ଠିକାଦାରଙ୍କୁ ଗୁଳିମାଡ଼: ୨ ଅଭିଯୁକ୍ତଙ୍କୁ ନିର୍ଧୁମ ଛେଚିଲେ ଲୋକେ

ଗୋପ,୬।୧୧(ଡି.ଏନ୍‌.ଏ.): ପୁରୀ ଜିଲା ଗୋପ-ବାଲିଘାଇ ରାସ୍ତାର ସୁବର୍ଣ୍ଣପୁର ଗ୍ରାମ ନିକଟରେ ବୁଧବାର ସକାଳେ ଜଣେ ଠିକାଦାରଙ୍କୁ ୨ ଦୁର୍ବୃତ୍ତ ଗୁଳିମାଡ଼ କରିଛନ୍ତି । ଠିକାଦାର ହେଲେ ଉକ୍ତ ଗ୍ରାମର ଉମାକାନ୍ତ ସାହୁ (୪୯)। ଗୁରୁତର ଅବସ୍ଥାରେ ଉମାକାନ୍ତଙ୍କୁ ଗୋପରୁ ଭୁବନେଶ୍ୱର ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ସ୍ଥାନୀୟ ଲୋକେ ୨ ଦୁର୍ବୃତ୍ତଙ୍କୁ ଧରି ନିର୍ଧୁମ ଛେଚିବା ସହ ସେମାନଙ୍କ ଏକ ସ୍କୁଟିକୁ ଜାଳି ଦେଇଛନ୍ତି। ପୋଲିସ ପହଞ୍ଚିବାରେ ବିଳମ୍ବ ହେବାରୁ ପୋଲିସ ସହ ଉତ୍ତ୍ୟକ୍ତ ଲୋକଙ୍କ ଠେଲାପେଲା ହୋଇଥିବା ଜଣାପଡ଼ିଛି। ପରେ ପୋଲିସ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି। ୨ ଅଭିଯୁକ୍ତ ପିଣ୍ଟୁ ସାହୁ ଓ ମୁନା ପ୍ରଧାନ ବୋଲି ସୂଚନା ମିଳିଛି।
ସୂଚନାଯୋଗ୍ୟ, ଉମାକାନ୍ତଙ୍କୁ ୨୦ ଲକ୍ଷ ଟଙ୍କା ଦାଦାବାଟି ମଗାଯାଇଥିଲା। ସେ ଏହି ଟଙ୍କା ନ ଦେବାରୁ ତାଙ୍କୁ ଗୁଳିମାଡ଼ କରାଯାଇଛି। ପିଣ୍ଟୁ ଓ ମୁନାଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ସେମାନଙ୍କୁ ଗୋପ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଗ୍ରୀଷ୍ମପ୍ରବାହଠୁ ବଳିଯାଉଛି ଇଟାଭାଟି ତାତି

ଧାମନଗର,୨୬।୪ (ସନ୍ତୋଷ କୁମାର ମହାପାତ୍ର): କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ସକାଳ ୮ଟା ପରେ ଲୋକେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଖରା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

୨ ନବାଗତଙ୍କ ସହ ଅଭିଜ୍ଞଙ୍କ ମୁକାବିଲା

ଅନୁଗୋଳ,୨୬।୪(ଅମିତ କୁମାର ସାମଲ):ଆସନ୍ତା ମେ ୨୫ରେ ହେବ ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟଗ୍ରହଣ। ଏଥର ବିଜେଡି ଅନୁଗୋଳରେ ନୂଆ ରଣନୀତି ଆପଣାଇଛି। ଦଳ ଦୀର୍ଘ...

ସମ୍ବଲପୁର କଂଗ୍ରେସ ଯୁବନେତା ବିଜେଡି ମୁହାଁ

ସମ୍ବଲପୁର,୨୬ା୪(ଭବାନୀ ଶଙ୍କର ଭୋଇ):ରାଜ୍ୟରେ କଂଗ୍ରେସ ଦଳର ଗୋଟିଏ ପରେ ଗୋଟିଏ ନେତା ଦଳ ଛାଡୁଛନ୍ତି। ରାଜ୍ୟ କିମ୍ବା କେନ୍ଦ୍ରୀୟ ନେତୃତ୍ୱ ନିଜର କର୍ମୀମାନଙ୍କ ଭିତରେ ଉତ୍ସାହ...

ବାପାଙ୍କ ବଦଳରେ ଲଢିବେ ଝିଅ: ୨୭ରେ ଘୋଷଣା କରିପାରେ କଂଗ୍ରେସ

କଟକ,୨୬।୪(ଶିଳ୍ପା ପ୍ରିୟଦର୍ଶିନୀ):କଂଗ୍ରେସ ପକ୍ଷରୁ ଆସନ୍ତା ୨୭ ତାରିଖରେ ବାଲିଯାତ୍ରା ଉପର ପଡ଼ିଆରେ ଏକ ବଡ଼ ସଭା ହେବ ଏବଂ ସେଥିରେ ଦଳ ମହମ୍ମଦ ମୋକିମଙ୍କ ବଡ଼...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

ଦଳ ବିରୋଧୀ କାର୍ଯ୍ୟ କରିବା ପଡ଼ିଲା ମହଙ୍ଗା, ଯୁବ କଂଗ୍ରେସର ୨ ନେତା ପଦରୁ ନିଲମ୍ବିତ

ଭୁବନେଶ୍ୱର,୨୬।୪: ଦଳ ବିରୋଧୀ କାର୍ଯ୍ୟ ପାଇଁ ବଡ଼ କାର୍ଯ୍ୟାନୁଷ୍ଠାନ ନେଲା କଂଗ୍ରେସ। ଯୁବ କଂଗ୍ରେସର ୨ ନେତାଙ୍କୁ ପଦରୁ ନିଲମ୍ବନ କରାଯାଇଛି। ସା. ସମ୍ପାଦକ ପଦରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri