ଟ୍ରେନ ଇଞ୍ଜିନରେ ଯାନ୍ତ୍ରିକ ତ୍ରୁଟି, ଧାରଣା କ୍ଷତିଗ୍ରସ୍ତ: ୬ଘଣ୍ଟା ଯାତାୟାତ ବାଧାପ୍ରାପ୍ତ

ଓଡ଼ାପଡ଼ା, ୨୪।୪(ଡି.ଏନ.ଏ)- ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ବାଙ୍ଗୁରସିଂହ ରେଳଫାଟକ ନିକଟରେ ମଙ୍ଗଳବାର ପୂର୍ବାହ୍ନ ପ୍ରାୟ ସାଢ଼େ ୧୦ଟାରେ ଏକ କୋଇଲା ବୋଝେଇ ମାଲବାହୀ ଟ୍ରେନ୍‌ ଇଞ୍ଜିନ୍‌ରେ ଯାନ୍ତ୍ରିକ ତ୍ରୁଟି କାରଣରୁ ରେଳଧାରଣା କ୍ଷତିଗ୍ରସ୍ତ ହୋଇଛି। ଏହାକୁ ନେଇ ଦୀର୍ଘ ୬ଘଣ୍ଟା ଧରି ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ମଙ୍ଗଳବାର ଭୋଟ ପାଇଁ ଅଧିକାଂଶ ଯାନବାହନ ନିର୍ବାଚନ କାର୍ଯ୍ୟରେ ନିୟୋଜିତ ଥିଲେ। ଯାତ୍ରୀମାନେ ଗନ୍ତବ୍ୟସ୍ଥଳକୁ ଯିବାକୁ ଟ୍ରେନ୍‌ ଉପରେ ନିର୍ଭର କରିଥିଲେ। ହେଲେ ଦୀର୍ଘସମୟ ଟ୍ରେନ୍‌ ଅଟକି ରହିବା କାରଣରୁ ସେମାନଙ୍କୁ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ  ହେବାକୁ ପଡ଼ିଥିଲା।

ତାଳଚେର-ଭୁବନେଶ୍ୱର ଅପ୍‌ଲାଇନ୍‌ରେ ଯାଉଥିବା ଉକ୍ତ କୋଇଲା ବୋଝେଇ ଟ୍ରେନ୍‌ର ଗୋଟିଏ ଇଞ୍ଜିନ୍‌ରେ କୌଣସି କାରଣରୁ ଯାନ୍ତ୍ରିକ ତ୍ରୁଟି ଦେଖାଦେଇଥିଲା। ଟ୍ରେନ୍‌ଟି ଓ୍ବାଗନଗୁଡ଼ିକୁ ଟାଣିପାରିଲାନାହିଁ। ଚାଳକ ଟ୍ରେନ୍‌କୁ ଆଗକୁ ନେବାକୁ ଯଥାସାଧ୍ୟ ଉଦ୍ୟମ କରି ମଧ୍ୟ ବିଫଳ ହୋଇଥିଲେ। ଏପଟେ ଟ୍ରାକ୍‌ ଉପରେ ରେଳ ଇଞ୍ଜିନ ଚକାଗୁଡ଼ିକ କ୍ଷୀପ୍ରଗତିରେ ଘୂରିବା ଫଳରେ ଧାରଣାର ୧୨ଟି ସ୍ଥାନ ଅତିମାତ୍ରାରେ କ୍ଷତିଗ୍ରସ୍ତ ହୋଇଥିଲା। ମାଲବାହୀ ଟ୍ରେନ୍‌ ଅଟକି ରହିବା କାରଣରୁ ରେଳ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ରେଲଓ୍ବେ କର୍ତ୍ତୃପକ୍ଷ ଏ ସମ୍ପର୍କରେ ଅବଗତ ହେବାପରେ ରେଳଧାରଣା ମରାମତି ଆରମ୍ଭ ହୋଇଥିଲା। ମରାମତି ସମୟରେ ମୋଟ ୧୨ଟି ଲୁହାଧାରଣା ବଦଳାଯାଇଛି। ଟ୍ରେନ୍‌ ଚଳାଚଳ ସ୍ବାଭାବିକ କରିବାକୁ କେତେକ ଏକ୍ପପ୍ରେସ ଏବଂ ସୁପରଫାଷ୍ଟ ଟ୍ରେନ୍‌କୁ ଡାଉନ୍‌ ଟ୍ରାକ୍‌ରେ ଛଡ଼ାଯାଇଥିଲା। ସନ୍ଧ୍ୟା ୬ଟାରେ ଉକ୍ତ କାର୍ଯ୍ୟ ଶେଷ ହେବାପରେ ଟ୍ରେନ୍‌ ଚଳାଚଳ ସ୍ବାଭାବିକ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପରୀକ୍ଷା ହଲ୍‌ରେ କପି ଦେଲେ ମହିଳା ହୋମଗାର୍ଡ, ସହଯୋଗ କରି ନିଲମ୍ବିତ ହେଲେ ଶିକ୍ଷୟିତ୍ରୀ

କଟକ,୨୬ା୨ (କାର୍ତ୍ତିକ ସାହୁ): ମାଟ୍ରିକ ପରୀକ୍ଷା ହଲ୍‌ରେ ଦାୟିତ୍ୱ ଠିକ ଭାବେ ତୁଲାଇ ନ ଥିବାରୁ ନରସିଂହପୁର ବ୍ଲକ ଅନ୍ତର୍ଗତ ପତଣ୍ଡାସ୍ଥିତ ଶଙ୍କର୍ଷଣ ବିଦ୍ୟାପୀଠର ଶିକ୍ଷୟିତ୍ରୀ...

ମାଟି ତଳେ ପୋତା ଛୁଆକୁ ଜଗିଛି ମା’ ହାତୀ

ଯୋଡ଼ା(ମାନସ ମହାନ୍ତି)/କେନ୍ଦୁଝର(ନରେଶ ଚନ୍ଦ୍ର ପଟ୍ଟନାୟକ),୬ା୨:ଜଙ୍ଗଲରୁ ଜନପଦ, ସ୍ନେହରେ ବନ୍ଧା ଏ ଜଗତ। ମଣିଷ ହେଉ ବା ବନ୍ୟପ୍ରାଣୀ ନିଜ ସନ୍ତାନ ପ୍ରତି ସ୍ନେହ ସମସ୍ତଙ୍କର ରହିଛି।...

ମାଲିକାନା ପରିବର୍ତ୍ତନକୁ ନେଇ ବ୍ୟବସାୟୀଙ୍କ ଗଳା କାଟିଦେଲେ ଅଭିଯୁକ୍ତ

ଉଦଳା,୨୫ା୧୧(ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ଅଧୀନ ସମୀବୃକ୍ଷ ପର୍ଯ୍ୟଟନସ୍ଥଳୀ ନିକଟରେ ବ୍ୟବସାୟୀ ଚିତ୍ତରଞ୍ଜନ ବେହେରାଙ୍କ ହତ୍ୟା ଘଟଣାର ପର୍ଦ୍ଦାଫାସ କରିଛି ପୋଲିସ।...

ବାଣ ଫୁଟାଇ ପାପୁଲି ହରାଇଲେ ୨: ୯ ଆହତ

ଭଦ୍ରକ/ତିହିଡ଼ି,୧୩ା୧୧(ସନାତନ ରାଉତ/ସଞ୍ଜିତ ବଳ)-ଦୀପାବଳିରେ ବାଣ ଫୁଟାଇବା ବେଳେ ଭଦ୍ରକ ଜିଲାର ବିଭିନ୍ନ ସ୍ଥାନରେ ବିସ୍ଫୋରଣରେ ୨ଜଣ ପାପୁଲି ହରାଇଥିବା ବେଳେ ୯ଜଣ ଆହତ ହୋଇଛନ୍ତି। ସେହିପରି...

୨୦ ତାରିଖ ବେଳକୁ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ, ବିଗିଡ଼ିପାରେ ପୂଜା ମାହୋଲ!

ଭୁବନେଶ୍ୱର, ୧୭।୧୦: ଚଳିତ ସପ୍ତାହ ଶେଷ ଆଡକୁ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ। ଏନେଇ ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଦକ୍ଷିଣ...

ପାଟପୁର ପୋଲିସ ବିରୋଧରେ ଏସ୍‌ପିଙ୍କୁ ଫେରାଦ

ଛତ୍ରପୁର,୮ା୭(ସନ୍ତୋଷ ପାଢ଼ୀ): ପାଟପୁର ଥାନା ପୋଲିସର ମନମୁଖୀ କାର୍ଯ୍ୟ ବିରୋଧରେ ଗଞ୍ଜାମ ଏସ୍‌ପିଙ୍କ ନିକଟରେ ଯୁବକମାନେ ଫେରାଦ ହୋଇଛନ୍ତି । ପାଟପୁର ଥାନା ପୋଲିସ କିଛି...

ଖରିଫ ଚାଷ ପାଇଁ ଇନ୍ଦ୍ରାବତୀରୁ ଆରମ୍ଭ ହେଲା ଜଳ ଯୋଗାଣ: ୪୨୯ଟି ଗାଁର ୧ ଲକ୍ଷ ୧୫ ହଜାର ୬୧୫ ହେକ୍ଟର ଚାଷଜମି ହେବ ଜଳ ସେଚିତ

ଭବାନୀପାଟଣା,୭।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଖରିଫ ଚାଷ ଆରମ୍ଭ ହୋଇଛି । ହେଲେ ସ୍ବଳ୍ପ ବୃଷ୍ଟିପାତ ଯୋଗୁ ଚାଷୀମାନେ ପାଣି ପାଇଁ ହନ୍ତସନ୍ତ ହେଉ...

ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ରାଜସୱ ନିରୀକ୍ଷକ

ମାଲକାନଗିରି,୫।୭(ଦୁର୍ଯ୍ୟଧନ ପାତ୍ର):  ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପଡ଼ିଲେ ରାଜସ୍ବ ନିରୀକ୍ଷକ । ଏଭଳି ଘଟଣା ଘଟିଛି ମାଲକାନଗିରି ଜିଲାରେ।  ସଦର ବ୍ଲକ ଅନ୍ତର୍ଗତ ସିଂଧରିମାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri