ଟ୍ରେନ୍‌ରେ ଫେରୁଥିବା ପ୍ରବାସୀ ମହିଳାଙ୍କ ମୃତ୍ୟୁ

ବଲାଙ୍ଗୀର ଅଫିସ, ୨୪ା୫-ବିଶାଖାପାଟଣାରୁ ବଲାଙ୍ଗୀର ପହଞ୍ଚତ୍ଥିବା ଶ୍ରମିକ ସ୍ପେଶାଲ ଟ୍ରେନ୍‌ରେ ଆସୁଥିବା ଜଣେ ପ୍ରବାସୀ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ କୋରାପୁଟ ଜିଲା ବୈପାରୀଗୁଡାର ରାଧା ଖର୍ରା (୨୦) ବୋଲି ଜଣାପଡିଛି। ତାଙ୍କର ବର୍ଷକର ଏକ ଶିଶୁ ଅଛି। ଏହି ଟ୍ରେନ୍‌ ରବିବାର ସକାଳେ ବଲାଙ୍ଗୀର ରେଳ ଷ୍ଟେଶନ୍‌ରେ ପହଞ୍ଚତ୍ ଥିଲା। ଏହି ସମୟରେ ଜଣେ ବ୍ୟକ୍ତି ତାଙ୍କ ଭଉଣୀ ଗୁରୁତର ଅସୁସ୍ଥ ହୋଇପଡିଥିବା ସେଠାରେ ମୁତୟନ ପୋଲିସକୁ ସୂଚନା ଦେଇଥିଲେ ା ଟ୍ରେନ୍‌ ଭିତରେ ସେ ଛଟପଟ ହେଉଥିବା ଓ ନିଃଶ୍ୱାସ ପ୍ରଶ୍ୱାସ ନେବାରେ ଅସୁବିଧା ଅନୁଭବ କରୁଥିବା ଜଣାଇଥିଲେ। ଖବର ପାଇ ମେଡିକାଲ ଟିମ୍‌ ତୁରନ୍ତ ପହଞ୍ଚତ୍ ଷ୍ଟେଶନ୍‌ ଭିତରେ ମହିଳାଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିଥିଲେ। ଶେଷରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ସୂଚନା ଅନୁସାରେ, ରାଧା ନିଜ ପରିବାର ସହ ଆନ୍ଧ୍ରପ୍ରଦେଶ ଦାଦନ ଖଟିବାକୁ ଯାଇଥିଲେ। ଲକ୍‌ଡାଉନ୍‌ ପୂର୍ବରୁ ତାଙ୍କ ସ୍ବାମୀ ବୈପାରୀଗୁଡାକୁ କୌଣସି କାମରେ ଆସି ଆଉ ଫେରି ପାରି ନ ଥିଲେ। ଏଣୁ ରାଧା ନିଜର ଶିଶୁ ସହ ସେଠାରେ ଭାଇଭାଉଜ ଓ ସମ୍ପର୍କୀୟଙ୍କ ସହ ରହିଯାଇଥିଲେ। ଶନିବାର ବିଶାଖାପାଟଣାରୁ ଶ୍ରମିକ ସ୍ପେଶାଲ ଟ୍ରେନ୍‌ରେ ଫେରୁଥିବା ବେଳେ ବାଟରେ ସେ ଅସୁସ୍ଥ ହୋଇପଡିଥିଲେ। ବଲାଙ୍ଗୀର ରେଳ ଷ୍ଟେଶନ୍‌ରେ ପହଞ୍ଚତ୍ବା ପରେ ତାଙ୍କ ଅବସ୍ଥା ଗୁରୁତର ହୋଇପଡିଥିଲା ା ମେଡିକାଲ ଟିମ୍‌ ପହଞ୍ଚତ୍ବା ବେଳକୁ ତାଙ୍କର ମୃତ୍ୟୁ ଘଟିଥିଲା ା ରାଧାଙ୍କ ମୃତଦେହକୁ ଭୀମଭୋଇ ମେଡିକାଲ କଲେଜ ଶବାଗାରକୁ ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ANM ସ୍ତ୍ରୀଙ୍କୁ ମାରି ନିଆଁ ଲଗାଇବା ବେଳେ ନିଜେ ଜଳିଯାଇଥିଲେ, ଅର୍ଦ୍ଧଦଗ୍ଧ ସ୍ବାମୀରବି ହେଲା ମୃତ୍ୟୁ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମୃତ୍ୟୁ ଘଟଣା…

କ୍ୱାର୍ଟରରେ ଶୋଇଥିଲେ ମହିଳା ANM, ଲାଗିଗଲା ନିଆଁ: ସନ୍ଦେହଜନକ ଭାବେ…

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମଙ୍ଗଳବାର ରାତିରେ…

ଶ୍ରୀରାମ ନବମୀ ରାଲିରେ ବିଧାୟକ ଗୁଳି ଫୁଟାଇବା ଘଟଣା; ଗର୍ଜିଲା ଛାତ୍ର କଂଗ୍ରେସ, ଜିଲାପାଳଙ୍କୁ ଦାବିପତ୍ର

ବଲାଙ୍ଗୀର,୩୦ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ବିଧାୟକ ନବୀନ ଜୈନ ଗୁଳି ଫୁଟାଇବା ଘଟଣାକୁ ନେଇ ବିବାଦ…

ଉପଜିଲାପାଳଙ୍କ ଅଫିସ ନିକଟରେ ଅଗ୍ନିକାଣ୍ଡ, ୩ ଦୋକାନ ଛାରଖାର

ବଲାଙ୍ଗୀର,୩୦ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସାଗରପଡ଼ା ଉପଜିଲାପାଳଙ୍କ ଅଫିସ ନିକଟ ଛକରେ ସୋମବାର ଅଗ୍ନିକାଣ୍ଡ ଘଟି ତିନି ଦୋକାନ ଛାରଖାର ହୋଇଯାଇଛି। ଗୋଟିଏ ଟାୟାର ଦୋକାନ ଓ…

ଶ୍ରୀରାମନବମୀ ରାଲିରେ ବିଧାୟକ ଗୁଳି ଫୁଟାଇବା ଘଟଣା: ଗିରଫ ଦାବି କଲା ବିଜେଡି

ବଲାଙ୍ଗୀର,୨୯ା୩(ବୀରେନ୍ଦ୍ର କୁମାର ଝାଙ୍କର/ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ବିଧାୟକ ନବୀନ ଜୈନ ଗୁଳି ଫୁଟାଇବା ଘଟଣାକୁ…

ରାମନବମୀ ଶୋଭାଯାତ୍ରାବେଳେ ଫାଙ୍କା ଗୁଳିଚାଳନା କରି ଫସିଲେ ବିଧାୟକ, ଏବେ…

ବଲାଙ୍ଗୀର/ଟିଟିଲାଗଡ଼,୨୯ା୩ (ବୀରେନ୍ଦ୍ର କୁମାର ଝାଙ୍କର/ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ଫୁଟିଛି ଗୁଳି। ଆଉ ଏହି ଗୁଳି ଚଳାଇଛନ୍ତି…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri