ଟ୍ୟାଙ୍କର ଧକ୍କାରେ ଛାତ୍ରୀ ମୃତ, ୨ ଗୁରୁତର

କୁଜଙ୍ଗ, ୧୮।୯(ସ୍ବ.ପ୍ର.): କଟକ-ପାରାରୀପ ରାସ୍ତାର ପଙ୍କପାଳ ଛକ କୁଜଙ୍ଗ ନିକଟରେ ବୁଧବାର ଟ୍ୟାଙ୍କର ଧକ୍କାରେ ଜଣେ ଛାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ୨ଜଣ ଗୁରୁତର ହୋଇଛନ୍ତି। ମୃତ ଛାତ୍ରୀ ହେଲେ ପଙ୍କପାଳ ହାଇସ୍କୁଲର ନବମ ଶ୍ରେଣୀ ଛାତ୍ରୀ ତଥା ମନ୍ତ୍ରୀପଡ଼ା ନିବାସୀ ନାଣ୍ଡୁ ବେହେରାଙ୍କ ଝିଅ ପୂର୍ଣ୍ଣିମା(୧୪)। ଗୁରୁତରଦ୍ୱୟଙ୍କ ଘର ନାଉଗାଁ ଅଞ୍ଚଳରେ ବୋଲି ଜଣାପଡିଛି।
ପ୍ରକାଶ ଯେ, କଟକରୁ ପାରାଦୀପ ଅଭିମୁଖେ ଟ୍ୟାଙ୍କର(ନଂ.୦୬ ଏଆର୍‌ ୭୯୭୪) ଯାଉଥିଲା। ପଙ୍କପାଳଠାରେ ଟ୍ୟାଙ୍କରଟି ଏକ ବାଇକ୍‌ରେ ଯାଉଥିବା ୨ ଯୁବକଙ୍କୁ ଧକ୍କା ଦେଇଥିଲା। ପରେ ଟ୍ୟୁସନସାରି ପୂର୍ଣ୍ଣିମା ସାଇକେଲ ଯୋଗେ ଘରକୁ ଫେରୁଥିବା ବେଳେ ତାଙ୍କୁ ମଧ୍ୟ ଧକ୍କା ଦେଲା। ସଙ୍ଗେ ସଙ୍ଗେ ପୂର୍ଣ୍ଣିମାଙ୍କୁ ମଣିଜଙ୍ଗା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଗୁରୁତରଦ୍ୱୟଙ୍କୁ କଟକ ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଛି। ଘଟଣାସ୍ଥଳରେ କୁଜଙ୍ଗ ଆଇଆଇସି ଦିଲୀପ ସାହୁଙ୍କ ସହ ଏକ ପ୍ଲାଟୁନ ପୋଲିସ ଫେର୍ସ ମୁତୟନ ଅଛନ୍ତି। ଦୁର୍ଘଟଣା ଘଟଣାଇଥିବା ଗାଡ଼ି ଚାଳକଙ୍କୁ ଉତ୍ତ୍ୟକ୍ତ ଲୋକେ ଅଟକ ରଖିଛନ୍ତି। ତେବେ ଚାଳକ ମଦ୍ୟପାନକରି ଗାଡି ଚଳାଉଥିବା ଅଭିଯୋଗ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୁଷୋତ୍ତମପୁର ସମବାୟ ସମିତିଲିଃ ପରିବାର ସଦସ୍ଯଙ୍କ ନାମରେ ସମ୍ପାଦକ ରୁଣନେବା ଘଟଣା, ଡିଆରସିସିଙ୍କ ତଦନ୍ତ

ପୁରୁଷୋତ୍ତମପୁର,୧୩।୮(ସବିତା ମିଶ୍ର): ରୁଣଭାର ଯୋଗୁ ଚାଷୀ ଆତ୍ମହତ୍ଯା ଭଳି ଘଟଣା ରାଜ୍ଯକୁ ଦୋହଲାଇ ଦେଉଥିବା ସହ ସରକାରଙ୍କୁ ଚିନ୍ତାରେ ପକାଉଛି । ଏହାକୁ ନେଇ ସରକାର କୃଷକଙ୍କୁ…

ଗାତରେ ପଡ଼ିଗଲା ହାତୀଛୁଆ, ଜଗି ରହି ଚିତ୍କାର କରୁଥିଲା ମା’, ଆଉ ତା’ ପରେ…

ସୁନ୍ଦରଗଡ଼,୧୩ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସଦର ରେଞ୍ଜ ଅନ୍ତର୍ଗତ ହମିରପୁର ପଞ୍ଚାୟତର ଗୋପପୁର ଜଙ୍ଗଲରେ ଗାତରେ ପଡ଼ିଥିବା ଏକ ହାତୀଛୁଆକୁ ଗୁରୁବାର ସକାଳେ ଜଙ୍ଗଲ ବିଭାଗ ଦ୍ବାରା ଉଦ୍ଧାର…

ବୈଶିଙ୍ଗା-ରୁପ୍‌ସା ମୁଖ୍ୟ ରାସ୍ତାରେ ଚଳାଚଳ ବନ୍ଦ

ବୈଶିଙ୍ଗା,୧୩ା୮(ରତନ ଦାଶ): ମୟୂରଭଞ୍ଜ ଜିଲାର ବେତନଟୀ ବ୍ଲକ ଅନ୍ତର୍ଗତ ବିଭିନ୍ନ ଅଞ୍ଚଳରେ ବୁଧବାରଠାରୁ ମୂଷଳ ଧାରାରେ ଲଘୁଚାପ ବର୍ଷା ଲାଗି ରହିଥିବାରୁ ବିଭିନ୍ନ ସ୍ଥାନରେ ଜଳବନ୍ଦୀ ଜୀବନ…

ଜନସାଧାରଣଙ୍କ ପାଇଁ ବଡ଼ ଘୋଷଣା କଲେ ପ୍ରଶାନ୍ତ କିଶୋର, ନିଜ ବାସଭବନରେ ନ ରହି….

ପାଟନା,୧୩।୮: ବାଙ୍କୀପୁର ବିଧାନସଭା ଉପନିର୍ବାଚନ ଜିତିବା ପରେ ଜନ ସୁରାଜର ସଂସ୍ଥାପକ ତଥା ନବନିର୍ବାଚିତ ବିଧାୟକ ପ୍ରଶାନ୍ତ କିଶୋର ଜନସାଧାରଣଙ୍କ ସ୍ୱାର୍ଥରେ ଏକ ବଡ଼ ଘୋଷଣା କରିଛନ୍ତି…

ଶନିଙ୍କ ନକ୍ଷତ୍ର ପରିବର୍ତ୍ତନ ଆଣିବ ବଡ଼ ଖୁସି: ଅକ୍ଟୋବର ପର୍ଯ୍ୟନ୍ତ ଏହି ୩ ରାଶିଙ୍କୁ ମିଳିବ ଭାଗ୍ୟର ସାଥ୍‌

ଅଗଷ୍ଟ ମାସରେ ଶନିଦେବଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ଗୋଚର ହେବାକୁ ଯାଉଛି। ଜ୍ୟୋତିଷ ଅନୁସାରେ ଏହି ଗୋଚରର ପ୍ରଭାବ ବେଶ ଗୁରୁତ୍ୱପୂର୍ଣ୍ଣ ରହିପାରେ। ବର୍ତ୍ତମାନ ଶନି ମୀନ ରାଶିରେ…

ମନର କଥା କହିଦେଲେ ପ୍ରୀତି ଜିଣ୍ଟା: ଅମିରଙ୍କ ସହ…

ଫରହାନ ଅଖତରଙ୍କ ନିର୍ଦ୍ଦେଶିତ ପ୍ରଥମ ଚଳଚ୍ଚିତ୍ର ‘ଦିଲ ଚାହତା ହୈ’ ୨୫ ବର୍ଷ ପୂରଣ କରିଛି। ଏହି ଚଳଚ୍ଚିତ୍ରଟି ରୌପ୍ୟ ଜୟନ୍ତୀ ପାଳନ କରିବା ସହିତ ପୁଣି…

ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ, ଗୃହ ଓ ନଗର ଉନ୍ନୟନ ବିଭାଗ ନିର୍ଦ୍ଦେଶକ ଚିଠି ଲେଖି…

ଦେବଗଡ଼,୧୩ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ। ହାଇକୋର୍ଟଙ୍କ ନିର୍ଦ୍ଦେଶ ଆଧାରରେ ପୁନଃ ଅବସ୍ଥାପିତ ପାଇଁ ଚିଠି…

ଆରଜି କର ମାମଲାରେ ବଡ଼ ଆକ୍ସନ, TMCର ପୂର୍ବତନ ବିଧାୟକ ନିର୍ମଳ ଘୋଷ ଗିରଫ

କୋଲକାତା,୧୩।୮: ଆରଜି କର ବଳାତ୍କାର ଏବଂ ହତ୍ୟା ମାମଲାରେ ତୃଣମୂଳ କଂଗ୍ରେସ (ଟିଏମସି)ର ପୂର୍ବତନ ବିଧାୟକ ନିର୍ମଳ ଘୋଷଙ୍କୁ ଗିରଫ କରାଯାଇଛି । ଅଗଷ୍ଟ ୯ ତାରିଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri