିରୁ ଅନ୍ୟ ଯାତ୍ରୀଙ୍କୁ ଅପସାରଣ ବ୍ୟବସ୍ଥା କରିଥିଲେ। ପ୍ରସବ ପରେ ମହିଳାଙ୍କୁ ଟ୍ରେନ୍‌ରୁ ଓହ୍ଲାଇ ଡାକ୍ତରଖାନା ପଠାଇଥିଲେ। ସ୍ଥାନୀୟ ରେଲଓ୍ବେ ଡାକ୍ତର ରଘୁନାଥ ପଣ୍ଡା ମା’ ଓ ଶିଶୁଙ୍କ ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ କରିଥିଲେ। ଦୀର୍ଘ ସମୟ ଛିଡା ହୋଇ ରହିଥିବା ଟ୍ରେନ୍‌ ପ୍ରାୟ ଦେଢ଼ଘଣ୍ଟା ବିଳମ୍ବ ପୂର୍ବାହ୍ନ ୧୧ଟା ୯ରେ ବଲାଙ୍ଗୀର ଅଭିମୁଖେ ଯାତ୍ରା କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ଅଗଷ୍ଟ ୩ରୁ ୫ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର, ୨୧।୭: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ଅଗଷ୍ଟ ୩ରୁ ୫ ତାରିଖ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଏହି ଗସ୍ତ ଅବସରରେ ସେ…

ଭିଟାମାଟି ଛାଡ଼ିଲେ ନାହିଁ ଗ୍ରାମବାସୀ: ଅସ୍ତ୍ର ଶସ୍ତ୍ର ପୂଜାର୍ଚ୍ଚନା କରି ନେଲେ ଶପଥ, ପ୍ରଶାସନ ନାକେଦମ

ବଲାଙ୍ଗୀର, ୨୧।୭ ( ସୁନିଲ କୁମାର ମହାନ୍ତି): ଲୋୟର ସୁକତେଲ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ସକାଳୁ ଜିଲା ପ୍ରଶାସନ ପକ୍ଷରୁ ବିସ୍ଥାପନ ପ୍ରକ୍ରିୟା ଆରମ୍ଭ…

୪ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ଆରଆଇ 

ସୁନ୍ଦରଗଡ/ କୁଆଁରମୁଣ୍ଡା,୨୧।୭(ଜୟ ନାରାୟଣ ମେଣ୍ଡୁଳି/ ମହେନ୍ଦ୍ର କୁମାର ସାହୁ ): ସୁନ୍ଦରଗଡ ଜିଲା କୁଆରମୁଣ୍ଡା ତହସିଲ ଅଧୀନ କଲୋସିହିରା ସର୍କଲର ରାଜସ୍ୱ ନିରୀକ୍ଷକ ଲାଞ୍ଚ ନେଉଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri