ଠିକାଦାରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ: ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

ମାଲକାନଗିରି,୧୭।୧୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଠିକାଦାର ସଂଘ ପକ୍ଷରୁ ଗତ ୧୦ ତାରିଖରୁ କାର୍ଯ୍ୟବନ୍ଦ ଆନ୍ଦୋଳନ ହୋଇଛି। ଏ ନେଇ ଜିଲାର ଉନ୍ନୟନ କାର୍ଯ୍ୟ ବାଧାପ୍ରାପ୍ତ ହୋଉଛି । ରାସ୍ତାଘାଟ, ପୋଲ, ଗୃହ ନିର୍ମାଣ, କାର୍ଯ୍ୟ ଚାଲିଥିବା ବେଳେ ଠିକାଦାରଙ୍କ ଏହି ଆନ୍ଦୋଳନ ଯୋଗୁ ଏହି ସବୁ କାର୍ଯ୍ୟ ଅଗ୍ରଗତି ହୋଇ ପାରୁନାହିଁ । ଠିକାଦାରଙ୍କ ୧୦ ଦଫା ଦାବି ପୂରଣ ନେଇ ନିଖିଳ ଓଡ଼ିଶା ଠିକାଦାର ମହାସଂଘ ପକ୍ଷରୁ ସାରା ରାଜ୍ୟରେ ବିକ୍ଷୋଭ ଜାରି ରହିଥିବା ବେଳେ ଦାବି ପୂରଣ ନ ହେବା ଯାଏ କାର୍ଯ୍ୟବନ୍ଦ ରଖିବା ପାଇଁ ମାଲକାନଗିରି ଶାଖା ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଶନିବାରଠାରୁ ସମ୍ପୂର୍ଣ କାର୍ଯ୍ୟବନ୍ଦ ହୋଇଛି। ତେବେ ରବିବାର ଦାବି ପୂରଣ ନେଇ ଠିକାଦାର ସଂଘ ପକ୍ଷରୁ ବିଶାଳ ରାଲି କରାଯିବା ସହ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଏହି ଦାବିପତ୍ର ଜିଲାପାଳ ମନୀଷ ଅଗ୍ରଓ୍ବାଲଙ୍କୁ ପ୍ରଦାନ କରାଯାଇଛି। ବରିଷ୍ଠ ଠିକାଦାର ପ୍ରଭାକର ପ୍ରଧାନଙ୍କ ନେତୃତ୍ୱରେ ସଭାପତି ପ୍ରଫୁଲ୍ଲ କୁମାର ପଣ୍ଡା, ଜିଲାର ବହୁ ଠିକାଦାର ଏଥିରେ ଭାଗ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କ ନଜରରେ ପଡିଗଲା ସ୍ତ୍ରୀଙ୍କ ପରକୀୟା ପ୍ରୀତି, ପ୍ରେମିକଙ୍କ ସହ ମିଶି କରିଥିଲେ ହତ୍ୟା ଉଦ୍ୟମ, ଏବେ ଗଲେ ଜେଲ୍

ଦିଗପହଣ୍ଡି,୩୧|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗାଁ ଛକରେ ରହୁଥିବା ଏସ.ଶଙ୍କର ରେଡ୍ଡୀଙ୍କ  ଅନୁପସ୍ଥିତିରେ ତାଙ୍କ ସ୍ତ୍ରୀ ଏସ.ରଶ୍ମିତା ରେଡ୍ଡୀ…

୨ ଓ୍ବାରେଣ୍ଟି କୋର୍ଟ ଚାଲାଣ: ଜଣେ ହତ୍ୟା ମାମଲାରେ ଥିଲେ ଫେରାର, ଆଉ ଜଣେ…

ଦିଗପହଣ୍ଡି,୩୧ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର ୨ ଓ୍ବାରେଣ୍ଟିଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଦିଗପହଣ୍ଡି ଥାନା କୁକୁଡ଼ାଖଣ୍ଡି ବ୍ଲକ ମହୁଡ଼ା…

ଦୁଇ ବର୍ଷର କାର୍ଯ୍ୟଦକ୍ଷତା ନେଇ ପ୍ରଧାନମନ୍ତ୍ରୀ ମାଗିଛନ୍ତି ତଥ୍ୟ: ମନମୋହନ କହିଲେ…

ଭୁବନେଶ୍ୱର,୩୧।୫: ରାଜ୍ୟରେ ବିଜେପି ସରକାରଙ୍କ ଦୁଇ ବର୍ଷର କାର୍ଯ୍ୟଦକ୍ଷତା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତଥ୍ୟ ମାଗିଥିବା ସୂଚନା ମିଳିଛି। ଏନେଇ ରାଜ୍ୟ ଭାଜପା ସଭାପତି ମନମୋହନ…

ରାଜ୍ୟରେ ଭତ୍ତାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍: ମନମୋହନ ସାମଲ କହିଲେ…

ଭୁବନେଶ୍ୱର,୩୧।୫: ରାଜ୍ୟରେ ଭତ୍ତା ବଣ୍ଟନ ସମସ୍ୟାକୁ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ। ସେ କହିଛନ୍ତି, ଆସନ୍ତା ୧୫ ଦିନ ମଧ୍ୟରେ ଭତ୍ତା…

୧୫ ଦିନ ତଳେ କରିଥିଲେ ବିବାହ, ସ୍ବାମୀଙ୍କ ସହ ଯିବାବେଳେ ବ୍ରିଜ୍‌ ଉପରୁ ନଈକୁ ଡେଇଁପଡ଼ିଲେ ସ୍ତ୍ରୀ

ସୋନପୁର,୩୧ା୫(ମୃତ୍ୟୁଞ୍ଜୟ ଶତପଥୀ): ମେଟକାନି ମନ୍ଦିର ଦର୍ଶନ କରିବାକୁ ସ୍ବାମୀଙ୍କ ସହିତ ବାଇକ୍‌ରେ ଯାଉଥିଲେ ସ୍ତ୍ରୀ। ମହାନଦୀର ସୁନ୍ଦରତା ଉପଭୋଗ କରିବା ଓ ଫଟୋ ଉଠାଇବା ପାଇଁ ସ୍ବାମୀ-ସ୍ତ୍ରୀ…

ସଘନ ସଂଶୋଧନ (SIR)-୨୦୨୬ : ଘରେ ଘରେ ପହଞ୍ଚୁଛନ୍ତି BLO

ବଞ୍ଚୋ, ୩୧।୫ (ପ୍ରଦୋଷ କୁମାର ବିଶ୍ୱାଳ): ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶକ୍ରମେ ସ୍ୱତନ୍ତ୍ର ସଘନ ସଂଶୋଧନ (SIR)-୨୦୨୬ କାର୍ଯ୍ୟକ୍ରମ ଅଧୀନରେ ମତଦାତା ତାଲିକାକୁ ସଠିକ୍ ଓ ନିର୍ଭୁଲ କରିବା…

ଯୌନ କାର୍ଯ୍ୟରେ ଲିପ୍ତ ପ୍ରତ୍ୟେକ ମହିଳାଙ୍କୁ ନେଇ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ ଦେଲେ ସୁପ୍ରମି କୋର୍ଟ

ନୂଆଦିଲ୍ଲୀ,୩୧।୫: ଏକ ଐତିହାସିକ ରାୟରେ, ସୁପ୍ରିମକୋର୍ଟ କହିଛନ୍ତି ଯେ ବେଶ୍ୟାବୃତ୍ତିରେ ଲିପ୍ତ ପ୍ରତ୍ୟେକ ମହିଳା ବଳପୂର୍ବକ ଶିକାର ହୋଇଥିବା ଏବଂ ଫଳସ୍ବରୂପ ତାଙ୍କୁ ପୁନର୍ବାସ କେନ୍ଦ୍ରକୁ ପଠାଇବା…

ୱାସ୍‌ରୁମ୍‌ରୁ ହିଡେନ୍ କ୍ୟାମେରା: ଖୋଲିଲା ବଡ଼ ରହସ୍ୟ: ପ୍ରତି ସପ୍ତାହରେ କରୁଥିଲେ କ୍ୟାମେରା ଚାର୍ଜ

ଜଗତସିଂହପୁର,୩୧।୫: ଜଗତସିଂହପୁର ଜିଲାର DRDA କାର୍ଯ୍ୟାଳୟର ମହିଳା ୱାସ୍‌ରୁମ୍‌ରୁ ହିଡେନ୍ କ୍ୟାମେରା ଜବତ ଘଟଣାରେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ଘଟଣାରେ ଜଡିତ ଜୁନିୟର କିରାଣି ସଞ୍ଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri