ଠିକାଦାରଙ୍କ ଘର ଉପରକୁ ଦୁର୍ବୃତ୍ତଙ୍କ ବୋମାମାଡ଼

କଟକରୋଡ,୧୬।୧୨(ଡି.ଏନ.ଏ.): ବଡ଼ଗଡ଼ ଥାନା ଅଞ୍ଚଳରେ ରହୁଥିବା ଜଣେ ଠିକାଦାରଙ୍କ ଘର ଉପରକୁ ରବିବାର ରାତିରେ କେହି ଦୁର୍ବୃତ୍ତ ବୋମାମାଡ଼ କରିଛନ୍ତି। ଉକ୍ତ ଠିକାଦାର ହେଲେ ଏହି ଥାନା ଅଧୀନ ରତ୍ନାକର ବାଗରେ ରହୁଥିବା ସଚିଦାନନ୍ଦ ପାତ୍ର। ସୂଚନା ଅନୁଯାୟୀ, ରାତି ପ୍ରାୟ ସାଢ଼େ ୯ଟାରେ ଦୁଇ ଦୁର୍ବୃତ୍ତ ଏକ ବାଇକରେ ଆସି ସଚିଦାନନ୍ଦଙ୍କ ଘର ଉପରକୁ ବୋମାମାଡ଼ କରିଥିବା ନେଇ ପଡ଼ୋଶୀ ଲୋକ କହିଛନ୍ତି। ଖବରପାଇ ଜୋନ-୪ ଏସିପି ଅମରେନ୍ଦ୍ର ପଣ୍ଡା, ଥାନାଧିକାରୀ ଦିଲୀପ କୁମାର ସ୍ବାଇଁ ଘଟଣାସ୍ଥଳରେ ପହଞ୍ଚତ୍ ବୋମାମାଡ଼ ହୋଇଥିବା ଘଟଣାର ତଦନ୍ତ କରିବାସହ କେତେକ ଟୁକୁଡ଼ା ସଂଗ୍ରହ କରିଛନ୍ତି। ଅନ୍ୟପକ୍ଷରେ ପୂର୍ବ ଠିକାଦାର କାମକୁ ନେଇ ଏଭଳି ଘଟଣା ଉପୁଜିଥାଇପାରେ ବୋଲି ସଚିଦାନନ୍ଦଙ୍କ ପୁଅ ଚନ୍ଦନ କହିଛନ୍ତି। ପୋଲିସ ଘଟଣାସ୍ଥଳରୁ ଅନୁସନ୍ଧାନ ଜାରି ରଖିବା ସହ ଠିକାଦାରଙ୍କ ଘରେ ପୋଲିସ କର୍ମଚାରୀ ମୁତୟନ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୧ରୁ ତାତିରେ ଲାଗିବ ବ୍ରେକ୍‌, ଏହି ସବୁ ଜିଲାରେ ବର୍ଷିବ

ଭୁବନେଶ୍ୱର,୧୯।୪: ତାତିରୁ ମିଳିବ ଆଶ୍ୱସ୍ତି। ୨୧ ଓ ୨୨ ତାରିଖ ବେଳକୁ ଖରାର ପ୍ରକୋପ ସାମାନ୍ୟ ହ୍ରାସ ପାଇବା ସହ ରାଜ୍ୟରେ କିଛି ସ୍ଥାନରେ ବର୍ଷା...

‘ଓଡ଼ିଶାରେ ଏତିକି ଲୋକ ସଭା ଆସନ ଜିତିବ ଭାଜପା’

ଭୁବନେଶ୍ୱର,୧୯।୪: ବିଧାନସଭା ନିର୍ବାଚନ ପାଇଁ ଭାଜପା ଦ୍ୱିତୀୟ ପର୍ଯ୍ୟାୟ ସୁଦ୍ଧା ୧୩୧ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ତେବେ ଖୁବ୍‌ଶୀଘ୍ର ଭାଜପାର ଅବଶିଷ୍ଟ ବିଧାନସଭା ପ୍ରାର୍ଥୀ...

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

ଚାଞ୍ଜଲ୍ୟକର ଖୁଲାସା କଲେ ଭାଜପା ପ୍ରଭାରୀ: ବିଜେଡି ଛାଡିବେ..

ଭୁବନେଶ୍ୱର,୧୯।୪: ଖୁବଶୀଘ୍ର ବିଜେଡି ଛାଡିବେ ଅନେକ ବଡ଼ ନେତା। ବିଜେଡି ଛାଡୁଥିବା ନେତାମାନେ ଭାଜପାରେ ଯୋଗ ଦେବେ। ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ...

ବିଳମ୍ବିତ ରାତିରେ ଖବରଦାତାଙ୍କୁ ଆକ୍ରମଣ

ଭୁବନେଶ୍ୱର,୧୯।୪(ସତ୍ୟଜିତ ରାଉତ):ବିଳମ୍ବିତ ରାତିରେ ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ। ଅସାମାଜିକ ଯୁବକମାନେ ପଥଚାରୀଙ୍କୁ ଆକ୍ରମଣ କରିବାକୁ ପଛାଉ ନାହାନ୍ତି। ଗୁରୁବାର ରାତି ପ୍ରାୟ ୧୨ଟା ୫୫ ବେଳେ...

ନବୀନ ନିବାସରେ ବିଜେଡି ପ୍ରାର୍ଥୀଙ୍କ ଭିଡ଼

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ପଞ୍ଚମ ପର୍ଯ୍ୟାୟ ବିଧାନସଭା ଟିକେଟ ଘୋଷଣା ପରେ ଗୁରୁବାର ନବୀନ ନିବାସରେ ବିଜେଡି ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କ ଭିଡ଼ ଦେଖିବାକୁ ମିଳିଛି।...

ରାଜ୍ୟବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବିଜେଡି ଇସ୍ତାହାର ପାଇଁ ରାଜ୍ୟବାସୀଙ୍କ ମତାମତ ଲୋଡ଼ିଛନ୍ତି। ଗୁରୁବାର ସାମାଜିକ ଗଣମାଧ୍ୟମ ଜରିଆରେ ସେ...

୪ ସଂସଦୀୟ କ୍ଷେତ୍ରରେ ମହିଳା ଭୋଟର ଅଧିକ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ଆସନ୍ତା ମେ’ ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ବ୍ରହ୍ମପୁର ସଂସଦୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri