ଠେଲାପେଲା କରିବା ଯୋଗୁ ମହିଳାଙ୍କ ଗର୍ଭପାତ ହୋଇଥିବା ଅଭିଯୋଗ: ସୁନ୍ଦରଗଡ଼ ଏସ୍‌ପିଙ୍କ ନାଁରେ ମାମଲା

ସୁନ୍ଦରଗଡ଼, ୧୮।୮ (ଡି.ଏନ୍‌.ଏ): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅନ୍ତର୍ଗତ କନିକା ଗ୍ରାମରେ ଜୁଲାଇ ୪ରେ ଏକ ଦୁର୍ଘଟଣାକୁ କେନ୍ଦ୍ରକରି ଗ୍ରାମବାସୀ ଓ ପୋଲିସ ମଧ୍ୟରେ ଆରମ୍ଭ ହୋଇଥିବା ବିବାଦ ଥମିବାର ନାଁ ଧରୁନାହିଁ। ପୋଲିସ ସେତେବେଳେ ଫାଣ୍ଡି ଭଙ୍ଗାରୁଜା ଘଟଣାରେ ୧୪ଜଣ ଗ୍ରାମବାସୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲାବେଳେ ବର୍ତ୍ତମାନ ୨ଅଭିଯୁକ୍ତଙ୍କ ପରିବାର ପକ୍ଷରୁ ପୋଲିସର ମାତ୍ରାଧିକ କାର୍ଯ୍ୟକୁ ନେଇ କୋର୍ଟରେ ଅଭିଯୋଗ କରାଯାଇଛି। କୋର୍ଟଙ୍କ ନିର୍ଦ୍ଦେଶକ୍ରମେ ସୁନ୍ଦରଗଡ ଏସ୍‌ପି ସୌମ୍ୟା ମିଶ୍ରାଙ୍କ ବିରୋଧରେ ହେମଗିର ଥାନାରେ ୨ଟି ମାମଲା ରୁଜୁ ହୋଇଛି।

କନିକାର ଜଣେ ବରିଷ୍ଠ ନାଗରିକ ଦିଲୀପ ପଟ୍ଟନାୟକ ଗତ ଜୁଲାଇ ୧୧ରେ ସୁନ୍ଦରଗଡ ଏସ୍‌ଡିଜେଏମ୍‌ କୋର୍ଟରେ ଏସ୍‌ପି ମିଶ୍ରାଙ୍କ ବିରୋଧରେ ଅଭିଯୋଗ କରିଥିଲେ। ଜୁଲାଇ ୨୫ରେ ହେମଗିର ଥାନାରେ ଏସ୍‌ପିଙ୍କ ବିରୋଧରେ ପ୍ରଥମ ମାମଲା ରୁଜୁ ହୋଇଥିଲା। ଏହା ପରେ ଅନ୍ୟ ଜଣେ ମହିଳା ପ୍ରିୟା ଦେ ଅଗଷ୍ଟ ୫ରେ ଏସ୍‌ପିଙ୍କ ବିରୋଧରେ ଏସ୍‌ଡିଜେଏମ୍‌ କୋର୍ଟରେ ଅଭିଯୋଗ କରିଥିଲେ। ଅଭିଯୋଗ ଅନୁଯାୟୀ ଗତ ଜୁଲାଇ ୪ ରାତିରେ ସ୍ବାମୀ ଉତ୍ତମ ଦେ ଫାର୍ମ ହାଉସରେ ଶୋଇଥିବା ବେଳେ ଏସ୍‌ପି ତାଙ୍କ ଘର ଭିତରେ ପଶି ଠେଲାପେଲା କରି ଗାଳିଗୁଲଜ କରିଥିଲେ। ଫଳରେ ମହିଳାଙ୍କ ଗର୍ଭପାତ ହୋଇଥିବା ସେ ଅଭିଯୋଗରେ ଦର୍ଶାଇଛନ୍ତି। ଏସ୍‌ପିଙ୍କ ବିରୋଧରେ ହୋଇଥିବା ଅଭିଯୋଗକୁ ଗ୍ରହଣ କରି କୋର୍ଟ ହେମଗିର ପୋଲିସକୁ ମାମଲା ରୁଜୁ ପାଇଁ ନିର୍ଦ୍ଦେଶ ଦେଇଥିଲେ। ଏନେଇ ହେମଗିର ଥାନାରେ ଏସ୍‌ପିଙ୍କ ବିରୋଧରେ ନଂ.୭୪ ରେ ଏକ ମାମଲା ରୁଜୁ ହୋଇଛି। ଅପରପକ୍ଷେ ପୋଲିସର ମାତ୍ରାଧିକ କାର୍ଯ୍ୟକଳାପକୁ ଏସ୍‌ପି ମିଶ୍ରା ଦୃଢ ଭାବେ ଖଣ୍ଡନ କରିବା ସହ ଆଇନ ଅନୁଯାୟୀ ଅଭିଯୁକ୍ତଙ୍କ ବିରୋଧରେ କାଯର୍ର୍‌ୟାନୁଷ୍ଠାନ ଗ୍ରହଣ କରାଯାଇଥିଲା ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ଓଡ଼ିଶା ବଜାରରେ ବିକ୍ରି ହେଉଛି ନିମ୍ନମାନର କ୍ଷୀର, ଆପଣ କିଣୁନାହାନ୍ତି ତ ?

ଭୁବନେଶ୍ବର,୧୮।୨: ରାଜ୍ୟରେ ବିକ୍ରି ହେଉଛି ନିମ୍ନ ମାନର ଦୁଗ୍ଧ ଓ ଦୁଗ୍ଧଜାତ ଦ୍ରବ୍ୟ। ଏନେଇ ବୁଧବାର ବିଧାନସଭାରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ରଖିଛନ୍ତି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ…

ସରକାରଙ୍କ ବଡ ପଦକ୍ଷେପ: ରସୁଲଗଡ଼ରେ ହେବ ୫୦୦ ମିଟରର ସ୍କାଏୱାକ୍‌

ଭୁବନେଶ୍ବର,୧୮।୨: ରାଜଧାନୀର ଜାତୀୟ ରାଜପଥ-୧୬ରେ ଆଉ ରହିବନି ଦୁର୍ଘଟଣାର ଭୟ। ପଥଚାରୀଙ୍କ ସୁରକ୍ଷା ପାଇଁ ଅଣ୍ଟା ଭିଡିଛି ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ ବା NHAI। ପଳାଶୁଣିରୁ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇଲେ ସଫେଇ କର୍ମଚାରୀ

ଯାଜପୁରରୋଡ଼,୧୮।୨(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ବୁଧବାର ସଫେଇ କର୍ମଚାରୀମାନେ ଆନ୍ଦୋଳନ କରିଛନ୍ତି। କର୍ମଚାରୀଙ୍କ ଅଭିଯୋଗ ମୁତାବକ ସେମାନେ ୩…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ବଢ଼ିପାରେ DA!

ନୂଆଦିଲ୍ଲୀ,୧୮।୨: ଚଳିତ ବର୍ଷର ହୋଲି କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ସ୍ୱତନ୍ତ୍ର ହୋଇପାରେ। ହୋଲି ଉତ୍ସବ ପୂର୍ବରୁ ସରକାର ମହଙ୍ଗା ଭତ୍ତା (DA)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri