ଟ୍ରେନ୍‌ରେ ଯାତ୍ରୀ ଛାଡ଼ିଥିବା ବ୍ୟାଗ୍‌ ଦେଲା ଆର୍‌ପିଏଫ୍‌

ଛତ୍ରପୁର,୩୦ା୧୨(ଡି.ଏନ.ଏ)-ଟ୍ରେନ୍‌ରେ ଜଣେ ଯାତ୍ରୀ ଛାଡି ଯାଇଥିବା ବ୍ୟାଗକୁ ଛତ୍ରପୁର ଆର୍‌ପିଏଫ୍‌ ଆଉଟପୋଷ୍ଟ ପକ୍ଷରୁ ତାଙ୍କୁ ସୋମବାର ହସ୍ତାନ୍ତର କରାଯାଇଛି। ଆନ୍ଧ୍ରପ୍ରଦେଶ ଶ୍ରୀକାକୁଲମ୍‌ ଜିଲା ଇଚ୍ଛାପୁରମ୍‌ ଗୋଲା ସାହିରେ ରହୁଥିବା କେ. ମନୋଜ ସୋମବାର କୋଣାର୍କ ଏକ୍ସପ୍ରେସ୍‌ରେ ତାଙ୍କ ବ୍ୟାଗ୍‌ ଛାଡି ଓହ୍ଲାଇ ପଡିଥିଲେ। ଏ ସମ୍ପର୍କରେ ସେ ଆରପିଏଫ୍‌କୁ ଜଣାଇଥିଲେ। ସେଠାରୁ ଛତ୍ରପୁର ଆର୍‌ପିଏଫ୍‌ ଆଉଟପୋଷ୍ଟକୁ ଏ ନେଇ ଖବର ଆସିଥିଲା। ଛତ୍ରପୁର ଷ୍ଟେଶନରେ ଟ୍ରେନ ଅଟକିବା ପରେ ସ୍ଥାନୀୟ ଆରପିଏଫ୍‌ ଆଉଟପୋଷ୍ଟର ଏସ. କେ. ପଣ୍ଡା ଓ ଏମ୍‌. ଆର୍‌. ରାଉତ ଏସ୍‌-୯ କୋଚ୍‌ର ୧୯ ନଂ. ସିଟ୍‌ରୁ ମନୋଜଙ୍କ ବ୍ୟାଗ୍‌ ପାଇଥିଲେ। ଯାଞ୍ଚ ପରେ ମନୋଜଙ୍କୁ ଉକ୍ତ ବ୍ୟାଗ୍‌ ହସ୍ତାନ୍ତର କରାଯାଇଛି। ଏ ନେଇ ଆର୍‌ପିଏଫ୍‌ କର୍ତ୍ତୃପକ୍ଷଙ୍କୁ ମନୋଜ ଧନ୍ୟବାଦ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର ପ୍ରଶଂସାରେ ଶତମୁଖ ମେହବୁବା ମୁଫତି: କହୁ କହୁ କହିଦେଲେ…

ଶ୍ରୀନଗର,୮।୪: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଉପରେ ଖୁସି ପ୍ରକାଶ କରିଛନ୍ତି। ସେ…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

କାଳବୈଶାଖୀ କ୍ଷତିପୂରଣ ସହ ଘର, ପଲିଥିନ ଦାବି: ମଝି ରାସ୍ତାରେ ଟାୟାର ଜାଳିଲେ ଲୋକେ

ପାଟଣା,୮।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବର୍ଷା କୁଆପଥର ମାଡରେ ବ୍ୟାପକ କ୍ଷୟକ୍ଷତି ହେବା ସହ ଶହ ଶହ…

କାଳବୈଶାଖୀରେ ଭାଙ୍ଗିବା ଘର କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲା ବ୍ଲକ୍‌ ପ୍ରଶାସନ

ଗୁଡାରି,୮।୪ (ପ୍ରମୋଦ କୁମାର ପତି ):ରାୟଗଡା ଜିଲା ଗୁଡାରି ବ୍ଲକର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଜୋରରେ ପନ ବୋହିବା ସହ କୁଆପଥର ବର୍ଷା…

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

ମୋଦିଙ୍କୁ ଝଟ୍‌କା: ଆମେରିକା-ଇରାନ ଯୁଦ୍ଧବିରତି ଚୁକ୍ତିନାମା ନେଇ କଂଗ୍ରେସର ପ୍ରଥମ ପ୍ରତିକ୍ରିୟା, ପାକିସ୍ତାନର…

ନୂଆଦିଲ୍ଲୀ,୮ା୪: ଆମେରିକା-ଇରାନ ମଧ୍ୟରେ ଯୁଦ୍ଧବିରତି ଚୁକ୍ତିନାମା ନେଇ କଂଗ୍ରେସ ପକ୍ଷରୁ ପ୍ରଥମ ପ୍ରତିକ୍ରିୟା ପ୍ରକାଶ ପାଇଛି। କଂଗ୍ରେସ ଏମ୍‌ପି ଜୟରାମ ରମେଶ ସୋସିଆଲ ମିଡିଆ ପ୍ଲାଟଫର୍ମ ‘X’ରେ…

ସ୍କୁଲରେ ରୋଷେଇ ବେଳେ ଅଘଟଣ: ଗରମ ଡାଲି ପଡ଼ି ୨ ରୋଷେୟା ଆହତ

ପରଜଙ୍ଗ, ୮।୪(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କୁମୁସି ହାଇସ୍କୁଲରେ ବୁଧବାର ଛାତ୍ରୀଛାତ୍ରଙ୍କ ପାଇଁ ଭୋଜନ ରୋଷେଇ ହେଉଥିବାବେଳେ ଅଘଟଣ। ଗରମ ଡାଲି ପଡ଼ି…

ଆଜିଠୁ ବଢିଲା ଏୟାର ଇଣ୍ଡିଆ ଭଡ଼ା: ଜାଣନ୍ତୁ କେତେ ହେଲା…

ନୂଆଦିଲ୍ଲୀ,୮ା୪:ବିମାନ ଇନ୍ଧନ(ଏଟିଏଫ୍‌) ମୂଲ୍ୟ ବୃଦ୍ଧିକୁ ନେଇ ଏୟାର ଇଣ୍ଡିଆ ଏହାର ଘରୋଇ ଏବଂ ଅନ୍ତର୍ଜାତୀୟ ରୁଟ୍‌ରେ ସମସ୍ତ ବିମାନ ଯାତ୍ରା ପାଇଁ ମୂଲ୍ୟବୃଦ୍ଧି ଘୋଷଣା କରିଛି। ପ୍ରତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri