ଠିକାଦାରଙ୍କ ଘରକୁ ବୋମାମାଡ଼ ଘଟଣା: ଦୁର୍ଦ୍ଦାନ୍ତ ରାଜିଙ୍କ ସମେତ ୩ ଗିରଫ, ବୋମା ଜବତ

ବ୍ରହ୍ମପୁର ଅଫିସ,୧୮ା୬-ବ୍ରହ୍ମପୁର ବଡ଼ବଜାର ପୋଲିସ ଜଣେ ଠିକାଦାରଙ୍କ ଘର ଉପରକୁ ବୋମା ମାଡ଼ କରିବା ଅଭିଯୋଗରେ ଦୁର୍ଦ୍ଦାନ୍ତ ରାଜି ଗୌଡ଼ଙ୍କ ସମେତ ୩ ଜଣଙ୍କୁ ରବିବାର ରାତିରେ ଗିରଫ କରିଛି । ସେମାନେ ହେଲେ ରାଜି ଓରଫ ରାଜେନ୍ଦ୍ର ଗୌଡ଼ (୩୭), ଶକ୍ତି ଦେ ଓରଫ ଦବଲ ଗୌଡ଼ (୨୮) ଓ ଜିତୁ ଓରଫ ଜିତେନ୍ଦ୍ର ଗୌଡ଼ (୧୯)। ପୋଲିସ ରାଜିଙ୍କ ନିକଟରୁ ୨ଟି ବୋମା ଜବତ କରିଛି। ମାମଲା ନଂ. ୧୦୦/୧୯ରେ ଅଭିଯୁକ୍ତମାନଙ୍କୁ ସୋମବାର କୋର୍ଟଚାଲାଣ କରାଯାଇଛି ବୋଲି ଥାନାଧିକାରୀ ପ୍ରଶାନ୍ତ ଭୂପତି କହିଛନ୍ତି । ରାଜିଙ୍କ ନଁାରେ ହତ୍ୟା,ଡକାୟତି ଭଳି ୮ରୁ ଊର୍ଦ୍ଧ୍ୱ ସଙ୍ଗିନ ମାମଲା ରହିଥିବା ପ୍ରଶାନ୍ତ ଭୂପତି କହିଛନ୍ତି।
ଯେ, ପୁରୁଣା ବ୍ରହ୍ମପୁର ଆଇନାବନ୍ଧ ସାହିରେ ଠିକାଦାର କୈଳାସ ଚନ୍ଦ୍ର ଗୌଡ଼ ପରିବାର ସହ ରହୁଛନ୍ତି । ରାଜି ତାଙ୍କୁ ଦାଦାବଟି ମାଗି ଆସୁଥିଲେ। ସେ ଦେବାକୁ ମନାକରି ଦେଇଥିଲେ।
ଗତ ୧୩ ତାରିଖ ବିଳମ୍ବିତ ରାତିରେ କୈଳାସଙ୍କ ଘର ଉପରେ ବୋମାମାଡ଼ ହୋଇଥିଲା । ଘର ଭିତରେ ଶୋଇଥିବା କୈଳାସ ଓ ତାଙ୍କ ପରିବାର ବୋମା ଶବ୍ଦ ଶୁଣି ଭୟଭୀତ ହୋଇ ପଡିଥିଲେ। ପରେ ରାଜି ଠିକାଦାରଙ୍କ ଘରେ ପଶି ତାଙ୍କ ବୃଦ୍ଧା ମା’ଙ୍କୁ ମଧ୍ୟ ଆକ୍ରମଣ କରିଥିଲେ। ଏନେଇ ଠିକାଦାର ଗତ ୧୪ ତାରିଖରେ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଘଟଣାର ତଦନ୍ତ କରି ରାଜି ଓ ତାଙ୍କ ଅନ୍ୟ ୨ ସହଯୋଗୀଙ୍କୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ଆଗକୁ ବାର୍ଷିକ ପରୀକ୍ଷା: ଭଞ୍ଜନଗରରେ ବଢୁଛି ଶବ୍ଦ ପ୍ରଦୂଷଣ, ରୋକିବା ପାଇଁ…

ଭଞ୍ଜନଗର,୧୬ା୨(ବାବୁଲା ପ୍ରଧାନ): ଆସନ୍ତା ୧୮ରୁ ରାଜ୍ୟରେ ଯୁକ୍ତ ୨ ବାର୍ଷିକ ପରୀକ୍ଷା ହେବ। ତାହା ମାର୍ଚ୍ଚ ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଚାଲିବ। ଏଥିସହ ମାଟ୍ରିକ୍‌ ପରୀକ୍ଷା…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri