Posted inଭଦ୍ରକ

ଟ୍ରେନ୍‌ ଆଗକୁ ଡେଇଁଲେ ନାବାଳିକା: ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ

ଭଦ୍ରକ ଅଫିସ, ୨୧।୧- ବିଜୟୱାଡାରୁ ହାଓ୍ବଡା ଅଭିମୁଖେ ଯାଉଥିବା ହମ୍‌ସଫର୍‌ ଏକ୍ସପ୍ରେସ୍‌ ସମ୍ମୁଖକୁ ଡେଇଁ ସୋମବାର ଅପରାହ୍ନରେ ଜଣେ ନାବାଳିକା ଆତ୍ମହତ୍ୟା କରିଛନ୍ତି। ମୃତା ନାବାଳିକାଙ୍କ ପରିଚୟ ଅସ୍ପଷ୍ଟ ରହିଥିବାବେଳେ ଆତ୍ମହତ୍ୟାର କାରଣ ମଧ୍ୟ ଜଣାପଡ଼ି ନାହିଁ। ହମ୍‌ସଫର୍‌ ଏକ୍ସପ୍ରେସ୍‌ର ଭଦ୍ରକ ଷ୍ଟେଶନରେ ରହଣି ନ ଥିବା କାରଣରୁ ଟ୍ରେନର ଗତି ଦ୍ରୁତ ଥିଲା। ନାବାଳିକା ଜଣଙ୍କ ଇଞ୍ଜିନ୍‌ ପଛ ବଗି ସିଧା ୩ ନଂ. ପ୍ଲାଟଫର୍ମରୁ ଡେଇଁ ପଡ଼ିଥିବାରୁ ୨ଟି ଗୋଡ଼ କଟିଯାଇଥିବା ବେଳେ ମୁହଁ ଓ ହାତ କ୍ଷତାକ୍ତ ହୋଇଯାଇଥିବା ଜଣାପଡ଼ିଛି। ଏ ସମ୍ପର୍କରେ ଜାଣିବା ପରେ ଚାଳକ ଟ୍ରେନ୍‌କୁ ଅଟକାଇଥିଲେ। ଗୁରୁତର ନାବାଳିକାଙ୍କୁ ଆର୍‌ପିଏଫ୍‌ ଉଦ୍ଧାର କରି ଭଦ୍ରକ ଜିଲା ଚିକିତ୍ସାଳୟକୁ ପଠାଇଥିଲା। ସେଠାରେ ପ୍ରଚୁର ରକ୍ତସ୍ରାବ ହୋଇଥିବାରୁ ନାବାଳିକାଙ୍କୁ ରକ୍ତ ପ୍ରଦାନ କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ସନ୍ଧ୍ୟାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ଅନୁଯାୟୀ, ଅପରାହ୍ନରେ ନାବାଳିକା ଜଣଙ୍କ କିଛି ସମୟ ଧରି ୩ ନମ୍ବର ପ୍ଲାଟ୍‌ଫର୍ମରେ ବୁଲୁଥିଲେ। ପ୍ରାୟ ସାଢ଼େ ୪ଟା ବେଳେ ସେ ହଠାତ୍‌ ଟ୍ରେନ୍‌ ଆଗକୁ ଡେଇଁ ପଡ଼ିଥିଲେ। ଟ୍ରେନ୍‌ ଧକ୍କାରେ ସେ ଛିଟିକି ରେଳଧାରଣା କଡ଼ରେ ପଡ଼ି ଯାଇଥିଲେ। ତାଙ୍କ ବାମଗୋଡ଼ ଟ୍ରେନ୍‌ରେ କଟି ସମ୍ପୂର୍ଣ୍ଣ ଅଲଗା ହୋଇଯାଇଥିବାବେଳେ ଡାହାଣ ଗୋଡ଼ ଛିନ୍‌ଭିନ୍‌ ହୋଇଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଗ୍ରୀଷ୍ମପ୍ରବାହଠୁ ବଳିଯାଉଛି ଇଟାଭାଟି ତାତି

ଧାମନଗର,୨୬।୪ (ସନ୍ତୋଷ କୁମାର ମହାପାତ୍ର): କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ସକାଳ ୮ଟା ପରେ ଲୋକେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଖରା...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

ହାଇୱାକୁ ଧକ୍କା ଦେଲା ବାଇକ୍‌: ଚାଲିଗଲା ଫାର୍ମାସିଷ୍ଟଙ୍କ ଜୀବନ

ତିହିଡି,୨୩।୪(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଫତେପୁର ଛକ ନିକଟରେ ଏକ ହାଇୱାକୁ ବାଇକ ଧକ୍କା ଦେଇଛଇ। ଏଥିରେ ଜଣେ ଫାର୍ମାସିଷ୍ଟଙ୍କର ମୃତ୍ୟୁ ଘଟିଥିବା ବେଳେ...

ପୁନରୁଦ୍ଧାର ଅପେକ୍ଷାରେ କୁଣ୍ଡିନଈ

ତିହିଡ଼ି,୨୧।୪(ସଞ୍ଜିତ ବଳ)ଦିନ ଥିଲା କୁଣ୍ଡିନଈ ପାଇଁ ୯ ପଞ୍ଚାୟତ ଶସ୍ୟଶ୍ୟାମଳା ହେଉଥିଲା। ପାର୍ଶ୍ୱବର୍ତ୍ତୀ ଗଁାର ଲୋକଙ୍କ ଜୀବନ ଜୀବିକା ସହ ଯୋଡ଼ି ହୋଇଥିଲା ଏହି ନଦୀ।...

ଭଣ୍ଡାରିପୋଖରୀରେ ନୂଆ-ପୁରୁଣା

ବନ୍ତ,୧୭।୪ (ହରିନାରାୟଣ ମହାନ୍ତି):ସାଧାରଣ ନିର୍ବାଚନରେ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରରେ ଏଥର ହେବ ନୂଆ-ପୁରୁଣା ଲଢ଼େଇ। ବିଜେଡି ପକ୍ଷରୁ ଭଦ୍ରକ ବିଧାୟକ ସଞ୍ଜୀବ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri