ଠାକୁରଗଡ଼ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର:ଡାକ୍ତର ନିଯୁକ୍ତି ନ ହେଲେ ଆନ୍ଦୋଳନ ଚେତାବନୀ

ବଇଣ୍ଡା,୨୨।୯(ଡି.ଏନ.ଏ.)-ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଦୀର୍ଘଦିନ ଧରି ଡାକ୍ତର ପଦବୀ ଖାଲି ପଡ଼ିଛି। ଫଳରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ବାରମ୍ବାର ଦାବି କରାଯାଉଥିଲେ ମଧ୍ୟ ପୁରଣ କରାଯାଉ ନ ଥିବା ଯୋଗୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଡାକ୍ତର ନିଯୁକ୍ତି କରା ନ ଗଲେ ଆଗାମୀ ଦିନରେ ଆନ୍ଦୋଳନ କରାଯିବ ବୋଲି ଭାଜପା ପକ୍ଷରୁ ଚେତାବନୀ ଦିଆଯାଇଛି। ଏ ନେଇ ଭାଜପା ପକ୍ଷରୁ ଶୁକ୍ରବାର ଠାକୁରଗଡ଼ ହନୁମାନ ମନ୍ଦିରଠାରେ ଅନୁଷ୍ଠିତ ବୈଠକରେ ନିଷ୍ପତ୍ତି ନିଆଯାଇଛି। ମଣ୍ଡଳ ସଭାପତି ଅର୍ଜୁନ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ଭାଜପା ଜିଲା ସଭାପତି ଭାଗିରଥୀ ପ୍ରଧାନ, ସୁଜିତ ଦେହୁରି, ରବିନ୍ଦ୍ର ବେହେରା, ମାନସ ସାହୁ, କୈଳାସ ସାହୁ ପ୍ରମୁଖ ଯୋଗ ଦେଇଥିଲେ। ଡାକ୍ତର ନ ଥିବା ଯୋଗୁ ରୋଗୀମାନଙ୍କୁ ଚିକିତ୍ସା ମିଳୁ ନ ଥିବା ଅଭିଯୋଗ ହୋଇଥିଲା। ପରେ ଏ ନେଇ ଏକ ଦାବିପତ୍ର ଆଠମଲ୍ଲିକ ଉପଜିଲାପାଳ, ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ପ୍ରଦାନ କରାଯାଇଛି।
ଦାବିପତ୍ରରେ ଉଲ୍ଲେଖ କରାଯାଇଛି, ଏହି ସ୍ବାସ୍ଥ୍ୟକେନ୍ଦ୍ର ଉପରେ ଠାକୁରଗଡ଼, ଆମ୍ବଶରମୁଣ୍ଡା, ମଇମୁରା, କନ୍ତପଡ଼ା, ଟାପଢୋଲ, ସାନହୁଲା, କୁର୍ତ୍ତିବାସପୁର, କୁରୁମଟାପ ଆଦି ୮ଟି ପଞ୍ଚାୟତର ୩୦ ହଜାର ଲୋକ ଚିକିତ୍ସା ପାଇଁ ନିର୍ଭରଶୀଳ। ହେଲେ ଦୀର୍ଘ ୨ ବର୍ଷ ହେବ ଡାକ୍ତରଖାନାରେ ଏମ୍‌ବିବିଏସ ଡାକ୍ତର ପଦବୀ ଖାଲିପଡ଼ିଛି। ଫଳରେ କମ୍ପାଉଣ୍ଡର ଓ ଷ୍ଟାଫ ନର୍ସ ରୋଗୀସେବା କରୁଛନ୍ତି। ସେହିପରି ମାଗଣା ଔଷଧ ଯୋଗାଇ ଦିଆଯାଉ ନ ଥିବାବେଳେ ବାହାର ଦୋକାନରୁ ଔଷଧ କିଣି ବ୍ୟବହାର କରାଯାଉଛି। ଏହି ଅଞ୍ଚଳ ମ୍ୟାଲେରିଆ ପ୍ରବଣ ହୋଇଥିବାରୁ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ଓ ଔଷଧ ନ ଥିବା ଯୋଗୁ ସାମାନ୍ୟ ଜ୍ୱର ହେଲେ ୨୦ କି.ମି ଆଠମଲ୍ଲିକ ନଚେତ ୬୫ କି.ମି ଜିଲା ମୁଖ୍ୟ ଚିକିତ୍ସାଳୟରେ ନିର୍ଭର କରୁଛନ୍ତି। ଜଙ୍ଗଲ ଅଞ୍ଚଳର ଗ୍ରାମ ଗୁଡ଼ିକୁ ଏହି ସ୍ବାସ୍ଥ୍ୟକେନ୍ଦ୍ର ସେବା ଯୋଗାଇ ଦେଉଥିବାବେଳେ ଗର୍ଭବତୀ ମହିଳାମାନଙ୍କୁ ସେବା ଦିଆଯାଉ ନାହିଁ। ଏପରିକି ପ୍ରସବ ମଧ୍ୟ ଠିକ ଭାବେ କରାଯାଉ ନାହିଁ। ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ନିଯୁକ୍ତି ପାଇଁ ପୂର୍ବରୁ ବହୁବାର ଜିଲା ପ୍ରଶାସନଠାରୁ ଆରମ୍ଭ କରି ରାଜ୍ୟ ସରକାରଙ୍କୁ ଅଭିଯୋଗ କଲେ ମଧ୍ୟ କୌଣସି ସୁଫଳ ମିଳୁ ନାହିଁ। ତୁରନ୍ତ ଏଥିପ୍ରତି ଦୃଷ୍ଟି ଦେବାକୁ ଭାଜପା ପକ୍ଷରୁ ଦାବି ହୋଇଛି। (ଫଟୋ-)


Enter your email to get our daily news in your inbox.

All Right Reserved By Dharitri.Com

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

ବଲାଙ୍ଗିର ଫଳ ବଜାରରେ ଜଳିଗଲା ୫୦ରୁ ଊର୍ଦ୍ଧ୍ବ ଦୋକାନ

ବଲାଙ୍ଗିର,୮।୧୨: ସୋମବାର ବଲାଙ୍ଗିର ସହରର ଫଳ ବଜାରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଜିଲାପାଳଙ୍କ ଅଫିସ୍‌ ନିକଟରେ ଥିବା ପୌର ସଂସ୍ଥା ଅଧୀନରେ ଥିବା...

ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା

ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ...

ଶୀତରେ ଥରୁଛି ଜି.ଉଦୟଗିରି: ଜନଜୀବନ ଅସ୍ତବ୍ୟସ୍ତ

ଜି.ଉଦୟଗିରି,୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ସାରା ରାଜ୍ୟରେ ହାଡ଼ଭଙ୍ଗା ଶୀତ ଜାରି ରହିଥିବାବେଳେ ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ୧୨ ଯାଏ ଶୀତ ଲହରୀ ଜାରି...

ଟାଇକୋଣ୍ଡୋ ଏକାଡେମୀର ଗୌରବମୟ ସଫଳତା: ସୋହନଙ୍କୁ ମିଳିଲା…

ଛତ୍ରପୁର,୮।୧୨(ଦିଲ୍ଲୀପ ସାମଲ): ଛତ୍ରପୁର ନିକଟ ଧିରେଶର୍‌ ବିଦ୍ୟାପୀଠର ନବମ ଶ୍ରେଣୀ ଛାତ୍ର ଏସ୍‌. ସୋହନ ରେଡ୍ଡି ଅରୁଣାଞ୍ଚଳ ପ୍ରଦେଶରେ ହୋଇଥିବା ଜାତୀୟ ବିଦ୍ୟାଳୟ ସମୂହ କ୍ରୀଡା...

କାମ ଦେଉଛି AI କ୍ୟାମେରା: ପୁଣି ଗିରଫ ହେଲେ ୨ ଶିକାରୀ

ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧୀନ କୁଲଡିହା ଅଭୟାରଣ୍ୟରୁ ପୁଣି ଦୁଇ ଶିକାରୀଙ୍କୁ ଧରାଇଦେଲା ଏ.ଆଇ କ୍ୟାମେରା। କିଛି ଦିନ ପୂର୍ବରୁ...

ପଲିଥିନ୍‌ କାରଖାନାରେ ଲାଗିଲା ନିଆଁ

କଟକ,୮ା୧୨(କାର୍ତ୍ତିକ ସାହୁ): ସୋମବାର କଟକ ଜଗତପୁରର ଗୁଜରପୁରଠାରେ ଥିବା ଏକ ପଲିଥିନ ଉତ୍ପାଦନ ୟୁନିଟ ‘ଜଗା କାଳିଆ ପଲିପ୍ୟାକ୍‌ ଏଣ୍ଟରପ୍ରାଇଜେସ’ ରେ ଏକ ବଡ଼ ଧରଣର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri