ଠାକୁରାଣୀ ପୂଜା ବେଳେ ପୂଜାରୀ ଗିରଫ

କପ୍ତିପଦା,୨୭ା୩(ଡ଼ି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ଅଧୀନ ଶାଳଚୁଆ ପଞ୍ଚାୟତ ସୋଲଗଡିଆ ଦେହୁରୀ ସାହି ପକ୍ଷରୁ ବରଛକ ଠାକୁରାଣୀ ନିକଟରେ ଶୁକ୍ରବାର ଡାଳକଟା ପୂଜା ଅନୁଷ୍ଠିତ ହେଉଥିଲା ା ଲକ୍‌ ଡାଉନ ସତ୍ତ୍ୱେ ସାହି ବାସିନ୍ଦା ଏକତ୍ରିତ ହୋଇ ଢୋଲ ବଜାଇ ପୂଜାର୍ଚ୍ଚନା କରୁଥିଲେ। ଖବରପାଇ କପ୍ତିପଦା ପୋଲିସ ଘଟଣାସ୍ଥଳରେ ପହଞ୍ଚିବାରୁ ସେଠାରେ ଉପସ୍ଥିତ ଲୋକେ ଦୌଡ଼ି ପଳାଇଥିଲେ ା ମାତ୍ର ପୂଜା କରୁଥିବା ଦେହୁରୀ(ପୂଜାରୀ) ପୂର୍ଣ୍ଣଚନ୍ଦ୍ର ମଲ୍ଲିକ୍‌ଙ୍କୁ ପୋଲିସ କାବୁ କରି ନେଇଥିଲା। ଏନେଇ ଥାନାରେ ଏକ ମାମଲା (ନଂ.୮୨/୨୦୨୦) ରୁଜୁ ହୋଇଛି। ଶନିବାର ଦେହୁରୀ ମଲ୍ଳିକ୍‌ଙ୍କୁ କୋର୍ଟଚାଲାଣ କରାଯିବ ବୋଲି ପୋଲିସ କହିଛି। ଘଟଣାସ୍ଥଳରୁ ପୂଜା ସାମଗ୍ରୀ ଓ ବଳି ପାଇଁ ଉଦ୍ଦିଷ୍ଟ ତେଲେଙ୍ଗା କଟୁରୀକୁ ଜବତ କରାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ବ୍ରହ୍ମପୁର ଆସୁଥିବା ବେଳେ ବାଟରେ ମର୍ମନ୍ତୁଦ ଦୁର୍ଘଟଣା, ଡିଭାଇଡର ପିଟି ହୋଇ ୨ ବାଇକ ଆରୋହୀ ମୃତ

ଗଞ୍ଜାମ,୧୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ମର୍ମନ୍ତୁଦ ଦୁର୍ଘଟଣା ହୋଇଛି ।  ଅପରାହ୍ନରେ ଏକ ବାଇକ ଡିଭାଇଡର ପିଟି…

ପୂର୍ବ ଶତ୍ରୁତାରୁ ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ! ଗାଁ ମେଡ଼ିକାଲ ଛକରେ ଠିଆ ହୋଇଥିଲେ, କାରରେ ଆସି ହାଣି ଚାଲିଲେ…

ଦିଗପହଣ୍ଡି,୧୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ରବିବାର ସନ୍ଧ୍ୟା ପ୍ରାୟ…

ନଦୀରେ ଗୋଧୋଇବାକୁ ଯିବା ହେଲା କାଳ, ପାଣିରେ ବୁଡ଼ି ଚାଲିଗଲା ୨ଜୀବନ

ଝାରସୁଗୁଡ଼ା,୧୪।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସଦର ଥାନା ଅନ୍ତର୍ଗତ ଇବ ନଦୀକୁ ରବିବାର ଅପରାହ୍ନରେ ଗାଧୋଇ ଯାଇଥିବା ସମୟରେ ପାଣିରେ ବୁଡ଼ି ଦୁଇ ଜଣ ଯୁବକଙ୍କର ଅକାଳ…

କୋରାପୁଟରେ ରଜ ମହୋତ୍ସବ

କୋରାପୁଟ,୧୪।୬(ଅମିତାଭ ବେହେରା ): ଓଡ଼ିଶାର ଗଣପର୍ବ ରଜର ଉତ୍ସାହ ଏବେ ଗାଁଠୁ ସହର ସବୁଠି ପରିଲକ୍ଷିତ ହେଉଛି। ଏହି ପରିପ୍ରେକ୍ଷୀରେ କୋରାପୁଟ ସ୍ଥିତ ସ୍ଥାନୀୟ ଦକ୍ଷତା ବୃଦ୍ଧି…

ନାଳରୁ ମିଳିଲା ମୃତଦେହ: କାରଣ ଖୋଜୁଛି ପୋଲିସ

ବଞ୍ଚୋ,୧୪।୬:(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅଧୀନ ନାନିକାବାହାଳି ଗ୍ରାମ ନିକଟସ୍ଥ ଗଣ୍ଡନାଳରୁ ପୋଲିସ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri