ଟ୍ରେନ ଫେରନ୍ତା ଯୁବକଙ୍କଠାରୁ ଲୁଟ୍‌

ଭୁବନେଶ୍ୱର, ୭ା୩(ବ୍ୟୁରୋ): ରାଜଧାନୀରେ ରାତିରେ କିନ୍ନରମାନଙ୍କ ଉପତ୍ାତ ଦିନକୁ ଦିନ ବଢିବାରେ ଲାଗିଛି। ଗୁରୁବାର ରାତିରେ ମାଷ୍ଟରକ୍ୟାଣ୍ଟିନ ଛକରେ ଜଣେ ଟ୍ରେନ ଫେରନ୍ତା ଯାତ୍ରୀଙ୍କୁ ଲୁଟପାଟ କରିବା ଘଟଣାରେ ଜଣେ କିନ୍ନର ଓ ମହିଳାଙ୍କୁ ପୋଲିସ ଗିରଫ କରିଛି। ସେମାନେ ହେଲେ ପୁରୀ ଜିଲା ନିମାପଡ଼ା ଅଞ୍ଚଳର ବିଷ୍ଣୁପ୍ରିୟା ବିଶ୍ୱାଳ ଓ ଢେଙ୍କାନାଳ ଜିଲା ମୋଟୋ ଅଞ୍ଚଳର କଣ୍ଢେଇ ସାହୁ। ସୂଚନା ମୁତାବକ, ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ନୀଳାଦ୍ରିବିହାର ବାସିନ୍ଦା ପ୍ରଦୀପ୍ତ ବଳିୟାର ସିଂ ଗୁରୁବାର ରାତି ସାଢେ ୨ଟାରେ ଟ୍ରେନରୁ ଓହ୍ଲାଇଥିଲେ। ପ୍ରଦୀପ୍ତ ଷ୍ଟେଶନରୁ ବାହାରି ଅଟୋ ପାଇଁ ଷ୍ଟାଣ୍ଡକୁ ଆସୁଥିବା ବେଳେ କଣ୍ଢେଇ ଓ ବିଷ୍ଣୁପ୍ରିୟା ତାଙ୍କୁ ଅଟକାଇ ଟଙ୍କା ମାଗିଥିଲେ। ପ୍ରଦୀପ୍ତ ପର୍ସରୁ ୨୦ ଟଙ୍କା କାଢି ଦେବା ବେଳେ କଣ୍ଢେଇ ତାଙ୍କ ପର୍ସରୁ ୭ ହଜାର ୧୦୦ ଟଙ୍କା ଛଡ଼ାଇ ନେଇ ବିଷ୍ଣୁପ୍ରିୟାଙ୍କୁ ଦେବା ସହ ଉଭୟ ଘଟଣାସ୍ଥଳରୁ ଦୌଡ଼ି ପଳାଇଥିଲେ। ପ୍ରଦୀପ୍ତ ଚିକତ୍ାର କରି ଉଭୟଙ୍କ ପିଛା କରିବା ବେଳେ ଉପସ୍ଥିତ ଲୋକେ କଣ୍ଢେଇଙ୍କୁ କାବୁ କରି ପୋଲିସ ଜିମା ଦେଇଥିଲେ। ଏ ନେଇ ପ୍ରଦୀପ୍ତ ଥାନାରେ ଅଭିଯୋଗ କରିବା ପରେ ପୋଲିସ ଏକ କେସ୍‌ (ନଂ. ୬୫/୨୦) ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଥିଲା। ଶୁକ୍ରବାର ଉଭୟଙ୍କୁ ଗିରଫ କରିବା ସହ ଟଙ୍କା ଜବତ କରିଥିଲା। ଗିରଫ ମହିଳାଙ୍କ ନାମରେ ପୂର୍ବରୁ ମାଷ୍ଟରକ୍ୟାଣ୍ଟିନ ଅଞ୍ଚଳରେ ଯାତ୍ରୀଙ୍କୁ ଲୁଟପାଟ ଓ ଛିନ୍‌ତାଇ କରିବା ନେଇ ଅଭିଯୋଗ ରହିଥିବା ଖାରବେଳନଗର ଥାନା ଅଧିକାରୀ ବିଶ୍ୱରଞ୍ଜନ ସେନାପତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହୃଦଘାତରେ ଚାଲିଗଲା ପରମବ୍ରହ୍ମ ଯୋଶୀଙ୍କ ଜୀବନ, କଳାହାଣ୍ଡିରେ ଶୋକର ଛାୟା

ଭବାନୀପାଟଣା,୨।୮(ଉତ୍ତମ କୁମାର ଦାଶ): ବରିଷ୍ଠ ପ୍ରଶାସନିକ ଅଧିକାରୀ ତଥା କଳାହାଣ୍ଡି ଜିଲା ଜୁନାଗଡ଼ର ପୂର୍ବତନ ବିଡ଼ିଓ ପରମ ବ୍ରହ୍ମ ଯୋଶୀ (୬୭)ଙ୍କ ଶନିବାର ଅପରାହ୍ନରେ ହୃଦଘାତରେ ପରଲୋକ…

ଭଞ୍ଜନଗର ପାଇଁ ଗର୍ବ ଆଣିଲେ ଅଭିଲିପ୍ସା, ସଙ୍ଗୀତ ପ୍ରତିଯୋଗିତାରେ ରାଜ୍ୟରେ ପ୍ରଥମ

ଭଞ୍ଜନଗର,୨।୮(ବାବୁଲା ପ୍ରଧାନ): ରାଜ୍ୟସ୍ତରୀୟ ସଙ୍ଗୀତ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରି ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଗୌରବ ଆଣିଛନ୍ତି ଦଶମ ଶ୍ରେଣୀର ଛାତ୍ରୀ ଅଭିଲିପ୍ସା ତ୍ରିପାଠୀ।…

ବର୍ଷା ବିପନ୍ନଙ୍କ ପାଖରେ ପହଞ୍ଚିଲେ ହାଟଡିହି ବ୍ଲକ ଉପାଧ୍ୟକ୍ଷ, ଅଞ୍ଚଳବାସୀଙ୍କ ପ୍ରଶଂସା

ବଞ୍ଚୋ,୨।୮(ପ୍ରଦୋଷ ବିଶ୍ୱାଳ ): ଲଗାଣ ବର୍ଷା ଓ ବନ୍ୟା ପ୍ରଭାବରେ ଆନନ୍ଦପୁର ଉପଖଣ୍ଡର ଅନେକ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି । ବଞ୍ଚୋ ଗ୍ରାମପଞ୍ଚାୟତର ୧୧ ଓ…

ବନ୍ୟା ବିପନ୍ନଙ୍କ ପାଖରେ ପହଞ୍ଚିଲା ରିଲିଫ୍‌, ସାଉଣ୍ଟିଲେ ପ୍ରଶଂସା

ଚାନ୍ଦବାଲି,୨।୮(କିଷାନ ପାତ୍ର): ଭଦ୍ରକ ଜିଲା ଭାଜପା ମହିଳା ମୋର୍ଚ୍ଚା ସମ୍ପାଦିକା ସ୍ବାଗତିକା ପଲାଇଙ୍କ ନେତୃତ୍ୱରେ ଚାନ୍ଦବାଲି ବ୍ଲକର ବନ୍ୟା ପ୍ରଭାବିତ ମାଧପୁର, ଭୂଇଁବୃତ୍ତି, ଘଟପୁର, ଆରଡ଼ି, ଓଲଗ,…

ଦାରିଙ୍ଗବାଡିରେ ବ୍ୟବସାୟୀଙ୍କ ଘରୁ ଲୁଟ୍ ଘଟଣା, ସନ୍ଧାନୀ କୁକୁର ପହଞ୍ଚି…

ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦାରିଙ୍ଗବାଡି ବଜାରର ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍ ଚର୍ଚ୍ଚାର…

କ୍ଷୀରରେ ବରିଷ୍ଠ କଂଗ୍ରେସ ନେତାଙ୍କ ପାଦ ଧୋଇଲେ କର୍ମୀ, ସୋସିଆଲ ମିଡିଆରେ ଝଡ଼

ମୁମ୍ବାଇ,୨।୮: ମହାରାଷ୍ଟ୍ରର ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ଏବଂ ବିଧାୟକ ନାନା ପାଟୋଲେ ପୁଣି ଥରେ ବିବାଦ ଘେରକୁ ଆସିଛନ୍ତି । ଦଳୀୟ କର୍ମୀମାନେ କ୍ଷୀରରେ ତାଙ୍କ ପାଦ…

ମଦ ଦୋକାନରୁ ଚୋରି, ଭାଇରାଲ ହେଉଛି ସିସିଟିଭି ଫୁଟେଜ୍‌

ଛତ୍ରପୁର,୨ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ବଉଳ ଗାଁରେ ଥିବା ବିଦେଶୀ ମଦ ଦୋକାନରୁ ଶନିବାର ବିଳମ୍ବିତ ରାତିରେ ତାଲା ଭାଙ୍ଗି ଚୋରି ହୋଇଛି।…

ଘରେ ପଶି ମହିଳାଙ୍କ ମୁଣ୍ଡକୁ ଧରି ଘୋଷାଡ଼ି ଆଣିଲା ବାଘ, ଚିତ୍କାର ଶୁଣି….

ଭୋପାଳ,୨।୮: କାନ୍ହା ଜାତୀୟ ଉଦ୍ୟାନର ବଫର ଜୋନରୁ ଏକ ଛାତିଥରା ଘଟଣା ସାମ୍ନାକୁ ଆସିଛି । ମଧ୍ୟପ୍ରଦେଶର ବାଲାଘାଟ ଜିଲାର ବୈହାର ଅଞ୍ଚଳରେ ଶନିବାର ରାତିରେ ବାଘ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri