ଟ୍ରେନ୍‌ରେ ଛାଡ଼ିଥିବା ୪ ଲକ୍ଷ ୫୦ ହଜାର ଟଙ୍କା ଫେରିପାଇଲେ ବ୍ୟକ୍ତି

ରାୟଗଡ଼ା ଅଫିସ,୧୯।୧: ବିଶାଖାପାଟନମ୍‌ରୁ ରାୟଗଡ଼ା ଅଭିମୁଖେ ଶେଖ୍‌ ୟାସୋଦିନ୍‌ ନାମକ ଜଣେ ବ୍ୟକ୍ତି ରବିବାର ସକାଳେ ସମତା ଏକ୍ସପ୍ରେସରେ ତାଙ୍କର ଜଣେ ବନ୍ଧୁଙ୍କ ବିବାହ ଉତ୍ସବରେ ଯୋଗ ଦେବା ପାଇଁ ଆସୁଥିଲେ। ତାଙ୍କ ବନ୍ଧୁ ତାଙ୍କୁ କିଛି ଟଙ୍କା ଧାରସୂତ୍ରରେ ମାଗିଥିବାରୁ ସେ ୪ ଲକ୍ଷ ୫୦ ହଜାର ଟଙ୍କା ଧରି ଆସିଥିବା ବ୍ୟାଗ୍‌ଟିକୁ ଅନ୍ୟମନସ୍କ ହୋଇ ଟ୍ରେନରେ ବି-୪ ସିଟ୍‌ ନଂ ୨୭ରେ ରଖି ଚାଲି ଯାଇଥିଲେ। କିନ୍ତୁ ଷ୍ଟେଶନରେ ଓହ୍ଲାଇବା ପରେ ବ୍ୟାଗ୍‌ ଛାଡ଼ିଦେଇଥିବା ମନେ ପଡ଼ିବାରୁ ସେ ସଙ୍ଗେ ସଙ୍ଗେ ଆର୍‌ପିଏଫ୍‌ଙ୍କୁ ଅଭିଯୋଗ କରିଥିଲେ। ଆର୍‌ପିଏଫ୍‌ ଅଧିକାରୀ, ଆରପିଏଫ୍‌ ଆଇଆଇସିଡି. ଏନ୍‌ ତ୍ରିଲୋକ ଏହି ଘଟଣା ସମ୍ପର୍କରେ ଜାଣିବା ପରେ ୨ ଜଣ କନଷ୍ଟେବଳଙ୍କୁ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିଲେ। ତେବେ ସିଙ୍ଗାପୁର ଷ୍ଟେଶନ ଓ ଥେରୁବାଲି ମଧ୍ୟରେ ଉକ୍ତ ବ୍ୟାଗ୍‌ଟିକୁ ଉଦ୍ଧାର କରି ଶେଖ୍‌ ୟାସୋଦିନ୍‌ଙ୍କୁ ଫେରସ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

ହାଇୱାକୁ ଧକ୍କା ଦେଲା ବାଇକ୍‌: ଚାଲିଗଲା ଫାର୍ମାସିଷ୍ଟଙ୍କ ଜୀବନ

ତିହିଡି,୨୩।୪(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଫତେପୁର ଛକ ନିକଟରେ ଏକ ହାଇୱାକୁ ବାଇକ ଧକ୍କା ଦେଇଛଇ। ଏଥିରେ ଜଣେ ଫାର୍ମାସିଷ୍ଟଙ୍କର ମୃତ୍ୟୁ ଘଟିଥିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri