ଟ୍ରେନ୍‌ରେ ତାମିଲନାଡୁରୁ ଫେରିଲେ ୧୭୩ ପ୍ରବାସୀ

ରାୟଗଡ଼ା ଅଫିସ,୩୧ା୫: ପ୍ରବାସୀ ଓଡ଼ିଆଙ୍କୁ ନେଇ ତାମିଲନାଡ଼ୁରୁ ବାହାରିଥିବା ଏକ ସ୍ବତନ୍ତ୍ର ଟ୍ରେନ୍‌ ରବିବାର ସନ୍ଧ୍ୟାରେ ରାୟଗଡ଼ା ଷ୍ଟେଶନରେ ପହଞ୍ଚିଥିଲା। ଏଥିରୁ ମାଲକାନଗିରି ଜିଲାର ୫ ଶ୍ରମିକ, ନବରଙ୍ଗପୁର ୨୧, କୋରାପୁଟ ୪, କନ୍ଧମାଳ ୭୬ ଏବଂ ରାୟଗଡ଼ା ଜିଲାର ୩୨ ଶ୍ରମିକ ରାୟଗଡ଼ାଠାରେ ଓହ୍ଲାଇଥିଲେ। ରାୟଗଡ଼ା ଜିଲାପାଳ ପ୍ରମୋଦ କୁମାର ବେହେରା, ଏସ୍‌ପି ଶର୍ବଣା ବିବେକ ଏମ୍‌, ଅତିରିକ୍ତ ଜିଲାପାଳ ଶରତ ଚନ୍ଦ୍ର ପଣ୍ଡା, ଉପଜିଲାପାଳ ପ୍ରତାପ ଚନ୍ଦ୍ର ପ୍ରଧାନ ଷ୍ଟେଶନରେ ଉପସ୍ଥିତ ରହି ପ୍ରବାସୀ ଓଡ଼ିଆଙ୍କୁ ସ୍ବାଗତ କରିଥିଲେ। ପରେ ଶ୍ରମିକମାନଙ୍କ ନାମ ପଞ୍ଜୀକରଣ ଓ ହାତରେ ଷ୍ଟାମ୍ପ ଲଗାଯାଇଥିଲା। ସେମାନଙ୍କୁ ଖାଦ୍ୟ ଦିଆଯିବା ପରେ ଉପସ୍ଥିତ ସମ୍ପୃକ୍ତ ଜିଲାର ଅଧିକାରୀଙ୍କ ସହ ନିଜ ଜିଲାକୁ ବସ୍‌ ଯୋଗେ ପଠାଯାଇଛି। ଏ ନେଇ ଜିଲା ପ୍ରଶାସନ ପକ୍ଷରୁ ପୂର୍ବରୁ ସମସ୍ତ ବ୍ୟବସ୍ଥା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ବଂଶଧାରା ନଦୀରେ ନିଖୋଜ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

ଗୁଣପୁର ୩।୯( ସୁଜାତା ପାଢ଼ୀ): ରାୟଗଡା ଜିଲା ଗୁଣପୁର ବଂଶଧାରା ନଦୀ ବିକ୍ରମପୁର ତୁଠରେ ଗାଧୋଇବାକୁ ଯାଇ ନିଖୋଜ ବ୍ୟକ୍ତିକୁ ମାଛଖୁଣ୍ଟି ଠାରେ ଗୁରୁବାର ସkରେ ଉଦ୍ଧାର…

କେବଳ ଚାକିରି ନୁହେଁ, ରୋଜଗାରଦାତା ହୁଅନ୍ତୁ: ସ୍ବଦେଶୀ ଜାଗରଣ ମଞ୍ଚର ଆହ୍ବାନ

କଲ୍ୟାଣସିଂହପୁର/ରାୟଗଡ଼ା, ୩।୯(ଦୀପକ କୁମାର ପରିଡା): ସ୍ବଦେଶୀ ଜାଗରଣ ମଞ୍ଚ ରାୟଗଡ଼ା ଜିଲା ପକ୍ଷରୁ ଚାଲିଥିବା ‘ସ୍ବାବଲମ୍ବୀ ଭାରତ ଅଭିଯାନ’ (୨୧ ଅଗଷ୍ଟରୁ ୨ ଅକ୍ଟୋବର) ପରିପ୍ରେକ୍ଷୀରେ ସ୍ଥାନୀୟ…

କଲ୍ୟାଣସିଂହପୁରରେ ଆମ୍ବେଦକର ଯୁବମଞ୍ଚର ନୂତନ କମିଟି, ବାବାସାହେବ…..

କଲ୍ୟାଣସିଂହପୁର,୩ା୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ସ୍ଥିତ ଗୁଣ୍ଡିଚା ମନ୍ଦିର ପ୍ରାଙ୍ଗଣରେ ‘ଆମ୍ବେଦକର ଯୁବମଞ୍ଚ’ର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇ ନୂତନ କମିଟି ଗଠନ…

ଜଙ୍ଗଲରୁ ରକ୍ତାକ୍ତ ମୃତଦେହ ଉଦ୍ଧାର, ବୁଧବାର ସନ୍ଧ୍ୟାରୁ ଥିଲେ ନିଖୋଜ

ଗୁଣପୁର,୩ା୯(ସୁଜାତା ପାଢ଼ୀ): ଜଙ୍ଗଲରୁ ମିଳିଲା ଯୁବକଙ୍କ ରକ୍ତାକ୍ତ ମୃତଦେହ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ରାୟଗଡା ଜିଲା ଗୁଣପୁର ବ୍ଲକ୍ ଗଠଳପଦର ପଞ୍ଚାୟତ କାକିତାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri