ଟ୍ୟୁଶନ ନ ପଢ଼ିଲେ ମାର୍କ ଦେଉନାହାନ୍ତି ଅଧ୍ୟାପକ

ବ୍ରହ୍ମପୁର ଅଫିସ୍‌,୨୦ା୭-ଦିଗପହଣ୍ଡିସ୍ଥିତ ବିଜୁ ପଟ୍ଟନାୟକ ମହିଳା କଲେଜ ଇଂଲିଶ ଅଧ୍ୟାପକ ସୁଧୀରକାନ୍ତ ପଣ୍ଡା ଘରୋଇ ଟ୍ୟୁଶନ ପଢ଼ାଉଛନ୍ତି । ଯେଉଁ ଛାତ୍ରୀମାନେ ଟ୍ୟୁଶନ ପଢ଼ିବେ ନାହିଁ, ପରୀକ୍ଷାରେ ସେମାନଙ୍କ ମାର୍କ କମାଇଦେବାକୁ ଧମକ ଦେଉଛନ୍ତି ।
ଏଭଳି ଅଭିଯୋଗ ଆଣିଛନ୍ତି ଓଡ଼ିଶା ବିଧାନସଭାର ବାଚସ୍ପତି ତଥା ସ୍ଥାନୀୟ ବିଧାୟକ ସୂର୍ଯ୍ୟନାରାୟଣ ପାତ୍ର। ବାଚସ୍ପତିଙ୍କ ଏଭଳି ଅଭିଯୋଗ ପରେ ଚେଇଁ ପଡ଼ିଛି ଉଚ୍ଚଶିକ୍ଷା ବିଭାଗ । ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛି ବିଭାଗ। ଜଣେ ଅଧ୍ୟାପକଙ୍କ ବିରୋଧରେ ବାଚସ୍ପତିଙ୍କ ଗୁରୁତର ଅଭିଯୋଗ ଅଧ୍ୟାପିକା ଅଧ୍ୟାପକଙ୍କ ମଧ୍ୟରେ ଛନକା ଭରି ଦେଇଛି।
କଲେଜ ଅଧ୍ୟାପିକା ଅଧ୍ୟାପକମାନେ ଘରେ ଟ୍ୟୁଶନ ପଢ଼ାଇଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପୂର୍ବରୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି। ତଥାପି ଏହାକୁ ଅଧ୍ୟାପକମାନେ ଖାତିର୍‌ କରୁନାହାନ୍ତି । ଟ୍ୟୁଶନ ନ ପଢ଼ିଲେ ପରୀକ୍ଷାରେ ମାର୍କ କମାଇଦେବେ ବୋଲି କେତେଜଣ ଅଧ୍ୟାପକ ଧମକ ଦେଉଥିବା ନେଇ ବହୁଥର ଅଭିଯୋଗ ହୋଇଛି । କିନ୍ତୁ ବିଭାଗ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଉନାହିଁ । ଗତ ୨୮ତାରିଖରେ ବାଚସ୍ପତି ପାତ୍ର ବିଜୁ ପଟ୍ଟନାୟକ ମହିଳା କଲେଜ ଅଧ୍ୟାପକ ପଣ୍ଡାଙ୍କ ବିରୋଧରେ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁଙ୍କ ନିକଟରେ ଅଭିଯୋଗ କରିଥିଲେ। ସେ ଅଭିଯୋଗରେ ଦର୍ଶାଇଥିଲେ ଯେ, ଅଧ୍ୟାପକ ପଣ୍ଡା ନିଜ ଘରେ ୩୦ରୁ ଅଧିକ ପିଲାଙ୍କୁ ଟ୍ୟୁଶନ୍‌ କରୁଛନ୍ତି। ଟ୍ୟୁଶନ ନ ହେବା ପିଲାଙ୍କୁ ମାର୍କ କମାଇଦେବା ଧମକ ଦେଉଛନ୍ତି । ଏଭଳି କରି ସେ ଆଇନକୁ ଅମାନ୍ୟ କରୁଛନ୍ତି । ପଣ୍ଡାଙ୍କ ବିରୋଧରେ ହୋଇଥିବା ଅଭିଯୋଗକୁ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବାଚସ୍ପତି ତାଙ୍କ ପତ୍ରରେ ଉଲ୍ଲେଖ କରିଛନ୍ତି । ଏପରିକି ଏ ସମ୍ପର୍କରେ ସଂପୃକ୍ତ ମହାବିଦ୍ୟାଳୟର ଛାତ୍ରୀମାନେ ଅଧ୍ୟାପକ ପଣ୍ଡାଙ୍କ ବିରୋଧରେ କରିଥିବା ଅଭିଯୋଗ ପତ୍ରକୁ ମଧ୍ୟ ସଂଲଗ୍ନ କରିଥିଲେ ।
ଅଭିଯୋଗର ଏକ ନକଲ ଉଚ୍ଚ ଶିକ୍ଷା ବିଭାଗର ସଚିବଙ୍କ ପାଖକୁ ମଧ୍ୟ ପଠାଇଥିଲେ । ଅଭିଯୋଗ ପାଇବା ପରେ ଶୁକ୍ରବାର ଅଧ୍ୟାପକ ପଣ୍ଡାଙ୍କ ବିରୋଧରେ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ଉଚ୍ଚଶିକ୍ଷା ବିଭାଗର ଉପସଚିବ ପ୍ରାଣବନ୍ଧୁ ରାଉତ ।
ଏହାର ତଦନ୍ତ କରିବା ସହ ଆସନ୍ତା ୨୫ତାରିଖ ମଧ୍ୟରେ ରିପୋର୍ଟ ପ୍ରଦାନ କରିବାକୁ ଉଚ୍ଚ ଶିକ୍ଷା ବିଭାଗର ଆଞ୍ଚଳିକ ନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

ବିମାନକୁ କ୍ରାଶ କରିବାକୁ….ବଡ଼ ବୟାନ ଦେଲେ ପ୍ରଧାନମନ୍ତ୍ରୀ, ବିଶ୍ବରେ ହଇଚଇ!

ଦୁବାଇରୁ ଇସ୍ରାଏଲ ଯାଉଥିବା ଏକ ଫ୍ଲାଇଦୁବାଇ ବିମାନରେ ହୋଇଥିବା ଅଘଟଣକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ । ବିମାନ ଇସ୍ରାଏଲ ନିକଟରେ ପହଞ୍ଚିବା…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?