ଟ୍ରେନ ଇଞ୍ଜିନରେ ଯାନ୍ତ୍ରିକ ତ୍ରୁଟି, ଧାରଣା କ୍ଷତିଗ୍ରସ୍ତ: ୬ଘଣ୍ଟା ଯାତାୟାତ ବାଧାପ୍ରାପ୍ତ

ଓଡ଼ାପଡ଼ା, ୨୪।୪(ଡି.ଏନ.ଏ)- ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ବାଙ୍ଗୁରସିଂହ ରେଳଫାଟକ ନିକଟରେ ମଙ୍ଗଳବାର ପୂର୍ବାହ୍ନ ପ୍ରାୟ ସାଢ଼େ ୧୦ଟାରେ ଏକ କୋଇଲା ବୋଝେଇ ମାଲବାହୀ ଟ୍ରେନ୍‌ ଇଞ୍ଜିନ୍‌ରେ ଯାନ୍ତ୍ରିକ ତ୍ରୁଟି କାରଣରୁ ରେଳଧାରଣା କ୍ଷତିଗ୍ରସ୍ତ ହୋଇଛି। ଏହାକୁ ନେଇ ଦୀର୍ଘ ୬ଘଣ୍ଟା ଧରି ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ମଙ୍ଗଳବାର ଭୋଟ ପାଇଁ ଅଧିକାଂଶ ଯାନବାହନ ନିର୍ବାଚନ କାର୍ଯ୍ୟରେ ନିୟୋଜିତ ଥିଲେ। ଯାତ୍ରୀମାନେ ଗନ୍ତବ୍ୟସ୍ଥଳକୁ ଯିବାକୁ ଟ୍ରେନ୍‌ ଉପରେ ନିର୍ଭର କରିଥିଲେ। ହେଲେ ଦୀର୍ଘସମୟ ଟ୍ରେନ୍‌ ଅଟକି ରହିବା କାରଣରୁ ସେମାନଙ୍କୁ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ  ହେବାକୁ ପଡ଼ିଥିଲା।

ତାଳଚେର-ଭୁବନେଶ୍ୱର ଅପ୍‌ଲାଇନ୍‌ରେ ଯାଉଥିବା ଉକ୍ତ କୋଇଲା ବୋଝେଇ ଟ୍ରେନ୍‌ର ଗୋଟିଏ ଇଞ୍ଜିନ୍‌ରେ କୌଣସି କାରଣରୁ ଯାନ୍ତ୍ରିକ ତ୍ରୁଟି ଦେଖାଦେଇଥିଲା। ଟ୍ରେନ୍‌ଟି ଓ୍ବାଗନଗୁଡ଼ିକୁ ଟାଣିପାରିଲାନାହିଁ। ଚାଳକ ଟ୍ରେନ୍‌କୁ ଆଗକୁ ନେବାକୁ ଯଥାସାଧ୍ୟ ଉଦ୍ୟମ କରି ମଧ୍ୟ ବିଫଳ ହୋଇଥିଲେ। ଏପଟେ ଟ୍ରାକ୍‌ ଉପରେ ରେଳ ଇଞ୍ଜିନ ଚକାଗୁଡ଼ିକ କ୍ଷୀପ୍ରଗତିରେ ଘୂରିବା ଫଳରେ ଧାରଣାର ୧୨ଟି ସ୍ଥାନ ଅତିମାତ୍ରାରେ କ୍ଷତିଗ୍ରସ୍ତ ହୋଇଥିଲା। ମାଲବାହୀ ଟ୍ରେନ୍‌ ଅଟକି ରହିବା କାରଣରୁ ରେଳ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ରେଲଓ୍ବେ କର୍ତ୍ତୃପକ୍ଷ ଏ ସମ୍ପର୍କରେ ଅବଗତ ହେବାପରେ ରେଳଧାରଣା ମରାମତି ଆରମ୍ଭ ହୋଇଥିଲା। ମରାମତି ସମୟରେ ମୋଟ ୧୨ଟି ଲୁହାଧାରଣା ବଦଳାଯାଇଛି। ଟ୍ରେନ୍‌ ଚଳାଚଳ ସ୍ବାଭାବିକ କରିବାକୁ କେତେକ ଏକ୍ପପ୍ରେସ ଏବଂ ସୁପରଫାଷ୍ଟ ଟ୍ରେନ୍‌କୁ ଡାଉନ୍‌ ଟ୍ରାକ୍‌ରେ ଛଡ଼ାଯାଇଥିଲା। ସନ୍ଧ୍ୟା ୬ଟାରେ ଉକ୍ତ କାର୍ଯ୍ୟ ଶେଷ ହେବାପରେ ଟ୍ରେନ୍‌ ଚଳାଚଳ ସ୍ବାଭାବିକ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri