ଭଦ୍ରକ ଅଫିସ, ୨୧।୧- ବିଜୟୱାଡାରୁ ହାଓ୍ବଡା ଅଭିମୁଖେ ଯାଉଥିବା ହମ୍ସଫର୍ ଏକ୍ସପ୍ରେସ୍ ସମ୍ମୁଖକୁ ଡେଇଁ ସୋମବାର ଅପରାହ୍ନରେ ଜଣେ ନାବାଳିକା ଆତ୍ମହତ୍ୟା କରିଛନ୍ତି। ମୃତା ନାବାଳିକାଙ୍କ ପରିଚୟ ଅସ୍ପଷ୍ଟ ରହିଥିବାବେଳେ ଆତ୍ମହତ୍ୟାର କାରଣ ମଧ୍ୟ ଜଣାପଡ଼ି ନାହିଁ। ହମ୍ସଫର୍ ଏକ୍ସପ୍ରେସ୍ର ଭଦ୍ରକ ଷ୍ଟେଶନରେ ରହଣି ନ ଥିବା କାରଣରୁ ଟ୍ରେନର ଗତି ଦ୍ରୁତ ଥିଲା। ନାବାଳିକା ଜଣଙ୍କ ଇଞ୍ଜିନ୍ ପଛ ବଗି ସିଧା ୩ ନଂ. ପ୍ଲାଟଫର୍ମରୁ ଡେଇଁ ପଡ଼ିଥିବାରୁ ୨ଟି ଗୋଡ଼ କଟିଯାଇଥିବା ବେଳେ ମୁହଁ ଓ ହାତ କ୍ଷତାକ୍ତ ହୋଇଯାଇଥିବା ଜଣାପଡ଼ିଛି। ଏ ସମ୍ପର୍କରେ ଜାଣିବା ପରେ ଚାଳକ ଟ୍ରେନ୍କୁ ଅଟକାଇଥିଲେ। ଗୁରୁତର ନାବାଳିକାଙ୍କୁ ଆର୍ପିଏଫ୍ ଉଦ୍ଧାର କରି ଭଦ୍ରକ ଜିଲା ଚିକିତ୍ସାଳୟକୁ ପଠାଇଥିଲା। ସେଠାରେ ପ୍ରଚୁର ରକ୍ତସ୍ରାବ ହୋଇଥିବାରୁ ନାବାଳିକାଙ୍କୁ ରକ୍ତ ପ୍ରଦାନ କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ସନ୍ଧ୍ୟାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ଅନୁଯାୟୀ, ଅପରାହ୍ନରେ ନାବାଳିକା ଜଣଙ୍କ କିଛି ସମୟ ଧରି ୩ ନମ୍ବର ପ୍ଲାଟ୍ଫର୍ମରେ ବୁଲୁଥିଲେ। ପ୍ରାୟ ସାଢ଼େ ୪ଟା ବେଳେ ସେ ହଠାତ୍ ଟ୍ରେନ୍ ଆଗକୁ ଡେଇଁ ପଡ଼ିଥିଲେ। ଟ୍ରେନ୍ ଧକ୍କାରେ ସେ ଛିଟିକି ରେଳଧାରଣା କଡ଼ରେ ପଡ଼ି ଯାଇଥିଲେ। ତାଙ୍କ ବାମଗୋଡ଼ ଟ୍ରେନ୍ରେ କଟି ସମ୍ପୂର୍ଣ୍ଣ ଅଲଗା ହୋଇଯାଇଥିବାବେଳେ ଡାହାଣ ଗୋଡ଼ ଛିନ୍ଭିନ୍ ହୋଇଯାଇଥିବା ସୂଚନା ମିଳିଛି।
ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ
ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…
ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ
ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…
ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ
ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…
ଗୋ’ ମାଫିଆଙ୍କ ଘରେ ରେଡ୍: ମିଳିଲା ପୁଳାପୁଳା ଟଙ୍କା-ସୁନା, ମାରଣାସ୍ତ୍ର
ଭଦ୍ରକ, ୭।୪(ସନାତନ ରାଉତ): ପୂର୍ବାଞ୍ଚଳ ଡିଆଇଜିଙ୍କ ନିଦ୍ଦେର୍ର୍ଶକ୍ରମେ ବାଲେଶ୍ୱର, ଭଦ୍ରକ ଓ ମୟୁରଭଞ୍ଜ ଜିଲାରେ ପୋଲିସ ପକ୍ଷରୁ ଗୋ’ ମାଫିଆଙ୍କ ଘରେ ରେଡ କରାଯାଇଛି l ଭଦ୍ରକର…
ବସ ଡ୍ରାଇଭର-ଫଳ ଦୋକାନୀ ମଧ୍ୟରେ ଗଣ୍ଡଗୋଳ, ରାସ୍ତାରେ ବସ ରଖି ଡ୍ରାଇଭର ଗଲେ ମେଡିକାଲ
ଭଦ୍ରକ,୬ା୪(ସନାତନ ରାଉତ): ଭଦ୍ରକ ଆରଡ଼ି ଛକ ନିକଟରେ ଜାତୀୟ ରାଜପଥ ସର୍ଭିସ ରୋଡରେ ଅଭାବନୀୟ ଘଟଣା । ବସ ଡ୍ରାଇଭର ଓ ଫଳ ଦୋକାନୀ ମଧ୍ୟରେ ଗଣ୍ଡଗୋଳ…
ମା’ ଭଦ୍ରକାଳୀଙ୍କ ପୀଠରୁ ଚୋରି, ହୁଣ୍ଡି ବାକ୍ସ ଭାଙ୍ଗି ଦୁର୍ବୃତ୍ତ…
ଭଦ୍ରକ,୬ା୪(ସନାତନ ରାଉତ): ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କ ପୀଠରେ ରବିବାର ବିଳମ୍ବିତ ରାତିରେ ଚୋରି ହୋଇଥିବାର ଅଭିଯୋଗ ହୋଇଛି। ଭୋର୍ ସମୟରେ ମା’ଙ୍କ ପୂଜା ପୂଜା…
ମଝି ରାସ୍ତାରେ ଓଲୋଟିଲା ଯାତ୍ରା ପାର୍ଟି ଟ୍ରକ
ଧାମନଗର,୪।୪( ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଭଣ୍ଡାରି ପଦି ଛକ ନିକଟସ୍ଥ ଏସଡିପିଓ ଅଫିସ ସାମ୍ନାରେ ଧାମନଗର ଭଦ୍ରକ ମୁଖ୍ୟ ରାସ୍ତାରେ ଶନିବାର ଅପରାହ୍ନରେ ଏକ…
ବାଇକ୍କୁ ଧକ୍କାଦେଲା ଟ୍ରାକ୍ଟ୍ରର, ଚାଲିଗଲା ୨ ଜଣଙ୍କ ଜୀବନ
ଧାମନଗର,୪ା୪(ସନ୍ତୋଷ କୁମାର ମହାପାତ୍ର/ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ବିଜ୍ଞାପିତ ଅଞ୍ଚଳ ଭଣ୍ଡାରିପଦୀ ଛକ ମୁଖ୍ୟ ରାସ୍ତାରେ ଶନିବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଫଳରେ ୨…
Archives

