ଠିକ୍‌ ସମୟରେ ହୋଇପାରିଲାନି ଚିକିତ୍ସା: ସାପ କାମୁଡ଼ାରେ ମହିଳାଙ୍କ ଜୀବନ ଗଲା

କେନ୍ଦୁଝର,୧୩ା୬(ସ୍ବ.ପ୍ର.): ୧୦୮ ଆମ୍ବୁଲାନ୍ସ ନ ଆସିବା ଓ ଡାକ୍ତରଖାନାରେ ଇଞ୍ଜେକ୍ସନ ଅଭାବରୁ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ତାଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି। ମୃତକ ହେଲେ ହରିଚ଼ନ୍ଦନପୁର ବ୍ଲକ ରାଇଡ଼ିଆ ଗ୍ରାମର ଜିତ଼େନ୍ଦ୍ର ନାଏକଙ୍କ ସ୍ତ୍ରୀ ଦମୟନ୍ତୀ(୪୦)।
ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିିତ଼ ରାତ଼ିରେ ଦମୟନ୍ତୀ ଘରେ ଶୋଇଥିବା ବେଳେ ଏକ ପାହାଡ଼ିଆ ଚ଼ିତ଼ିସାପ ତାଙ୍କ ଗୋଡ଼କୁ କାମୁଡ଼ି ଦେଇଥିଲା। ସେ ଚ଼ିତ୍କାର କରିବାରୁ ପରିବାରଲୋକେ ସାପଟିକୁ ଏକ ମାଛଧରା ଜାଲରେ କାବୁ କରି ନେଇଥିଲେ। ଡ଼ାକ୍ତରଖାନା ନେବାକୁ ୧୦୮ ଆମ୍ବୁଲାନ୍ସକୁ ଫୋନ କରିଥିଲେ ମଧ୍ୟ ଆମ୍ବୁଲାନ୍ସ ଆସି ନ ଥିଲା। ବାଧ୍ୟହୋଇ ଜଣେ ପଡ଼ୋଶୀଙ୍କ ବାଇକ୍‌ରେ ନେଇ ପ୍ରଥମେ ହରିଚ଼ନ୍ଦନପୁର ଡ଼ାକ୍ତରଖାନାରେ ଭର୍ତ୍ତି କରିଥିଲେ। ମାତ୍ର ସେଠାରେ ସାପ କାମୁଡ଼ା ଇଞ୍ଜେକ୍ସନ ନ ଥିବାରୁ ଡ଼ାକ୍ତର ତାଙ୍କୁ କେନ୍ଦୁଝର ଜିଲା ମୁଖ୍ୟଚ଼ିକିତ୍ସାଳୟକୁ ସ୍ଥାନାନ୍ତର କରିଥିଲେ। ସେଠାରେ ମଧ୍ୟ ସରକାରୀ ଆମ୍ବୁଲାନ୍ସ ମିଳି ନ ଥିଲା। ପରେ ଏକ ଘରୋଇ ଆମ୍ବୁଲାନ୍ସ ଭଡ଼ାକରି ରାତି ୨ଟା୩୦ରେ କେନ୍ଦୁଝର ମୁଖ୍ୟ ଚ଼ିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ଚ଼ିକିତ୍ସା ଚ଼ାଲିଥିବା ବେଳେ ସକାଳ ୬ଟା୩୦ସମୟରେ ଦମୟନ୍ତୀଙ୍କର ମୃତ୍ୟୁ ଘଟିଥିଲା। କେନ୍ଦୁଝର ଜିଲାରେ ବିଭିନ୍ନ ସମୟରେ ସାପ କାମୁଡ଼ାରେ ବହୁ ଲୋକଙ୍କ ମୃତ୍ୟୁ ଘଟୁଥିବାବେଳେ ଡ଼ାକ୍ତରଖାନାରେ ସାପ କାମୁଡ଼ା ଇଞ୍ଜେକ୍ସନ ମିଳୁ ନ ଥିବାରୁ ଅସନ୍ତୋଷ ପ୍ରକାଶ ପାଉଛି। ମୃତ ଦମୟନ୍ତୀଙ୍କର ଦୁଇ ନାବାଳକ ପୁତ୍ର ଅସହାୟ ହୋଇ ପଡ଼ିଥିବାରୁ ତାଙ୍କ ପରିବାରକୁ ସହାୟତା ଯୋଗାଇ ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀ ଅପହରଣ ମାମଲାରେ ଓଡ଼ିଆ ଅଧ୍ୟାପକ ଗିରଫ

ରାୟଗଡ଼ା,୨୪/୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଜଣେ ଓଡ଼ିଆ ଅଧ୍ୟାପକଙ୍କୁ ନାବାଳିକା ଅପହରଣ ଓ ପ୍ରଲୋଭନ ପୋଲିସ ଗିରଫ କରିଥିବା ଜଣାପଡ଼ିଛି । ମିଳିଥିବା...

ତାଣ୍ଡବ ରଚିଲା କାଳବୈଶାଖୀ: ଭାଙ୍ଗିଲା ଗଛ, ଦୋକାନରୁ ଉଡ଼ିଗଲା ଆଜବେଷ୍ଟ୍‌ସ

ନିରାକାରପୁର,୨୪ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ସମେତ ଏହାର ଆଖପାଖ ଅଞ୍ଚଳରେ ୪୦ ଡିଗ୍ରୀ ତାପମାତ୍ରା ଲାଗିରହିଥିବା ବେଳେ ବୁଧବାର ଅପରାହ୍ନରେ ହଠାତ୍‌ ପାଗର...

କୋରାପୁଟ ଲୋକ ସଭା ଆସନରେ ୩ ପ୍ରାର୍ଥୀ, ୩ ବିଧାନସଭା ଆସନରେ ୯ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନପତ୍ର

କୋରାପୁଟ,୨୪ା୪(ଅମିତାଭ ବେହେରା): ବୁଧବାର ନାମାଙ୍କନପତ୍ର ଦାଖଲର ଷଷ୍ଠ ଦିନରେ କୋରାପୁଟ ଲୋକ ସଭା ଆସନ ନିମନ୍ତେ ଭାଜପା ସମେତ ୩ ପ୍ରାର୍ଥୀ ସେମାନଙ୍କ ନାମାଙ୍କନପତ୍ର ଦାଖଲ...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ଡେରାବିଶ ବ୍ଲକର ପୂର୍ବତନ କିରାଣି ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ପୂର୍ବତନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ମାଧବ ଚନ୍ଦ୍ର ଆଚାର୍ଯ୍ୟ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ସେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri