ଠାକୁରାଣୀ ଯାତ୍ରାଦାଣ୍ଡକୁ ଆକର୍ଷିତ କଲା ସମୂହ ଲଣ୍ଡାବେଶ

ବ୍ରହ୍ମପୁର ଅଫିସ,୨୬ା୪- ରେଶମ ନଗରୀ ବ୍ରହ୍ମପୁରର ପ୍ରସିଦ୍ଧ ମା’ ବୁଢ଼ୀ ଠାକୁରାଣୀଙ୍କ ଚଳିତ ବର୍ଷ ଯାତ୍ରାର ଗୁରୁବାର ୨୭ ଦିନ ପୂରିଛି। ସନ୍ଧ୍ୟାରେ ବାହାରିଥିବା ବିଜିପୁର ଲଣ୍ଡା ବେଶ ଯାତ୍ରାଦାଣ୍ଡକୁ ବେଶ୍‌ ଆକର୍ଷିତ କରିଥିଲା। ଶତାଧିକ ଶିଶୁଠାରୁ ବୟସ୍କ ବ୍ୟକ୍ତି ସମୂହ ମୁଣ୍ଡନ ହୋଇଥିଲେ। ସମସ୍ତେ ବିଭିନ୍ନ ବେଶ ପକାଇ ବିଜିପୁର କାଳୁଆ ମନ୍ଦିର ନିକଟରୁ ଶୋଭାଯାତ୍ରାରେ ବାହାରିଥିଲେ।

ବିଜିପୁରର ସମସ୍ତ ସାହି ପରିକ୍ରମା ପରେ ମେନରୋଡସ୍ଥିତ ଗ୍ଲୋବାଲ ସଂସ୍ଥା ଏବଂ ଉମାକାନ୍ତ ପଣ୍ଡା ପରିବାର ପକ୍ଷରୁ ମାନସିକ ବେଶଧାରୀମାନଙ୍କୁ ଆପ୍ୟାୟିତ କରାଯାଇଥିଲା। ସେଠାରୁ ବିଜିପୁର ବଜାର, ଗୋପବନ୍ଧୁ ଛକ, ଖଲ୍ଲିକୋଟ କଲେଜ, ଟାଉନ ହଲ ଛକ, ଟେଲିଫୋନ ଭବନ ରୋଡ, ପୁରୁଣା ବସ୍‌ଷ୍ଟାଣ୍ଡ, ଫାୟାର ଷ୍ଟେଶନ ରୋଡ, ଅନ୍ନପୂର୍ଣ୍ଣା ବଜାର, ଅର୍ବାନ ବ୍ୟାଙ୍କ, ଗିିରିଜା ଛକ, ସତ୍ୟ ନାରାୟଣ ମନ୍ଦିର ଅଞ୍ଚଳ ଦେଇ ଗିରି ମାର୍କେଟରେ ପହଞ୍ଚତ୍ଥିଲେ।  ଲଣ୍ଡା ବେଶ ଉପଭୋଗ ପାଇଁ ରାସ୍ତାର ଉଭୟ ପାର୍ଶ୍ୱରେ ଲୋକେ ଉକତ୍ଣ୍ଠାର ସହ ଅପେକ୍ଷା କରିଥିଲେ। ପରବର୍ତ୍ତୀ ପର୍ଯ୍ୟାୟରେ ହନୁମାନ ବଜାର, ସାନବଜାର, ବଡ଼ବଜାର, ରାଜା ଗୋର୍ଜି, ମହୁରୀ ରାଜବାଟୀ ରୋଡ ଦେଇ ଯାତ୍ରାସ୍ଥଳ ଦେଶୀ ବେହେରା ବଜାରରେ ପହଞ୍ଚତ୍ଥିଲା। ବେଶଧାରୀମାନେ ଅସ୍ଥାୟୀ ପୀଠରେ ମା’ଙ୍କୁ ଦର୍ଶନ କରିଥିଲେ। ଯାତ୍ରା ଅବଧି ଆଉ ମାତ୍ର ୪ ଦିନ ଥିବାରୁ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ହେଉଛି। ଦୁଇ ବର୍ଷରେ ବାପା ଘରକୁ ଆସିଥିବା ମା’ ବୁଢ଼ୀ ଠାକୁରାଣୀଙ୍କ ଦର୍ଶନ ପାଇଁ ଗଞ୍ଜାମ ସମେତ ବିଭିନ୍ନ ଜିଲାରୁ ବିଭିନ୍ନ ଭକ୍ତଙ୍କ ସୁଅ ଛୁଟୁଛି। ବେଶ ସଂଖ୍ୟା ମଧ୍ୟ ବଢ଼ି ଚାଲିଥିବା ବେଳେ ଗୁରୁବାର ସନ୍ଧ୍ୟାରେ ସମୂହ ଲଣ୍ଡା ବେଶ ବେଶ୍‌ ଉପଭୋଗ୍ୟ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ତପ୍ତପାଣି ରେ ମା ‘ କନ୍ଧୁଣୀ ଦେବୀ ଙ୍କୁ ଦର୍ଶନ କଲେ ବିଧାନସଭା ଗୃହ କମିଟି

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ରାଜ୍ୟ ବିଧାନସଭା ଗୃହ କମିଟି(ଉପସ୍ଥାପନ) ବ୍ରହ୍ମପୁର ଠାରୁ ଭାୟା ଦିଗପହଣ୍ଡି ଦେଇ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ଗଞ୍ଜାମ – ଗଜପତି…

କେସିଙ୍ଗା ପଞ୍ଚାୟତ ସମିତିରେ ପାନୀୟଜଳବିଦ୍ୟୁତ ଉପରେ ଗୁରୁତ୍ୱ

କେସିଙ୍ଗା, ୨୧।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୧ତମ ସାଧାରଣ ବୈଠକ ଅଧ୍ୟକ୍ଷ ଚନ୍ଦନ କୁମାର ସେନାପତିଙ୍କ ସଭାପତିତ୍ୱରେ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ…

ନୂତନ ପରିବା ବଜାର କମ୍ପ୍ଲେକ୍ସକୁ ସ୍ଥାନାନ୍ତର ପାଇଁ ତତ୍ପର ପୌରପରିଷଦ

ଛତ୍ରପୁର, ୨୧/୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଜନସାଧାରଣଙ୍କ ସୁବିଧା ପାଇଁ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ପକ୍ଷରୁ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ନିକଟରେ ନବନିର୍ମିତ ପରିବା…

ଚାଷୀ ପଞ୍ଜୀକରଣ ସରଳୀକରଣ ଓ ସମୟସୀମା ଅବଧି ବୃଦ୍ଧି ନେଇ ଆନ୍ଦୋଳନ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଅଖିଳ ଭାରତ କୃଷକ ସଭା ଅନୁବନ୍ଧିତ ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ବିକ୍ଷୋଭ ପ୍ରଦର୍ଶନ…

ଏନସିସି ନାଭାଲ ୱିଙ୍ଗ କ୍ୟାଡେଟ ଚୟନ ଶିବିର: ଯୋଗ୍ୟ ଛାତ୍ରୀଛାତ୍ର ଚୟନ

ଭଞ୍ଜନଗର,୨୧।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶୁକ୍ରବାର ଏନସିସି ନାଭାଲ ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ…

ଜଙ୍ଗଲକୁ କାଠ ସଂଗ୍ରହ କରିବାକୁ ଯାଇ ଆଉ ଫେରି ନ ଥିଲେ ପୂର୍ଣ୍ଣବାସୀ: ମାଟିତଳୁ ମିଳିଲା…

ସୋରଡା,୨୧।୮(ରଜନି ମହାପାତ୍ର):ଗଞ୍ଜାମ ସୋରଡା ଥାନା ସାପଡିହ ଗାଁରେ ଅଭାବନୀୟ ଘଟଣା । ଜଙ୍ଗଲରୁ ମିଳିଲା ମହିଳାଙ୍କ ମୃତଦେହ। ମାଟିତଳୁ ଉଦ୍ଧାର ହେଲା ମୃତଦେହ। ମୃତକ ହେଲେ ସାପଡିହ…

ଭୁବନେଶ୍ୱରରୁ ଆସିଲା ଦଳୀୟ ସୁପ୍ରିମୋଙ୍କ ଡାକରା, ଶଙ୍ଖଭବନରେ ପହଞ୍ଚିଲେ ଗଞ୍ଜାମ ବିଜେଡି ନେତା, ବଡ଼ଧରଣର…

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଆସୁଛି ପଞ୍ଚାୟତ ଓ ପୌର ନିର୍ବାଚନ। ଏଥିପାଇଁ ଚଳଚଞ୍ଚଳ ଶଙ୍ଖଭବନ। ଦଳୀୟ ସଂଗଠନ କିଭଳି ସୁଦୃଢ଼ ହେବ ସେଥିପାଇଁ ଚାଲିଛି ମାନସ ମନ୍ଥନ। ରାଜ୍ୟ…

ଅଭିଭାବକ ହେଉଛନ୍ତି ଶିଶୁଙ୍କ ପ୍ରଥମ ଗୁରୁ: ଆଚରଣରେ ସଞ୍ଜମ ରଖିବା ଜରୁରୀ

ଭଞ୍ଜନଗର,୨୧।୮(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟରେ ଶୁକ୍ରବାର ଅଭିଭାବକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ଅଧ୍ୟକ୍ଷ ପ୍ରଦୀପ କମାନୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ସମ୍ମିଳନୀରେ ଛାତ୍ରୀଛାତ୍ରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri